ETV Bharat / state

ଜଗନ୍ନାଥ ପ୍ରେମୀଙ୍କ ପାଇଁ ଖୁସି ଖବର, ଚଳିତ ଚନ୍ଦନ ଯାତ୍ରାରେ ସାମିଲ ହେବେ ଭକ୍ତ - ଚଳିତ ଚନ୍ଦନ ଯାତ୍ରାରେ ସାମିଲ ହେବେ ଭକ୍ତ

ମହାପ୍ରଭୁଙ୍କ ଚନ୍ଦନ ଯାତ୍ରାରେ ଚଳିତ ବର୍ଷ ଭକ୍ତମାନେ ସାମିଲ ହେବେ ବୋଲି ନିଆଯାଇଛି ନିଷ୍ପତ୍ତି । ଅଧିକ ପଢନ୍ତୁ

ଜଗନ୍ନାଥ ପ୍ରେମୀଙ୍କ ପାଇଁ ଖୁସି ଖବର, ଚଳିତ ଚନ୍ଦନ ଯାତ୍ରାରେ ସାମିଲ ହେବେ ଭକ୍ତ

author img

By

Published : Apr 12, 2022, 8:19 PM IST

ପୁରୀ: ଜଗନ୍ନାଥ ପ୍ରେମୀ ଓ ଭକ୍ତଙ୍କ ପାଇଁ ଖୁସି ଖବର । ଆସନ୍ତା ମେ ମାସ ତିନି ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରାରେ ସାମିଲ ହେବେ ଭକ୍ତ। ଏ ନେଇ ଆଜି(ମଙ୍ଗଳବାର) ଛତିଶା ନିଯୋଗ ବୈଠକରେ ନିଆଯାଇଛି ନିଷ୍ପତ୍ତି । ଗତ ଦୁଇବର୍ଷ ଧରି କୋଭିଡ କଟକଣା ଯୋଗୁଁ ଭକ୍ତମାନେ ଏହି ଯାତ୍ରାରେ ସାମିଲ ହେବାରୁ ବଞ୍ଚିତ ଥିଲେ ।

ଜଗନ୍ନାଥ ପ୍ରେମୀଙ୍କ ପାଇଁ ଖୁସି ଖବର, ଚଳିତ ଚନ୍ଦନ ଯାତ୍ରାରେ ସାମିଲ ହେବେ ଭକ୍ତ

ଏବେ କୋରୋନାର ପ୍ରକୋପ ହ୍ରାସ ପାଇଛି । ସଂକ୍ରମଣ କମୁଥିବାରୁ ମହାପ୍ରଭୁଙ୍କ ସମସ୍ତ ଯାତ୍ରାରେ ଭକ୍ତଙ୍କୁ ସାମିଲ କରିବା ପାଇଁ ଆଜି ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ନିଆଯାଇଥିବା ସେବାୟତ ପ୍ରତିନିଧି କହିଛନ୍ତି । ସେହିପରି ଆଗାମୀ ଚନ୍ଦନ ଯାତ୍ରା ଓ ଅକ୍ଷୟ ତୃତୀୟା ନୀତି ନିର୍ଘଣ୍ଟ ବୈଠକରେ ଚୂଡାନ୍ତ ହୋଇଛି । ଶ୍ରୀମନ୍ଦିର ରୋଷ ଘର ଭିତରେ ଚୁଲା ଭାଙ୍ଗିବା ଘଟଣା ପରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବା ନେଇ ମଧ୍ୟ ନିଷ୍ପତ୍ତି ହୋଇଛି ।

ମନ୍ଦିର ଭିତରେ ଥିବା ସମସ୍ତ ସିସିଟିଭି ବ୍ୟବସ୍ଥାକୁ ସୁଦୃଢ କରାଯିବା ପାଇଁ ନିଷ୍ପତ୍ତି ହୋଇଛି । ପୁରୀ ବଡ଼ଦାଣ୍ଡ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସ ଠାରେ ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଛତିଶା ନିଯୋଗ ବୈଠକରେ ଜିଲ୍ଲାପାଳ, ଏସପି, ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀଙ୍କ ସହ ସେବାୟତ ପ୍ରତିନିଧିମାନେ ଯୋଗ ଦେଇଥିଲେ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.