ETV Bharat / state

ଶ୍ରୀମନ୍ଦିରରେ ପାର୍ଶ୍ଵପରିବର୍ତ୍ତନ ଏକାଦଶୀ ନୀତି, ଉତ୍ତର ଦିଗକୁ କଡ଼ ଲେଉଟାଇଲେ ମହାପ୍ରଭୁ - ମହାପ୍ରଭୁଙ୍କ ପାର୍ଶ୍ବ ପରିବର୍ତ୍ତନ ଏକାଦଶୀ ନୀତି

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ବ ପରିବର୍ତ୍ତନ ଏକାଦଶୀ ନୀତି । ମହାପ୍ରଭୁଙ୍କ ୪ ମାସ ଶୟନ କାଳରେ ୨ ମାସରେ ପାର୍ଶ୍ବ ପରିବର୍ତ୍ତନ କରିଥାନ୍ତି । ଅଧିକ ପଢନ୍ତୁ

Puri Sri Mandir
Puri Sri Mandir
author img

By ETV Bharat Odisha Team

Published : Sep 25, 2023, 4:06 PM IST

Updated : Sep 25, 2023, 4:13 PM IST

ଶ୍ରୀମନ୍ଦିରରେ ପାର୍ଶ୍ଵପରିବର୍ତ୍ତନ ଏକାଦଶୀ ନୀତି, ଉତ୍ତର ଦିଗକୁ କଡ଼ ଲେଉଟାଇଲେ ମହାପ୍ରଭୁ

ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ପାର୍ଶ୍ବ ପରିବର୍ତ୍ତନ ଏକାଦଶୀ ନୀତି ଅନୁଷ୍ଠିତ ହୋଇଛି । ଏଥିପାଇଁ ସକାଳୁ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତି ଆରମ୍ଭ ହୋଇଛି । ସକାଳ ଧୂପ ଓ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯାଇ ନୂଆଲୁଗା ଓ ଚନ୍ଦନ ଲାଗି କରାଯାଇଛି । ସନ୍ଧ୍ୟା ଆଳତୀ ପରେ ଏକାଦଶୀ ବେଢାକୁ ମଦନମୋହନ ବିଜେ କରିବା ପରେ ବେଢା ପରିକ୍ରମା କରି ଅନ୍ୟାନ୍ୟ ନୀତିକାନ୍ତି ହେବ ।

ଆସନ୍ତାକାଲି(ମଙ୍ଗଳବାର) ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ସହ ଶ୍ରୀନହରରେ ଗଜପତି ମହାରାଜଙ୍କ ସୁନିଆ ଉତ୍ସବ ପାଳନ କରାଯିବ । ଶ୍ରୀଜଗନ୍ନାଥ ମନ୍ଦିରରେ ପାଳିତ ହେଉଥିବା ଦ୍ବାଦଶ ଯାତ୍ରା ମଧ୍ୟରୁ ପାର୍ଶ୍ଵ ପରିବର୍ତ୍ତନ ଯାତ୍ରା ଅନ୍ୟତମ । ଭାଦ୍ରବ ଶୁକ୍ଳ ଏକାଦଶୀରେ ଏହି ଯାତ୍ରା ଅନୁଷ୍ଠିତ ହୋଇଥାଏ । ମହାପ୍ରଭୁଙ୍କ ୪ ମାସ ଶୟନ କାଳରେ ୨ମାସରେ ପାର୍ଶ୍ବ ପରିବର୍ତ୍ତନ କରିଥାନ୍ତି । ଭାଦ୍ରବ ଶୁକ୍ଳ ଏକାଦଶୀ ଦିନ ଭୋଗମଣ୍ଡପ ନୀତି ଶେଷ ହେବା ପରେ ତିନି ଠାକୁରଙ୍କ ମହାସ୍ନାନ ହୋଇ ନୂଆ ଲୁଗା ଲାଗି କରାଯାଏ । ତତ୍ପରେ ପୂଜାପଣ୍ଡା, ପତିମହାପାତ୍ର ଓ ମୁଦିରସ୍ତ ସେବକ ଘଟୁଆରୀ ଘରୁ ଆସିଥିବା ଚନ୍ଦନ ଶ୍ରୀଅଙ୍ଗରେ ଲାଗି କରିଥାନ୍ତି ।

ଏହାପରେ ଶ୍ରୀମଦନମୋହନଙ୍କୁ ମହାଜନ ସେବକ ରତ୍ନସିଂହାସନ ବିଜେ କରାଇଥାନ୍ତି । ସେଠାରେ ମହାପ୍ରଭୁଙ୍କଠାରୁ ଆଜ୍ଞା ମାଳ ପାଇ ମୁକ୍ତିମଣ୍ଡପ ନିକଟରେ ଥିବା ପାଲିଙ୍କିକୁ ବିଜେ କରିଥାନ୍ତି । ଏହାପରେ ବିମାନ ବଡୁ ସେବକ ଉକ୍ତ ପାଲିଙ୍କିଟିକୁ ସ୍କନ୍ଧରେ ବହନ କରି ବଦଦେଉଳର ଥରେ ପରିକ୍ରମା କରି ପୁଣି ମୁକ୍ତିମଣ୍ଡପ ନିକଟରେ ରଖିଥାନ୍ତି । ଏହାପରେ ଶ୍ରୀମଦନମୋହନ ଜୟ ବିଜୟ ଦ୍ବାର ନିକଟରେ ବିଜେ କରିଥାନ୍ତି ଓ ସେଠାରେ ଏକାଦଶୀ ଭୋଗ ଏବଂ ବନ୍ଦାପନା ହୋଇଥାଏ । ତତ୍ପରେ ଶ୍ରୀମଦନମୋହନ ଦକ୍ଷିଣୀ ଘରକୁ ବିଜେ କରିଥାନ୍ତି ।

ଏହା ବି ପଢନ୍ତୁ- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହରିଶୟନ ଏକାଦଶୀ ନୀତି, ଚାରିମାସ ପର୍ଯ୍ୟନ୍ତ ଶୁଭକାର୍ଯ୍ୟ ବନ୍ଦ

ସନ୍ଧ୍ୟା ଧୂପ ଶେଷ ହେବା ପରେ ଅନନ୍ତ ପୁରୁଷୋତ୍ତମ ମନ୍ଦିର ଭିତରେ ଦେଉଳ ପୁରୋହିତ ପବିତ୍ର ଅଧିବାସ ଲାଗି ଆଚାର୍ଯ୍ୟ ବ୍ରହ୍ମା ବରଣ ହୋଇ ହୋମ କରିଥାନ୍ତି । ପ୍ରଥମ ବଡ଼ସିଂହାର ବେଶ ଓ ଭୋଗ ଶେଷ ହେବାପରେ ଖଟ ଶେଜ ଘର ଧୋପଖାଳ ହୋଇ ଦେଉଳ ପୁରୋହିତ ଏହି ଘରେ ପଞ୍ଚ ମୁରୁଜରେ ୩ଟି ମଣ୍ଡଳ କାଟିଥାନ୍ତି ଓ ଏହା ଉପରେ ପୂର୍ଣ୍ଣ କୁମ୍ଭ ପ୍ରତିଷ୍ଠା କରିଥାନ୍ତି । ଏହାପରେ ଭଣ୍ଡାର ମେକାପ ଏହି ମଣ୍ଡଳ ଉପରେ ୯ ମୂର୍ତ୍ତି ପବିତ୍ରା, କୁର୍ବନ୍ତିମାଳ ୩ ମୂର୍ତ୍ତିକୁ ପତନୀ ଘୋଡେଇ ରଖିଥାନ୍ତି । ତତ୍ପରେ ଦେଉଳ ପୁରୋହିତ ବରୁଣ ପୂଜା କରି ଉକ୍ତ ପବିତ୍ରାଟିକୁ ୩ ବାଡ଼ରେ ମନ୍ତ୍ର ଉଚ୍ଚାରଣ କରି ଅଧିବାସ କରାଇବା ପରେ ଖଟ ଶେଜ ଘର ମୁଦ ଦିଆଯାଇଥାଏ ।

ଏହା ବି ପଢନ୍ତୁ- ଆଜି ଶ୍ରୀମନ୍ଦିରରେ ପାର୍ଶ୍ଵ ପରିବର୍ତ୍ତନ ଏକାଦଶୀ ନୀତି ଓ ବାମନ ଜନ୍ମ ନୀତି

ଭିତର ମଇଲମ ସରି ମହାସ୍ନାନ ସରିବା ପରେ ପାଳିଆ ପୁଷ୍ପାଳକ ନୂଆ ଲୁଗା ଲାଗି କରାଇଥାନ୍ତି । ପୂଜାପଣ୍ଡା, ପତିମହାପାତ୍ର, ମୁଦିରସ୍ତ ଘଣ୍ଟ, ଛତ୍ର, କାହାଳୀରେ ୩ଟି ରୂପା ପିଙ୍ଗଣରେ ଚନ୍ଦନ ବିଜେ କରାଇ ତାହା ଶ୍ରୀଅଙ୍ଗରେ ସର୍ବାଙ୍ଗ ଲାଗି କରାଇଥାନ୍ତି । ଏହାପରେ ବଲ୍ଲଭ ବଡ଼ସିଂହାର ବେଶ ହୋଇ ୬ମୂର୍ତ୍ତି ଅଳଙ୍କାର ଲାଗି ହେବା ପରେ ଘଣ୍ଟ, ଛତ୍ର, କାହାଳୀ ସହ ତଳୁଚ୍ଛ ମହାପାତ୍ର ଓ ପ୍ରଧାନୀ ସେବକ ପଟୁଆରରେ ବଲ୍ଲଭ ବଡ଼ସିଂହାର ଭୋଗ ଛାମୁକୁ ଆଣିଥାନ୍ତି । ଆଜି ଶ୍ରୀମନ୍ଦିରରେ ୨ଥର ବଡ଼ସିଂହାର ବେଶ ଓ ଭୋଗ ହୋଇଥାଏ । ଷୋଡଶ ଉପଚାର ପୂଜା ଶେଷ ହୋଇ କର୍ପୁର ଆଳତି ହେବା ପରେ ପାର୍ଶ୍ଵପରିବର୍ତ୍ତନ ନୀତି ଅନୁଷ୍ଠିତ ହୋଇଥାଏ ।

ମୁଦିରସ୍ତ, ବେହେରା ଖୁଣ୍ଟିଆ, ଗରାବଡୁ, ପାଳିଆ ମେକାପ, ଅଖଣ୍ଡ ମେକାପ ଓ ତଢ଼ାଉ କରଣ ସେବକ ଖଟ ଶେଜ ଉପରକୁ ନିଶୁଣି ମାଧ୍ୟମରେ ଯାଇ ମୁଦ ଭାଙ୍ଗିବା ପରେ ଶୟନ ଠାକୁରଙ୍କୁ ପେଡାକୁ ମୁଦିରସ୍ତ ଖୋଲି ଗରାବଡୁ ଠାରୁ ହାତୁଆଣି ନେଇ ରୂପା ପିଙ୍ଗଣରେ ବେହେରା ଖୁଣ୍ଟିଆ ଦେଇଥିବା ଶୁକ୍ଳ ପୁଷ୍ପ ୩ ଥର ପୁଷ୍ପାଞ୍ଜଳି ଦେବାପରେ ଶୟନ ଦେବତାଙ୍କ କଡ଼ ଲେଉଟା ନୀତି କରାଯାଇଥାଏ । ଏହି ସମୟରେ ମୁଦିରସ୍ତ ବନ୍ଦାପନା କରିଥାନ୍ତି । ଏହାପରେ ପେଡା ବନ୍ଦ କରି ଦୁଆରମାନ ମୁଦ ଦେଇ ତଳକୁ ଓହ୍ଲାଇ ଆସିଥାନ୍ତି । ରତ୍ନସିଂହାସନରେ ଶ୍ରୀଜିଉମାନଙ୍କୁ ଲାଗି ହୋଇଥିବା ୬ ମୂର୍ତ୍ତି ସ୍ବର୍ଣ୍ଣ ଅଳଙ୍କାର ମଇଲମ କରାଯାଇ ବିଡ଼ିଆ, ଘଷା, ପାଇଡ଼ ମଣୋହି କରାଯାଇ ଖଟ ଶେଜ ବିଜେ ପୂର୍ବକ ପହୁଡ଼ ହୋଇଥାଏ ।

ଇଟିଭି ଭାରତ, ପୁରୀ

Last Updated : Sep 25, 2023, 4:13 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.