ETV Bharat / state

ଉତ୍କଳମଣିଙ୍କ ଜନ୍ମପୀଠର ନବକଳେବର, ୧୫ଫୁଟର ଉଚ୍ଚ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

author img

By

Published : Feb 23, 2023, 4:40 PM IST

ଓଡ଼ିଶାର ଯୁଗପୁରୁଷ ତଥା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠର ନବକଳେବର ହୋଇଛି । ଏହାସହିତ ସୁଆଣ୍ଡୋରୁ ରାଜ୍ୟରେ ଜନ୍ମିତ ମହାପୁରୁଷମାନଙ୍କ ଜନ୍ମପୀଠର ବିକାଶ କାର୍ଯ୍ୟ ଆରମ୍ଭ ହୋଇଛି । ଅଧିକ ପଢନ୍ତୁ

Suando village
Suando village

courtesy- @CMO_Odisha

ଭୁବନେଶ୍ବର: ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ସୁଆଣ୍ଡୋର ହୋଇଛି ନବକଳେବର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସୁଆଣ୍ଡୋରେ ପଣ୍ଡିତ ଗୋପବନ୍ଧୁଙ୍କ ରୂପାନ୍ତରିତ ଜନ୍ମପୀଠକୁ ଲୋକାର୍ପିତ କରିଛନ୍ତି । ଗୋପବନ୍ଧୁଙ୍କ ଏକ ୧୫ ଫୁଟ ଉଚ୍ଚ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହିତ ବିକଶିତ ଶିବ ମନ୍ଦିର, ପୋଖରୀ, ମ୍ୟୁଜିୟମ ଓ ପୈତୃକ ବାସଗୃହର ଉଦଘାଟନ କରିଛନ୍ତି । ଜନ୍ମପୀଠକୁ ରାସ୍ତା, ପରିକ୍ରମା ରାସ୍ତା ଓ ଏକ ସୂଚନା କେନ୍ଦ୍ର ମଧ୍ୟ ନିର୍ମାଣ କରାଯାଇଛି ।

ଜନସାଧାରଣଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, "ଗୋପବନ୍ଧୁ ଥିଲେ ଜଣେ ଯୁଗପୁରୁଷ । ଓଡ଼ିଆ ଜାତି ତାଙ୍କ ନିକଟରେ ସବୁବେଳେ ଋଣୀ । ତାଙ୍କ ସ୍ମୃତି ରକ୍ଷା ପାଇଁ ଯେତେ ଯାହା କଲେ ବି, କମ ହେବ । 5T ଉପକ୍ରମରେ ଓଡ଼ିଶାର ବରପୁତ୍ରମାନଙ୍କ ଜନ୍ମପୀଠର ବିକାଶ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଉତ୍କଳ ଗୌରବ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗଙ୍ଗାଧର ମେହେର, ସହିଦ ଲକ୍ଷ୍ମଣ ନାୟକ ଏବଂ ଆହୁରି ଅନେକ ମହାପୁରୁଷଙ୍କ ତ୍ୟାଗ ଓ ସାଧନା ଓଡ଼ିଶାର ଗୌରବ ବଢାଇଛି ।

ଗୋପବନ୍ଧୁଙ୍କ ସ୍ମୃତିକୁ ମନେ ପକାଇ ମୁଖ୍ୟମନ୍ତ୍ରୀ କହିଛନ୍ତି, "ଉତ୍କଳମଣି ଥିଲେ ମାନବ ସମାଜର ମଣି । ତାଙ୍କ ତ୍ୟାଗ, ଦେଶଭକ୍ତି, ସେବା ଓ ଜାତିପ୍ରୀତିର ତୁଳନା ନାହିଁ । ସ୍ବାଧୀନତା ସଂଗ୍ରାମରୁ ଆରମ୍ଭ କରି ଓଡ଼ିଶାର ଶିକ୍ଷା, ସାହିତ୍ୟ ସଂସ୍କୃତି, ରାଜନୀତି, ସେବା ଓ ମାନବିକତାର ନୂଆ କୀର୍ତ୍ତି ସେ ସ୍ଥାପନ କରିଯାଇଛନ୍ତି । ଓଡ଼ିଶାରେ ଜାତୀୟବାଦୀ ଚେତନାର ବିକାଶରେ ସେ ଥିଲେ କର୍ଣ୍ଣଧାର । ଭୋଗ ନୁହେଁ, ତ୍ୟାଗ ହିଁ ମହାନ । ସେବା ହିଁ ଶ୍ରେଷ୍ଠ । ଏହା ହିଁ ହେଉଛି ଗୋପବନ୍ଧୁଙ୍କ ଜୀବନର ବାର୍ତ୍ତା । ସେ ସବୁବେଳେ ଆମ ପାଇଁ ପ୍ରେରଣା ହୋଇ ରହିଛନ୍ତି ଏବଂ ରହିଥିବେ । ଗୋପବନ୍ଧୁଙ୍କ ‘ଭାର୍ଗବୀ ସଂକଳ୍ପ’କୁ ଜୀବନର ବ୍ରତ କରି ଏକ ନୂଆ ଓ ସଶକ୍ତ ଓଡ଼ିଶା ଗଠନ ପାଇଁ ସମସ୍ତେ କାମ କରନ୍ତୁ ।"

ଏହା ବି ପଢନ୍ତୁ- ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦଙ୍କ ଶକ୍ତି ପ୍ରଦର୍ଶନ, ପାଟକୁରା ରାଜନୀତିରେ ହଟଚମଟ

ଗୋପବନ୍ଧୁଙ୍କ ଜନ୍ମ ମାଟିର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଉତ୍କଳମଣିଙ୍କ ପରିବାର ଓ ସୁଆଣ୍ଡୋଙ୍କ ଜନସାଧାରଣଙ୍କ ସହଯୋଗ ପାଇଁ ଧନ୍ୟବାଦ ଦେଇଛନ୍ତି । ଏହାସହିତ ରାଜ୍ୟ ସଂସ୍କୃତି ବିଭାଗ ଓ ପୁରୀ ଜିଲ୍ଲା ପ୍ରଶାସନକୁ ମଧ୍ୟ ଧନ୍ୟବାଦ ଦେଇଛନ୍ତି । କାର୍ଯ୍ୟକ୍ରମରେ ଯୋଗ ଦେଇ ଗୋପବନ୍ଧୁଙ୍କ ନାତି ଧୀରେନ୍ଦ୍ର କୁମାର ଦାସ, ଉତ୍କଳମଣୀଙ୍କ ଜନ୍ମପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି । ଏହାଦ୍ବାରା ରାଜ୍ୟରେ ମହାପୁରୁଷମାନଙ୍କ ମାର୍ଗରେ ଚାଲିବାକୁ ଜନସାଧାରଣ ପ୍ରେରିତ ହେବେ ବୋଲି ସେ କହିଛନ୍ତି ।

କାର୍ଯ୍ୟକ୍ରମରେ ରାଜ୍ୟ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ବିନୀ କୁମାର ପାତ୍ର, କ୍ରୀଡାମନ୍ତ୍ରୀ ତୁଷାରକାନ୍ତି ବେହେରା ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରମୁଖ ଅଭିଭାଷଣ ରଖିଛନ୍ତି । ଗୋପବନ୍ଧୁଙ୍କ ଜନ୍ମପୀଠର ବିକାଶ ସହିତ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ବିଭିନ୍ନ କ୍ଷେତ୍ରରେ ଓଡ଼ିଶାର ରୂପାନ୍ତର ଉପରେ ଆଲୋକପାତ କରିଛନ୍ତି । ଏହା ସହିତ ସାଂସଦ ପିନାକୀ ମିଶ୍ର, ବିଧାୟକ ଉମାକାନ୍ତ ସାମସ୍ତରାୟ, ସମାଜ ଖବରକାଗଜ ପକ୍ଷରୁ ନିରଞ୍ଜନ ରଥ ମଧ୍ୟ ନିଜ ନିଜର ବକ୍ତବ୍ୟ ରଖିଛନ୍ତି । ବୈଠକରେ ଉତ୍କଳମଣିଙ୍କ ସମ୍ପର୍କରେ ଏକ ବୃତଚିତ୍ର ପ୍ରଦର୍ଶିତ ହୋଇଛି । ମୁଖ୍ୟମନ୍ତ୍ରୀ ଗୋପବନ୍ଧୁଙ୍କ ୭ଜଣ ନାତିଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫ଟି ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ୫ଟି ଉପକ୍ରମରେ ଉତ୍କଳମଣିଙ୍କ ଜନ୍ମସ୍ଥାନର ରୂପାନ୍ତରରେ ପୁରୀର ଜିଲ୍ଲାପାଳ ସମର୍ଥ ବର୍ମା ଏବଂ ପୂର୍ବତନ ଜିଲ୍ଲାପାଳ ବଲବନ୍ତ ସିଂହଙ୍କ ଉଦ୍ୟମର ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.