ETV Bharat / state

ଆଜି ଶ୍ରୀମନ୍ଦିରରେ ଦେବ ଦୀପାବଳି - ମାର୍ଗଶୀର ମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ତିଥି

ଆଜି ମାର୍ଗଶୀର ମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ତିଥି ହୋଇଥିବାରୁ ଶ୍ରୀମନ୍ଦିରରେ ଦେବ ଦୀପାବଳି ନୀତି ଅନୁଷ୍ଠିତ ହେବ । ଏହି ଅବସରରେ ମହାପ୍ରଭୁ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବେ।

ପୁରୀ ଶ୍ରୀମନ୍ଦିର
author img

By

Published : Nov 25, 2019, 10:59 AM IST

Updated : Nov 25, 2019, 2:15 PM IST

ପୁରୀ: ଆଜି ଶ୍ରୀମନ୍ଦିରରେ ଦେବ ଦୀପାବଳି ନୀତି ଅନୁଷ୍ଠିତ ହେବ। ଏହି ଅବସରରେ ମହାପ୍ରଭୁ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବେ। ମହାପ୍ରଭୁ ଶ୍ରାଦ୍ଧ ବେଶରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବା ସହ ଭକ୍ତମାନଙ୍କୁ ଦର୍ଶନ ଦେବେ। ମଧ୍ୟାହ୍ନ ଧୂପ ପରେ ମହାପ୍ରଭୁଙ୍କ ଶ୍ରାଦ୍ଧ ବେଶ ଅନୁଷ୍ଠିତ ହେବ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ପୁରୀ

ଶ୍ରାଦ୍ଧ ବେଶରେ ତିନି ଠାକୁରଙ୍କୁ ଶ୍ବେତ ବସ୍ତ୍ର ପରିଧାନ କରାଯିବା ସହ ସ୍ବର୍ଣ୍ଣ ଅଳଙ୍କାରରେ ବିଭୂଷିତ କରାଯିବ। ପୂଜା ପଣ୍ଡାମାନେ ପିଣ୍ଡଦାନ କରିବେ। ଶ୍ରାଦ୍ଧ ନୀତି ଶେଷ ହେବାପରେ ମନ୍ଦିର ଚୂଡ଼ାକୁ ମହାଦୀପ ଉଠିବ। ସନ୍ଧ୍ୟା ଧୂପ ପରେ ଏହି ସ୍ବତନ୍ତ୍ର ନୀତି ଅନୁଷ୍ଠିତ ହେବ। ଏହି ଅବସରରେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥାଏ ।

ମାର୍ଗଶୀର ମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ତିଥିରେ ଦେବ ଦୀପାବଳୀ ନୀତି ଆରମ୍ଭ ହୋଇ ଥାଏ। ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦ ତିନି ଦିନ ଧରି ଏହା ଅନୁଷ୍ଠିତ ହେବ। ଏହି ଅବସରରେ ମହାପ୍ରଭୁ ପିତୃପୁରୁଷଙ୍କୁ ପିଣ୍ଡଦାନ କରିଥାନ୍ତି ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

Intro:ଦେବ ଦୀପାବଳୀBody:ଆଜି ଶ୍ରୀମନ୍ଦିରରେ ଦେବ ଦୀପାବଳୀ ନୀତି ଅନୁଷ୍ଠିତ ହେବ। ମାର୍ଗଶୀର ମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ତିଥିରେ ଦେବ ଦୀପାବଳୀ ନୀତି ଆରମ୍ଭ ହୋଇ ଥାଏ। ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦ ତିନି ଦିନ ଧରି ଏହା ଅନୁଷ୍ଠିତ ହେବ। ଏହି ଅବସରରେ ମହାପ୍ରଭୁ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବେ। ତେବେ ମହାପ୍ରଭୁ ଶ୍ରାଦ୍ଧ ବେଶରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବେ, ଭକ୍ତଙ୍କୁ ଦର୍ଶନ ଦେବେ। ଏହି ଅବସରରେ ତିନି ଠାକୁର ଶ୍ବେତ ବସ୍ତ୍ର ପରିଧାନ କରିବେ। ଠାକୁରଙ୍କୁ ସ୍ବର୍ଣ୍ଣ ଅଳଙ୍କାରରେ ବିଭୂଷିତ କରାଯିବ। ପୂଜାପଣ୍ଡାମାନେ ପିଣ୍ଡଦାନ କରିବେ। ଶ୍ରାଦ୍ଧ ନୀତି ସରିବା ପରେ ମନ୍ଦିର ଚୂଡ଼ାକୁ ମହାଦୀପ ଉଠିବ। ତେବେ ଠାକୁର ଙ୍କ ସନ୍ଧ୍ୟା ଧୂପ ପରେ ଏହି ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ପରେ ମହାପ୍ରଭୁଙ୍କ ଶ୍ରାଦ୍ଧ ବେଶ ଅନୁଷ୍ଠିତ ହେବ। ଆଜିର ଏହି ପବିତ୍ର ଦିନରେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ହଜାର ହଜାର ଭକ୍ତ ଶ୍ରୀମନ୍ଦିର ଆସିଥାନ୍ତି।

ପୁରୀ ରୁ ଶକ୍ତି ପ୍ରସାଦ ମିଶ୍ରConclusion:
Last Updated : Nov 25, 2019, 2:15 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.