ETV Bharat / state

ଶ୍ରୀମନ୍ଦିର ରୋଷଘର ଚୁଲି ଭାଙ୍ଗିବା ଘଟଣା, ଚିନ୍ତାପ୍ରକଟ କଲେ ଧର୍ମେନ୍ଦ୍ର

ଶ୍ରୀମନ୍ଦିର ରୋଷଘର ଚୁଲିଭଙ୍ଗା ଘଟଣାକୁ ନେଇ ଚିନ୍ତାପ୍ରକଟ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମହାପ୍ରଭୁଙ୍କ ଶ୍ରୀମନ୍ଦିରରେ ଦୁର୍ବୃତ୍ତଙ୍କ ଏଭଳି କାଣ୍ଡକୁ ନେଇ ଟ୍ବିଟ ଯୋଗେ ଦୁଃଖ ପ୍ରକାଶ କରିଛନ୍ତି । ଅଧିକ ପଢ଼ନ୍ତୁ

author img

By

Published : Apr 4, 2022, 2:34 PM IST

dharmendra pradhan expressed concern by tweet  on incident of shri mandir
ଶ୍ରୀମନ୍ଦିର ରୋଷଘର ଚୁଲି ଭାଙ୍ଗିବା ଘଟଣା: ଚିନ୍ତାପ୍ରକଟ କଲେ କେନ୍ଦ୍ରମନ୍ତ୍ରୀ

ପୁରୀ: ଶ୍ରୀମନ୍ଦିର ରୋଷଘର ଚୁଲିଭଙ୍ଗା ଘଟଣାକୁ ନେଇ ଚିନ୍ତାପ୍ରକଟ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମହାପ୍ରଭୁଙ୍କ ଶ୍ରୀମନ୍ଦିରରେ ଦୁର୍ବୃତ୍ତଙ୍କ ଏଭଳି କାଣ୍ଡକୁ ନେଇ ଟ୍ବିଟ ଯୋଗେ ଦୁଃଖ ପ୍ରକାଶ କରିଛନ୍ତି । ସରକାର ଘଟଣାକୁ ଗୁରୁତ୍ବର ସହ ନେଇ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଦାବି କରିଛନ୍ତି ଧର୍ମେନ୍ଦ୍ର।

  • ଶ୍ରୀମନ୍ଦିର ସହ ମହାପ୍ରଭୁଙ୍କ ମହାପ୍ରସାଦର ରହିଛି ଅନନ୍ୟ ସମ୍ପର୍କ । ରୋଷଘରର ଅବଢ଼ା ପ୍ରସ୍ତୁତ ହେଉଥିବା ଚୁଲିକୁ ଭାଙ୍ଗି ଦେଇ ମହାପ୍ରଭୁଙ୍କ ପ୍ରସାଦ ପ୍ରସ୍ତୁତିକୁ ବ୍ୟାଘାତ କରିବା ଦୁଃଖଦାୟକ ।

    — Dharmendra Pradhan (@dpradhanbjp) April 4, 2022 " class="align-text-top noRightClick twitterSection" data=" ">

କେନ୍ଦ୍ରମନ୍ତ୍ରୀ ପ୍ରଧାନ ଟ୍ବିଟ କରି କହିଛନ୍ତି, ଓଡ଼ିଆ ଜାତିର ଅସ୍ମିତାର ପରିଚୟ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ସ୍ଥିତ ପବିତ୍ର ରୋଷଘର ଚୁଲି ଗୁଡ଼ିକ ଭାଙ୍ଗି ଦିଆଯିବା ଘଟଣା ସେ ଗଣମାଧ୍ୟମରୁ ଜାଣିବାକୁ ପାଇଲେ । ଏହି ଖବର ତାଙ୍କୁ ଦୁଃଖିତ ଓ ବ୍ୟଥିତ କରିଛି । ମହାପ୍ରଭୁ ଓଡ଼ିଶାବାସୀ ଏବଂ ସାରା ବିଶ୍ବର ହିନ୍ଦୁ ସମାଜର ଆସ୍ଥା ଓ ବିଶ୍ବାସର କେନ୍ଦ୍ର । ଶ୍ରୀମନ୍ଦିର ସହ ମହାପ୍ରଭୁଙ୍କ ମହାପ୍ରସାଦର ରହିଛି ଅନନ୍ୟ ସମ୍ପର୍କ । ରୋଷଘରର ଅବଢ଼ା ପ୍ରସ୍ତୁତ ହେଉଥିବା ଚୁଲିକୁ ଭାଙ୍ଗି ଦେଇ ମହାପ୍ରଭୁଙ୍କ ପ୍ରସାଦ ପ୍ରସ୍ତୁତିକୁ ବ୍ୟାଘାତ କରିବା ଅତ୍ୟନ୍ତ ଦୁଃଖଦାୟକ।

  • ମହାପ୍ରସାଦ ସହ ଓଡ଼ିଆଙ୍କ ଭାବାବେଗ ଜଡ଼ିତ । ମହାପ୍ରଭୁଙ୍କ ମହାପ୍ରସାଦ ଅମୃତ ତୁଲ୍ୟ । ମହାପ୍ରଭୁଙ୍କ ରୋଷଘର ସହ ମା’ ଲକ୍ଷ୍ମୀ ଓ ମା’ ହିଙ୍ଗୁଳାଙ୍କ ପ୍ରତ୍ୟକ୍ଷ ଜଡ଼ିତ ଥିବା ଓଡ଼ିଆ ଜନମାନସର ବିଶ୍ୱାସ ।

ଏହା ମଧ୍ୟ ପଢ଼ନ୍ତୁ ଆଜି ମହାପ୍ରଭୁଙ୍କ ଖସାପଡା ନୀତି, 4 ଘଣ୍ଟା ଦର୍ଶନ ବନ୍ଦ

  • ରାଜ୍ୟ ସରକାର ଏବଂ ଶ୍ରୀମନ୍ଦିର ପ୍ରଶାସନ ଏହି ଘଟଣାକୁ ଗୁରୁତ୍ୱର ସହ ନେଇ ଭବିଷ୍ୟତରେ ଯେଭଳି ଏହି ଘଟଣାର ପୁନରାବୃତ୍ତି ନ ହେବ, ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେବା ସହ ସଜାଗ ରହିବା ଜରୁରୀ ।

କେନ୍ଦ୍ରମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ମହାପ୍ରସାଦ ସହ ଓଡ଼ିଆଙ୍କ ଭାବାବେଗ ଜଡ଼ିତ ରହିଛି । ମହାପ୍ରଭୁଙ୍କ ମହାପ୍ରସାଦ ଅମୃତ ତୁଲ୍ୟ । ମହାପ୍ରଭୁଙ୍କ ରୋଷଘର ସହ ମା’ ଲକ୍ଷ୍ମୀ ଓ ମା’ ହିଙ୍ଗୁଳାଙ୍କ ପ୍ରତ୍ୟକ୍ଷ ଜଡ଼ିତ ଥିବା ଓଡ଼ିଆ ଜନମାନସର ବିଶ୍ବାସ ରହିଛି । ତେଣୁ ରାଜ୍ୟ ସରକାର ଏବଂ ଶ୍ରୀମନ୍ଦିର ପ୍ରଶାସନ ଏହି ଘଟଣାକୁ ଗୁରୁତ୍ବର ସହ ନେଇ ଭବିଷ୍ୟତରେ ଯେଭଳି ଘଟଣାର ପୁନରାବୃତ୍ତି ନ ହେବ, ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେବା ସହ ସଜାଗ ରହିବା ଜରୁରୀ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.