ETV Bharat / state

ଶ୍ରୀଜୀଉଙ୍କ ଚକା ବିଜେ ନୀତି, ମହାପ୍ରଭୁଙ୍କ ସୁସ୍ଥତା ପାଇଁ ଶ୍ରୀମନ୍ଦିରକୁ ଗଲା ଦଶମୂଳ ମୋଦକ - ଶ୍ରୀମନ୍ଦିର

ଆଜି ଅଣସର ଦଶମୀ ତିଥି ଅବସରରେ ଶ୍ରୀଜୀଉଙ୍କ ଚକା ବିଜେ ନୀତି ଅନୁଷ୍ଠିତ ହୋଇଛି । ଜ୍ବରରେ ପୀଡ଼ିତ ଥିବା ମହାପ୍ରଭୁ ସୁସ୍ଥତା ପାଇଁ ଶ୍ରୀମନ୍ଦିରକୁ ଯାଇଛି ଦଶମୂଳ ମୋଦକ । ଅଧିକ ପଢନ୍ତୁ

Etv Bharat
Etv Bharat
author img

By

Published : Jun 13, 2023, 8:40 PM IST

Updated : Jun 13, 2023, 9:13 PM IST

ଶ୍ରୀଜୀଉଙ୍କ ଚକା ବିଜେ ନୀତି, ମହାପ୍ରଭୁଙ୍କ ସୁସ୍ଥତା ପାଇଁ ଶ୍ରୀମନ୍ଦିରକୁ ଗଲା ଦଶମୂଳ ମୋଦକ

ପୁରୀ: ଆଜି ଅଣସର ଦଶମୀ ତିଥି । ପରମ୍ପରା ଅନୁଯାୟୀ ଆଜି ଶ୍ରୀମନ୍ଦିରକୁ ରାଜ ବୈଦ୍ୟ ଦଶମୂଳ ନେଇ ପହଞ୍ଚିଛନ୍ତି । ଆସନ୍ତାକାଲି ଏକାଦଶୀ ତିଥିରେ ଏହି ଆୟୁର୍ବେଦ ଔଷଧ ଦଶମୂଳ ମହାପ୍ରଭୁଠାରେ ଅର୍ପଣ ହେବ । ଏହାକୁ ସେବନ କରି ଜ୍ବରରେ ପୀଡ଼ିତ ଥିବା ଶ୍ରୀଜିଉ ଧୀରେ ଧୀରେ ଉପଶମ ପାଇବେ । ପରମ୍ପରା ଅନୁଯାୟୀ ମହାପ୍ରଭୁଙ୍କ ରାଜବୈଦ୍ୟ ଏହି ଦଶମୂଳ ମୋଦକ ଅଣବସର ଦଶମୀ ତିଥିରେ ନେଇ ଶ୍ରୀମନ୍ଦିର ଗାରଦ ଦେଇଛନ୍ତି ।

ମହାପ୍ରଭୁଙ୍କ ପାଇଁ ତିଆରି ହେଉଥିବା ଏହି ଦଶମୂଳ ମୋଦକ ପାରମ୍ପାରିକ ପଦ୍ଧତିରେ ପ୍ରସ୍ତୁତି ହୋଇଥାଏ । ଆୟୁର୍ବେଦିକ ପଦ୍ଧତି ଓ ଶାସ୍ତ୍ର ଅନୁସାରେ ଶ୍ରୀଜୀଉଙ୍କ ଲାଗି ଦଶମୂଳ ମୋଦକ ପ୍ରସ୍ତୁତ ହୋଇଥାଏ । ଏହା ଏକାଦଶୀ ଦିନ ଶ୍ରୀଜୀଉଙ୍କ ପାଖେ ସମର୍ପଣ ହୋଇଥାଏ । ଶ୍ରୀମନ୍ଦିରର ରାଜବୈଦ୍ୟ ସେବକମାନେ ପୁରୁଷାନୁକ୍ରମେ ମହାପ୍ରଭୁଙ୍କ ଏହି ସେବା କରିଥାନ୍ତି । ଏହି ମହୌଷଧି ପ୍ରସ୍ତୁତି ଲାଗି - ଶାଳପନ୍ନି, ଗମ୍ଭାରୀ, ଫଣଫଣା, କୃଷ୍ଣ ପନ୍ନି, ଅଗବଥୁ, ବେଲ, ଅଙ୍କରାନ୍ତି, ଗୋଖରା, ଲବିଂ କୋଳି, ନବାଙ୍କୁରୀକୁ ପ୍ରଥମେ ଶୁଖା ଯାଇଥାଏ । ପରେ ଏହାକୁ କୁଟା ଯାଇ ଗୁଣ୍ଡ କରାଯାଇଥାଏ । ଏହି ଗୁଣ୍ଡକୁ ଗାମୁଛାରେ ଛାଣି ନୂତନ କାଠ ଚୁଲିରେ କଡେଇ ବସା ଯାଇ ଖୁଆ, ଶର୍କରା, ସର, ମହୁ, ଘିଅ ଓ ଭାଙ୍ଗ ଆଦି ପକାଯାଇ ଏହାକୁ ପାଗ କରାଯାଏ ।

ପାଗ ପରେ ଏହାକୁ କଦଳୀ ପତ୍ର ଉପରେ ରଖି ଥଣ୍ଡା କରାଯାଇଥାଏ । ଥଣ୍ଡା ହେଲା ପରେ ଏହାକୁ ଗୋଲାକାର ମୋଦକ କରି ୩ଟି କୁଡୁଆରେ ରଖାଯାଇଥାଏ । ଏହା ଉପରେ କର୍ପୂର ଦେଇ ତାଳପତ୍ର ଭୋଗେଇରେ ରଖି ଶ୍ରୀମନ୍ଦିର ଗାରଦରେ ଦାଖଲ କରାଯାଇଥାଏ । ଏକାଦଶୀ ଦିନ ପତି ମହାପାତ୍ର ସେବକ ଏହି ଦଶମୂଳ ମୋଦକ ଶ୍ରୀଜୀଉଙ୍କ ପାଖରେ ଅର୍ପଣ କରନ୍ତି । ବିଭିନ୍ନ ପ୍ରକାରର ଚେରମୂଳିରୁ ପ୍ରସ୍ତୁତ ଔଷଧ ପ୍ରସ୍ତୁତ କରାଯାଇଛି । ସ୍ନାନ ପୂର୍ଣ୍ଣମୀ ଦିନ ସର୍ବାଙ୍ଗ ସ୍ନାନ ପରେ ଅସୁସ୍ଥ ହୋଇ ପଡିଥିବା ମହାପ୍ରଭୁଙ୍କୁ ସମ୍ପୂର୍ଣ୍ଣ ସୁସ୍ଥ କରିବା ଲାଗି ଦଶମୂଳ ମହୌଷଧି ଲାଗି କରାଯାଏ । ପବିତ୍ର ଏକାଦଶୀ ତିଥି ଅବସରରେ ବିଳମ୍ବିତ ରାତିରେ ଶ୍ରୀମନ୍ଦିର ବୈଦ୍ୟଙ୍କ ପରାମର୍ଶ କ୍ରମେ ପତି ମହାପାତ୍ର ସେବକ ଏହାକୁ ଲାଗି କରିବେ ।

ଏହା ବି ପଢନ୍ତୁ- RathaKhala Halchal: ତିନିରଥର ଆଗଆଣି, ପଛଆଣି ଢମକ ମଝିରେ ପଡୁଛି ଜଗତପୃଷ୍ଠ ଶେଣୀ

ଏହି ମହୌଷଧି ଶ୍ରୀଅଙ୍ଗରେ ଉପଚାର କରାଯିବା ପରେ ଜ୍ବରରେ କମ୍ପୁଥିବା ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ । ଏଥିସହିତ ମହାପ୍ରଭୁଙ୍କ ସର୍ବାଙ୍ଗ ଚନ୍ଦନ ଲାଗି ନୀତି ମଧ୍ୟ ଅନୁଷ୍ଠିତ ହେବ । ଶ୍ରୀଜୀଉମାନେ ରକ୍ତବସ୍ତ୍ର ପରିଧାନ କରିବେ ଓ ମହାପ୍ରଭୁଙ୍କୁ ତୁଳସୀ ଲାଗି ହେବ । ସ୍ନାନ ପୂର୍ଣ୍ଣିମୀ ପରଠାରୁ ଅସୁସ୍ଥ ହୋଇପଡ଼ିବା ପରେ ମହାପ୍ରଭୁଙ୍କୁ ନୀତିରେ ତୁଳସୀ କିମ୍ବା ଧଳା ଫୁଲ ବ୍ୟବହାର ହେଉନଥିଲା । ଦଇତାପତି ସେବକଙ୍କ ଉଦ୍ୟମ କ୍ରମେ ମହାପ୍ରଭୁ କ୍ରମଶଃ ସୁସ୍ଥ ହୋଇଉଠନ୍ତି । ପୂର୍ବରୁ ବଡ଼ ଓଡ଼ିଆ ମଠ ଫୁଲୁରି ତେଲ ଯୋଗାଇ ଦିଅନ୍ତି, ଯାହା ମହାପ୍ରଭୁଙ୍କ ଠାରେ ଲାଗି କରାଯାଏ । ସେହିଭଳି ଶୁଦ୍ଧ ସୁଆର ସେବକ ମହାପ୍ରଭୁଙ୍କୁ ଔଷଧ ଯୋଗାଇ ଦିଅନ୍ତି । ଏହି କ୍ରମରେ ମହାପ୍ରଭୁ ଚକାବିଜେ ହେବା ପରେ ସୁସ୍ଥ ହେଉଥିବା ଲକ୍ଷଣ ପ୍ରକାଶ ପାଏ ।

ପ୍ରଭୁଙ୍କ କବିରାଜ ତୁରନ୍ତ ଶ୍ରୀମନ୍ଦିରକୁ ଦଶମୂଳ ବା ମୋଦକ ବିଜେ କରାନ୍ତି । ଆଷାଢ଼ କୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରର ଅଣବସର ଗୃହରେ ତିନୋଟି ମୁଗୁନି ପଥରର ଚକା ଅଣସର ପିଣ୍ଡିରେ ରଖାଯାଇ ବିଗ୍ରହଙ୍କୁ ଏକ ଚକା ଉପରେ ବିଜେ କରାଯାଏ । ପାରମ୍ପରିକ ରୀତି ମତେ ଦଶମୀ ତିଥିରେ ଶ୍ରୀବିଗ୍ରହମାନଙ୍କୁ ଆରୋଗ୍ୟ ହେବା ଲାଗି ରାଜବୈଦ୍ୟଙ୍କ ପ୍ରସ୍ତୁତ ଦଶମୂଳ ମୋଦକ ସେବନ କରିବାକୁ ଦିଆଯାଇଥାଏ । ରାଜବୈଦ୍ୟମାନେ ପ୍ରସ୍ତୁତ କରିଥିବା ଦଶମୂଳ ମୋଦକକୁ ପତି ମହାପାତ୍ର ସେବକ ଠାକୁରମାନଙ୍କୁ ଭୋଗ କରିବା କରିବା ପରେ ଅଣସର ଘରେ ଶୋଇରହିଥିବା ଜୀଉମାନେ ଉଠି ଚକା ଉପରକୁ ବିଜେ କରିଥାନ୍ତି । ତେବେ ଆଜି ମହାପ୍ରଭୁଙ୍କ ଚକା ବିଜେ ନୀତି ପଟି ଦିଅଁଙ୍କ ମଧ୍ୟାହ୍ନ ଧୂପ ପରେ ଅନୁଷ୍ଠିତ ହୋଇଥାଏ ।

ଇଟିଭି ଭାରତ, ପୁରୀ

Last Updated : Jun 13, 2023, 9:13 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.