ETV Bharat / state

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ୮ଟା ଯାଏଁ ଦର୍ଶନ ବନ୍ଦ - ବନକଲାଗି ନୀତି

Banaka Lagi Ritual: ବୁଧବାର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ଅପରାହ୍ନ ୪ଟାରୁ ରାତ୍ର ୮ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଅଧିକ ପଢନ୍ତୁ

Banaka Lagi Ritual
Banaka Lagi Ritual
author img

By ETV Bharat Odisha Team

Published : Jan 2, 2024, 3:35 PM IST

Updated : Jan 3, 2024, 11:29 AM IST

ପୁରୀ: ଆଜି (ବୁଧବାର) ପୌଷ କୃଷ୍ଣ ସପ୍ତମୀ ତିଥି ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଏଥିଲାଗି ଶ୍ରୀମନ୍ଦିରରେ ଅପରାହ୍ନ ୪ଟାଠାରୁ ରାତ୍ର ୮ଟା ପର୍ଯ୍ୟନ୍ତ ପ୍ରାୟ ୪ ଘଣ୍ଟା ସର୍ବସାଧାରଣଙ୍କ ଲାଗି ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ବନକ ଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ଏହି ବନକଲାଗି ନୀତି ପାଇଁ ଏକ ସ୍ବତନ୍ତ୍ର ସେବାୟତ ଗୋଷ୍ଠୀ ରହିଥାନ୍ତି ।

ପରମ୍ପରା ଅନୁଯାୟୀ ବୁଧବାର ଅବା ଗୁରୁବାର ଦିନ ମହାପ୍ରଭୁଙ୍କ ବନକ ଲାଗି ହୋଇଥାଏ । ଦ୍ବିପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖ ସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ୪ ଘଣ୍ଟା ସମୟ ଶ୍ରୀମନ୍ଦିରର ସମସ୍ତ ଦ୍ବାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ । ଏହି ବନକଲାଗି ନୀତି ପାଇଁ ଏକ ସ୍ବତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ ।

ଏହା ବି ପଢନ୍ତୁ- ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଏମାନଙ୍କ କାମ ହେଲା ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ। । ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢାହୁଏ ତା’ର ଗରମବାଷ୍ପ ଯୋଗୁଁ ମୁଖମଣ୍ଡଳର ଉଜ୍ଜଳତା କମିଯାଏ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ ।

ଏହା ବି ପଢନ୍ତୁ- ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି, 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ଇଟିଭି ଭାରତ, ପୁରୀ

Last Updated : Jan 3, 2024, 11:29 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.