ETV Bharat / state

ପୁରୀରେ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନରଙ୍କ କୋଭିଡ ପରିସ୍ଥିତି ସମୀକ୍ଷା

author img

By

Published : Jul 22, 2020, 9:46 PM IST

କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ଅନୀଲ କୁମାର ସାମଲ ପୁରୀରେ କୋଭିଡ ପରିସ୍ଥିତିର ସମୀକ୍ଷା କରିଛନ୍ତି । ଅଧିକ ପଢନ୍ତୁ...

ପୁରୀରେ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନରଙ୍କ କୋଭିଡ ପରିସ୍ଥିତି ସମୀକ୍ଷା
ପୁରୀରେ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନରଙ୍କ କୋଭିଡ ପରିସ୍ଥିତି ସମୀକ୍ଷା

ପୁରୀ: କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ଅନୀଲ କୁମାର ସାମଲ ପୁରୀରେ କୋଭିଡ ପରିସ୍ଥିତିର ସମୀକ୍ଷା କରିଛନ୍ତି । କୋରୋନା ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସେ ଅବଗତ ହୋଇଛନ୍ତି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଏହି ସମୀକ୍ଷା ବୈଠକ ଆୟୋଜିତ ହୋଇଛି ।

ବୈଠକରେ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର କୋରୋନା ଚିକିତ୍ସା କେନ୍ଦ୍ରରେ ଉପଲବ୍ଧ ସୁବିଧା ଓ ଖାଦ୍ୟ ମାନ ଉପରେ ଗୁରୁତ୍ବ ଦେବାକୁ କହିଥିଲେ । ସେହିପରି ଜିଲ୍ଲାପାଳ ବଲୱନ୍ତ ସିଂହ ଜିଲ୍ଲାରେ କୋଭିଡ ସ୍ଥିତି, କୋଭିଡ ସ୍ବାସ୍ଥ୍ୟ କେନ୍ଦ୍ର, କୋଭିଡ କେୟାର ସେଣ୍ଟର, କୋଭିଡ କେୟାର ହୋମ, ଗ୍ରାମ୍ୟସ୍ତରୀୟ କୋରୋନା ପରିଚାଳନା କମିଟି ଗଠନ ସମ୍ପର୍କରେ ସୂଚନା ଦେଇଥିଲେ । ଜିଲ୍ଲାର ସହରାଞ୍ଚଳ ବସ୍ତିରେ ମହାମାରୀ ନିୟନ୍ତ୍ରଣ ପାଇଁ କୋରୋନା କେୟାର ମନିଟର ଭାବେ ସ୍ବେଚ୍ଛାସେବୀ ମୁତୟନ ଏବଂ କୋରୋନା ଟେଷ୍ଟିଂ ସଂକ୍ରାନ୍ତରେ ମଧ୍ୟ ଆଲୋଚନା ହୋଇଥିଲା ।

ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ବିନୟ କୁମାର ଦାସ, ସୁବାଷ ଚନ୍ଦ୍ର ନାଥଶର୍ମା, ପୌରସଂସ୍ଥା ନିର୍ବାହୀ ଅଧିକାରୀ ବିଜୟ କୁମାର ଦାଶ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ସୁଜାତା ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.