ETV Bharat / state

ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ପାଇଁ ଆଜିଠୁ ପୂଜାବିଧି, ଆଚାର୍ଯ୍ୟବରଣ କରିବେ ଗଜପତି ମହାରାଜା - Gajapati to perform Acharya Barana

Puri Parikrama Project: ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ଆଜିଠାରୁ ଆରମ୍ଭ ହେବ ପୂଜାବିଧି । ସନ୍ଧ୍ୟାରେ ଗଜପତି ମହାରାଜ ଆଚାର୍ଯ୍ୟବରଣ କରିବା ପରେ ହେବ ଅଙ୍କୁରାରୋପଣ । ଅଧିକ ପଢ଼ନ୍ତୁ

ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ପାଇଁ ଆଜିଠୁ ପୂଜାବିଧି

author img

By ETV Bharat Odisha Team

Published : Jan 12, 2024, 5:13 PM IST

ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ପାଇଁ ଆଜିଠୁ ପୂଜାବିଧି

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ଉତ୍ସବ ପାଇଁ ଆଜି ଆରମ୍ଭ ହେବ ପୂଜାବିଧି । ଗଜପତି ମହାରାଜା ଆଚାର୍ଯ୍ୟବରଣ କରିବା ପରେ ଆଙ୍କୁରାରୋପଣ ବିଧି ଅନୁଷ୍ଠିତ ହେବ । ଆଜି ଅପରାହ୍ନ ୫ଟାରେ ଗଜପତି ମହାରାଜା ଆଚାର୍ଯ୍ୟ ବରଣ କରିବେ । ସେହି ଦିବ୍ୟ ମୁହୂର୍ତ୍ତକୁ ଜଗନ୍ନାଥ ପ୍ରେମୀ ଅପେକ୍ଷାରେ ଅଛନ୍ତି । ଶେଷ ହୋଇଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ନିର୍ମାଣ କାର୍ଯ୍ୟ । ଉତ୍କଳୀୟ କଳା ଭାସ୍କର୍ଯ୍ୟ ଏବଂ ସୁନ୍ଦର ସୁନ୍ଦର ଫୁଲ ଓ ଗଛର ସମ୍ଭାରରେ ଝଲସୁଛି ଶ୍ରୀମନ୍ଦିର ଚତୁଃପାର୍ଶ୍ବ । ତେବେ ଆସନ୍ତା ୧୭ ତାରିଖରେ ଏହି ଐତିହାସିକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବେ ।

ତେବେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ହୋଇଥିବା କାର୍ଯ୍ୟସୂଚୀ ଅନୁଯାୟୀ ଆଜି ସନ୍ଧ୍ୟା ୫ଟାରେ ଗଜପତିଙ୍କ ଦ୍ବାରା ଆଚାର୍ଯ୍ୟବରଣ, ସନ୍ଧ୍ୟା ୬ଟା ୩୦ରେ ଅଙ୍କୁରାରୋପଣ,୧୩ ତାରିଖ ଦିନ ୧୧ଟାରୁ ରାତି ୮ଟା ମଧ୍ୟରେ ଅଙ୍କୁର ପୂଜନ ଅନୁଷ୍ଠିତ ହେବ । ସେହିପରି ୧୪ ତାରିଖ ଦିନ ୧୦ଟାରୁ ରାତି ୮ଟା ମଧ୍ୟରେ ଅଙ୍କୁର ପୂଜନ, ଯଜ୍ଞାଧିବାସ, ମଣ୍ଡଳ ସ୍ଥାପନ, ଧ୍ବଜା ସ୍ଥାପନ ଓ ତୋରଣ ସ୍ଥାପନ ଅନୁଷ୍ଠିତ ହେବ । ସେହିପରି ୧୫ ତାରିଖ ଦିନ ଅଖଣ୍ଡ ଦୀପ ସ୍ଥାପନ ସହ ପ୍ରତିଷ୍ଠା ଉତ୍ସବ ପାଇଁ ମହାଯଜ୍ଞ ଆରମ୍ଭ ହେବ । ୧୬ ତାରିଖରେ ମଧ୍ୟ ବିଭିନ୍ନ ପୂଜାବିଧି ଅନୁଷ୍ଠିତ ହେବ । ୧୭ ତାରିଖ ବୁଧବାର ଦିନ ବିଭିନ୍ନ ପୂଜାବିଧି ସହିତ ଶ୍ରୀମନ୍ଦିର ଚାରିଦ୍ବାରରେ ବେଦ ପାଠ ଓ ନାମ ସଂକୀର୍ତ୍ତନ ଅନୁଷ୍ଠିତ ହେବ ।

ଦିନ ୧ଟା ୧୫ରୁ ୧ଟା ୩୦ ମଧ୍ୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନ ୧ଟା ୩୦ରୁ ୨ଟା ମଧ୍ୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ବାରା ଯଜ୍ଞ ପୂର୍ଣ୍ଣାହୁତି, ଆରତୀ ଓ ପୁଷ୍ପାଞ୍ଜଳି ଅନୁଷ୍ଠିତ ହେବ । ପରେ ଦିନ ୨ଟାରୁ ୩ଟା ମଧ୍ୟରେ ନାମ ସଂକୀର୍ତ୍ତନ ସହ ଶୋଭାଯାତ୍ରା ଏବଂ ପରେ ସଭାଗୃହରେ ଅତିଥିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ସମ୍ବର୍ଦ୍ଧିତ କରାଯିବ । ଦିନ ୩ଟା ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରଦକ୍ଷିଣ କରିବା ପାଇଁ ସର୍ବସାଧାରଣଙ୍କ ପାଇଁ ଉନ୍ମୁକ୍ତ ରହିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

ଏହା ମଧ୍ୟ ପଢ଼ନ୍ତୁ...ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ପାଇଁ ଆଜିଠୁ ପୂଜାବିଧି, ନବବଧୂ ପରି ସଜେଇ ହୋଇଛି ଜଗନ୍ନାଥ ଧାମ

ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପରେ ଆସନ୍ତା ୧୮ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରୁ ନିମନ୍ତ୍ରିତ ଅତିଥିଙ୍କୁ ସ୍ବତନ୍ତ୍ର ବ୍ୟବସ୍ଥା ମାଧ୍ୟମରେ ପୁରୀ ଅଣାଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରଦକ୍ଷିଣ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ତେବେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଉତ୍ସବକୁ ନେଇ ଆସନ୍ତାକାଲି ଠାରୁ ପୂଜାବିଧି ଆରମ୍ଭ ହେଉଥିବା ବେଳେ ୧୭ ତାରିଖ ବୁଧବାର ଲୋକାର୍ପଣ ଉତ୍ସବକୁ ଏବେ ପ୍ରତ୍ୟେକ ଜଗନ୍ନାଥ ପ୍ରେମୀ ଦେଖିବା ପାଇଁ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି । ଏହି ଭବ୍ୟ କାର୍ଯ୍ୟକ୍ରମକୁ ସାରା ବିଶ୍ବବାସୀ ଦେଖିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଗଣମାଧ୍ୟମ, ସୋସିଆଲ ମିଡିଆ ପ୍ଲାଟଫର୍ମ ଜରିଆରେ ସିଧା ପ୍ରସାରଣ କରାଯିବାର ବ୍ୟବସ୍ଥା ମଧ୍ୟ ହୋଇଛି ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.