ପୁରୀ: ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଶେଷ ସମନ୍ବୟ ବୈଠକ ଆଜି (ଶୁକ୍ରବାର) ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା । ଏଥିରେ ରଥଯାତ୍ରା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ବ୍ୟବସ୍ଥାଗୁଡିକୁ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବା ସହ ବିଭାଗୀୟ ମନ୍ତ୍ରୀ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ।
ରଥଯାତ୍ରା, ବାହୁଡା ଓ ସୁନାବେଶରେ ଭୁବନେଶ୍ବର-ପୁରୀ ଜାତୀୟ ରାଜପଥର ପିପିଲି ଟୋଲଗେଟ ସର୍ବସାଧାରଣଙ୍କ ପାଇଁ ଦେୟ ମୁକ୍ତ ରହିବ ବୋଲି ଏହି ଅବସରରେ ଜାତୀୟ ରାଜପଥ କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି ।
ଜୁଲାଇ 4 ତାରିଖରେ ରଥଯାତ୍ରା ହେବାକୁ ଥିବା ବେଳେ ଆସନ୍ତା 30 ତାରିଖ ସୁଦ୍ଧା ଯୁଦ୍ଧକାଳୀନ ଭିତିରେ ସମସ୍ତ କାର୍ଯ୍ୟ ଶେଷ କରିବାକୁ ବିଭାଗୀୟ ମନ୍ତ୍ରୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ସ୍ବତନ୍ତ୍ର ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସମେତ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ, ପୋଲିସ ଡିଜି ଆର.ପି. ଶର୍ମା, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ବିଭିନ୍ନ ବିଭାଗର ମନ୍ତ୍ରୀ, ଜିଲ୍ଲା ପ୍ରଶାସନ, ସେବାୟତ ଓ ବୁଦ୍ଧିଜୀବୀମାନେ ଯୋଗଦେଇ ଥିଲେ ।
ପୁରୀରୁ ଶକ୍ତିପ୍ରସାଦ ମିଶ୍ର, ଇଟିଭି ଭାରତ