ETV Bharat / state

ମହାପ୍ରଭୁଙ୍କର ତ୍ରିବିକ୍ରମ ବେଶ, ଦର୍ଶନ କଲେ ହଜାର ହଜାର ଭକ୍ତ - ପୁରୀରେ ପଞ୍ଚୁକରେ ପ୍ରବଳ ଭିଡ଼

Tribikram Besha of Holy trinity: ପଞ୍ଚୁକର ତୃତୀୟ ଦିନରେ ଆଡ଼କିଆ ବେଶରେ ଦର୍ଶନ ଦେଲେ ଶ୍ରୀଜିଉ । ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ । ଅଧିକ ପଢନ୍ତୁ

Tribikram Besha of Holy trinity
Tribikram Besha of Holy trinity
author img

By ETV Bharat Odisha Team

Published : Nov 25, 2023, 4:11 PM IST

ତ୍ରିବିକ୍ରମ ବେଶ

ପୁରୀ: ପବିତ୍ର କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଆଡ଼କିଆ ତଥା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଛି । ପ୍ରାତଃ ସମୟରେ ଶ୍ରୀଜିଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଏହି ବେଶ ଅନୁଷ୍ଠିତ ହେଇଥିଲା । ପଞ୍ଚୁକର ତୃତୀୟ ଦିବସରେ ଏହି ବେଶ ଦର୍ଶନ ପାଇଁ ଆଜି ଶ୍ରୀମନ୍ଦିରରେ ହଜାର ହଜାର ଭକ୍ତଙ୍କ ଭିଡ଼ ହୋଇଥିଲା । ମହାପ୍ରଭୁଙ୍କ ଏହି ଅପୂର୍ବ ବେଶ ଦର୍ଶନ କରି ଭକ୍ତ ନିଜକୁ ଧନ୍ୟ ମଣିଛନ୍ତି ।

ସକାଳୁ ଦୀର୍ଘ ସମୟ ଲାଇନରେ ରହି ମହାପ୍ରଭୁଙ୍କ ଟିକେ ଝଲକ ପାଇ ଭକ୍ତ ବେଶ ଆନନ୍ଦିତ ହୋଇଛନ୍ତି । ଜଗନ୍ନାଥପ୍ରେମୀ ମହାପ୍ରଭୁଙ୍କ ଦର୍ଶନ ସାରି ସିଂହଦ୍ଵାର ସମ୍ମୁଖରେ ଆନନ୍ଦରେ ମହାପ୍ରସାଦ ବଣ୍ଟନ କରିଥଲେ । ମହାପ୍ରସାଦ ପାଇବା ପାଇଁ ଭକ୍ତ ମଧ୍ୟରେ ବେଶ ଭାବ ବିହ୍ଵଳିତ ପରିବେଶ ଦେଖିବକୁ ମିଳିଥିଲା । ସେପଟେ ହବିଷ୍ୟାଳୀମାନେ ନିଜର ବ୍ରତ ଶେଷ ହେବା ସମୟ ଉପନୀତ ଥିବା ବେଳେ ମହାପ୍ରଭୁଙ୍କ ଦର୍ଶନ ପାଇଁ ନିଜକୁ ଧନ୍ୟ ମଣିଛନ୍ତି । ମହାପ୍ରଭୁ ସବୁବେଳେ ତାଙ୍କରି ଡୋରି ଲଗାଇ ରଖିଥାନ୍ତୁ ବୋଲି ହବିଷ୍ୟାଳୀ କହିଛନ୍ତି ।

ଏହା ବି ପଢନ୍ତୁ- ପଞ୍ଚୁକର ତ୍ରୟୋଦଶୀ ତିଥି: ତ୍ରିବିକ୍ରମ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ଶ୍ରୀମନ୍ଦିର ଚୁନରା ସେବକ ଶରତ ମହାନ୍ତି କହିଛନ୍ତି, "ଯେଉଁ ଭକ୍ତ ପଞ୍ଚୁକରେ ମହାପ୍ରଭୁଙ୍କ ତ୍ରିବିକ୍ରମ ବେଶ ଦର୍ଶନ କରେ ତାକୁ ଅନନ୍ତ ପୁଣ୍ୟ ପ୍ରାପ୍ତି ହୋଇଥାଏ । ଏହା ମହାପ୍ରଭୁର ଏକ ଅନ୍ୟତମ ଦୁର୍ଲଭ ବେଶ । ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ କରିଥାନ୍ତି । ତ୍ରିବିକ୍ରମ ବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ପ୍ରଭୁ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲଗାଯାଏ । ଚୂଳ ୨ଟି ସୋଲ, କନା, ବେତ, ଜମ୍ବୁରା, କଇଁଥ ଅଠା ଆଦିରେ ନିର୍ମିତ ହୋଇଥାଏ । ଏହି ଚୂଳରେ ସ୍ବର୍ଣ୍ଣ ନିର୍ମିତ କିଆ ଆଡବାଗରେ ଖୋସା ଯାଇଥାଏ । ଦେବୀ ସୁଭଦ୍ରା ଓ ଅନ୍ୟ ଦୁଇ ଠାକୁରଙ୍କ ମସ୍ତକର ଶୀର୍ଷ ଭାଗରେ ସ୍ବର୍ଣ୍ଣ ଚନ୍ଦ୍ରିକା ମଧ୍ୟ ଖଞ୍ଜା ଯାଇଥାଏ । ଏଥି ସହିତ ପୂର୍ବ ଦିନ ପରି ଅନ୍ୟାନ୍ୟ ସ୍ବର୍ଣ୍ଣ ଅଳଙ୍କାର ଓ ହଳ, ମୂଷଳ, ଶଙ୍ଖ, ଚକ୍ର ଏବଂ ପାଟ ବସ୍ତ୍ର ଆଦିରେ ଠାକୁରମାନଙ୍କୁ ଆଡକିଆ ବା ତ୍ରିବିକ୍ରମ ବେଶରେ ଭୂଷିତ କରାଯାଇଥାଏ ।"

ଆଡକିଆ ବେଶର ମାହାତ୍ମ୍ୟ: କଥିତ ଅଛି ତ୍ରିବିକ୍ରମ ବା ଆଡକିଆ ବେଶ ଅତିବଡୀ ସମ୍ପ୍ରଦାୟର ଅତ୍ୟନ୍ତ ପ୍ରିୟ । ପଞ୍ଚସଖାବାଦୀ ତଥା ଅତିବଡୀ ସମ୍ପ୍ରଦାୟର ବହୁ ସଂଖ୍ୟକ ଶିଷ୍ୟ-ଭକ୍ତ ତଥା ମହନ୍ତମାନେ ଏହି ମନୋରମ ବେଶ ଦର୍ଶନକରି ନିଜକୁ ସୌଭାଗ୍ୟ ମଣିଥାନ୍ତି । ଆଡ଼କିଆ ବା ଠିଆକିଆ ବେଶ ମଧ୍ୟରେ ପ୍ରଭେଦ ହେଉଛି, ଠିଆକିଆ ବେଶରେ ସୁନାକିଆ ଲମ୍ବ ଭାବରେ ଖୋସା ନଯାଇ ଆଡ଼ବାଗରେ ଖୋସାଯାଏ ଏବଂ ଡାଳିକିଆ ବେଶରେ ସୋଲର ଡାଳପତ୍ରରେ ସୁନାର କିଆପତ୍ର ଖଞ୍ଜାଯାଏ । ଏହି ସୁନାକିଆଗୁଡ଼ିକ ଶ୍ରୀଜଗନ୍ନାଥ ଓ ଶ୍ରୀବଳଭଦ୍ରଙ୍କ ମସ୍ତକରେ ପିନ୍ଧାଯାଇଥିବା ସୋଲ, କନା, ବେତ , ଜମ୍ବୁରା, କଇଁଥ ଅଠାରେ ନିର୍ମିତ ଚୂଳରେ ଖୋସାଯାଏ । ଚୂଳର ଶେଷରେ ଲଗାଯାଏ ସୁନାର ଚନ୍ଦ୍ରିକା ।

ଏହା ବି ପଢନ୍ତୁ- ମହାପ୍ରଭୁଙ୍କ ବାଙ୍କଚୂଡା ବେଶ ଦର୍ଶନ କଲେ ହଜାର ହଜାର ଭକ୍ତ

ସୁଭଦ୍ରାଙ୍କୁ ମଧ୍ୟ ଏହି ବେଶରେ ଗୋଟିଏ ସୁନା ଚନ୍ଦ୍ରିକା ଦ୍ବାରା ଶୋଭିତ କରାଯାଏ । ମାତ୍ର ତାଙ୍କ ମସ୍ତକରେ ଚୂଳ ଲାଗି କରା ନଯାଇ ସୁନା କିରୀଟ ଲଗାଯାଏ । ସବୁ ଠାକୁରମାନଙ୍କର ମୂଖର ଉପର ପାର୍ଶ୍ବରେ ୨ଟି ଲେଖାଏଁ କାଡ଼କାନି ଲଗାଯାଇଥାଏ । ଏହି ବେଶରେ ଘାଗଡା ମାଳି, ବରକୋଳି ମାଳି, ପଦ୍ମମାଳି, ଗିନିମାଳି, ପଦକ ମାଳି ପିନ୍ଧାଯାଏ । ଏହା ବ୍ୟତୀତ ମହାପ୍ରଭୁଙ୍କ ଅନ୍ୟାନ୍ୟ ଅଳଙ୍କାର , ମାଳି, ଶ୍ରୀପୟର, ଶ୍ରୀହସ୍ତ ଏବଂ ଆୟୁଧ ମଧ୍ୟ ଲାଗି କରାଯାଏ । ଜଗନ୍ନାଥ, ବଳଭଦ୍ରଙ୍କୁ ଲୁଗାକଛା ମାରି ପିନ୍ଧାଇ ଦିଆଯାଏ ।

କିମ୍ବଦନ୍ତୀ ଅନୁଯାୟୀ ମହନ୍ତ ମହାରାଜ ରାମ ଜୟନ୍ତୀ ଦାସଙ୍କ ଦ୍ବାରା ଏହି ବେଶର ପ୍ରଚଳନ ହୋଇଥିଲା । ଏହି ବେଶରେ ଶ୍ରୀଜିଉମାନଙ୍କ ଶ୍ରୀମସ୍ତକରେ ସୋଲ, କନା, ବେତ, ଜମ୍ବୁରା ଓ କଇଁଥ ଅଠାରେ ତିଆରି ହୋଇଥିବା ଚୁଳ ଲଗାଯାଏ । ଏହି ଚୁଳରେ ସ୍ବର୍ଣ୍ଣ ନିର୍ମିତ କିଆ ଆଡ଼ବାଗରେ ଖୋସାଯାଇଥିବା ବେଳେ ଶୀର୍ଷଭାଗରେ ସ୍ବର୍ଣ୍ଣ ଚନ୍ଦ୍ରିକା ଖୋସାଯାଇଥାଏ ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.