ETV Bharat / state

ଦେବୀ ରୁକ୍ମିଣୀଙ୍କୁ ବିବାହ କରିବେ ମହାପ୍ରଭୁ, ଚଳଚଞ୍ଚଳ ଶ୍ରୀମନ୍ଦିର

author img

By

Published : May 31, 2023, 1:34 PM IST

Updated : May 31, 2023, 2:10 PM IST

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିବାହତ୍ସବ। ଦେବୀ ରୁକ୍ମିଣୀଙ୍କୁ ହରଣ କରି ବିବାହ କରିବେ ମହାପ୍ରଭୁ । ଅଧିକ ପଢନ୍ତୁ

ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିବାହତ୍ସବ

ଦେବୀ ରୁକ୍ମିଣୀଙ୍କୁ ବିବାହ କରିବେ ମହାପ୍ରଭୁ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀ ଶ୍ରୀ ଜଗନ୍ନାଥଙ୍କ ବିବାହ । ଦେବୀ ରୁକ୍ମିଣୀଙ୍କୁ ବିବାହ କରିବେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଶ୍ରୀମଦନମୋହନ । ଜ୍ୟେଷ୍ଠ ଶୁକ୍ଳ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ରୁକ୍ମିଣୀ ହରଣ ଏବଂ ବିବାହ ଉତ୍ସବ ନୀତି ପାଳନ ହୋଇଥାଏ । ଏହି ଦିନ ସକାଳ ଧୂପ ପୂଜା ବସିଥିବା ସମୟରେ ଦକ୍ଷିଣୀ ଘରୁ ଶ୍ରୀ ମଦନମୋହନ ବେଶ କରାଯାଇଥାଏ । ସକାଳ ଧୂପ ବଢ଼ିଲା ପରେ ପୂଜାପଣ୍ଡା ମହାପ୍ରଭୁ ଜଗନ୍ନାଥଙ୍କ ଆଜ୍ଞାମାଳ ଶ୍ରୀଦେବୀଙ୍କୁ (ରୁକ୍ମିଣୀ) ପ୍ରଦାନ କରିବା ପରେ ମହାଜନ ସେବକମାନେ ଶ୍ରୀଦେବୀଙ୍କୁ ବିଜେ କରାଇ ସାତ ପାହାଚ ଠାରେ ଥିବା ପାଲିଙ୍କିରେ ଅଧିଷ୍ଠିତ କରାନ୍ତି । ଏହାପରେ ବିମାନ ବଡୁମାନେ ପାଲିଙ୍କିକୁ ମହାଲକ୍ଷ୍ମୀଙ୍କ ମନ୍ଦିର ନିକଟକୁ ନେଇଥାନ୍ତି । ମହାଲକ୍ଷ୍ମୀଙ୍କ ଜଗମୋହନରେ ପଡିଥିବା ଖଟ ଉପରେ ଶ୍ରୀଦେବୀ ପଞ୍ଚାମୃତରେ ମହାସ୍ନାନ ହୋଇ ମାଜଣା ଓ ବନକ ଲାଗି, ଅଳଙ୍କାର ଲାଗି ହୋଇଥାନ୍ତି ।

ଏହି ବେଶ ହେବା ସମୟରେ ତଢ଼ାଉ କରଣ ତାଳପତ୍ର ଓ ଲେଖନୀ ନେଇ ଉପସ୍ଥିତ ହୁଅନ୍ତି । ଭିତରଚ୍ଛ ମହାପାତ୍ର ତାଳପତ୍ର ଓ ଲେଖନୀକୁ ଶ୍ରୀଦେବୀଙ୍କର ଶ୍ରୀହସ୍ତ ଛୁଆଇଁ ତଢ଼ାଉକରଣକୁ ଦେବାରେ ସେ ଚିଟାଉ ଲେଖିଥାନ୍ତି । ଏହାପରେ ଭିତରଚ୍ଛ ମହାପାତ୍ର ଏହି ଚିଟାଉ ନେଇ ଚନ୍ଦନରେ ଶ୍ରୀଦେବୀଙ୍କ ଶ୍ରୀହସ୍ତ ମୁଦ କରାଇବା ପରେ ବିପ୍ର ବ୍ରାହ୍ମଣ (ଜନୈକ ସେବକ) ଚିଟାଉ ନେଇ ଘଣ୍ଟ ଛତା, କାହାଳୀ ସହ ଜୟବିଜୟ ଦ୍ବାର ନିକଟକୁ ଯାଇଥାନ୍ତି । ଭୋଗମଣ୍ଡପ ଶେଷ ହେବା ପରେ ଆଜ୍ଞାମାଳ ପ୍ରାପ୍ତ ହୋଇ ଶ୍ରୀମଦନମୋହନ ଜୟବିଜୟ ଦ୍ବାର ନିକଟରେ ବିଜେ କରିଥାନ୍ତି । ସେଠାରେ ପୁରାଣପଣ୍ଡା, ପୂଜାପଣ୍ଡା ଏବଂ ପାଳିଆ ଖୁଣ୍ଟିଆ ଥାଇ ବଚନିକା ହୋଇଥାଏ ।

ଏହାପରେ ଶ୍ରୀମଦନମୋହନ ସାତ ପାହାଚ ତଳେ ରଖାଯାଇଥିବା ରଥ ଉପରେ ବିରାଜମାନ କରି ବିମଳାଙ୍କ ମନ୍ଦିର ନିକଟକୁ ବିଜେ କରିଥାନ୍ତି । ଏହି ସମୟରେ ମହାଲକ୍ଷ୍ମୀ ମନ୍ଦିର ଜଗମୋହନ ଠାରୁ ଶ୍ରୀଦେବୀ ବିମଳା ମନ୍ଦିରକୁ ଗମନ କରିଥାନ୍ତି । ଏଠାରେ ପର୍ବଯାତ୍ରା ଯୋଗାଣିଆ ସେବକ ଯୋଗାଇଥିବା ସାମଗ୍ରୀମାନ ମା' ବିମଳାଙ୍କ ଶ୍ରୀଅଙ୍ଗରେ ଛୁଆଁ ହୋଇ ପୂଜା ଶେଷ ହେବା ପରେ ମନ୍ଦିରରୁ ବାହାରକୁ ଆସିବା ସମୟରେ ଶ୍ରୀମଦନମୋହନ ଶ୍ରୀଦେବୀଙ୍କୁ (ରୁକ୍ମିଣୀ) ହରଣ କରିଥାନ୍ତି । ଏହି ବିଧିଟି ଭିତରଚ୍ଛ ମହାପାତ୍ରଙ୍କ ଦ୍ଵାରା ସମ୍ପାଦିତ ହୋଇଥାଏ । ଏହାପରେ ମହାପ୍ରଭୁ ଶ୍ରୀମଦନମୋହନ ସରସ୍ବତୀଙ୍କ ମନ୍ଦିର ନିକଟରେ ଶିଶୁପାଳଙ୍କୁ ପରାସ୍ତ କରି ରଥରେ ବାନ୍ଧି ଦେଇଥାନ୍ତି । ତତ୍ପରେ ଦକ୍ଷିଣୀ ଘରୁ ବଳରାମ ବିମାନରେ ବିଜେ ହୋଇ ଆସି ଶିଶୁପାଳଙ୍କୁ ବନ୍ଧନ ମୁକ୍ତ କରାଇ ପୁନର୍ବାର ଦକ୍ଷିଣୀ ଘରକୁ ପ୍ରତ୍ୟାବର୍ତ୍ତନ କରିଥାନ୍ତି ।

ଏହାପରେ ଶ୍ରୀଦେବୀ ଓ ଶ୍ରୀମଦନମୋହନ ପନ୍ତିଭୋଗ କରାଯାଇ ବିବାହ ମଣ୍ଡପ ଠାରେ ବିଜେ ପୂର୍ବକ ଚନ୍ଦନ ଲାଗି କରାଯାଇଥାଏ । ଏହାପରେ ରତ୍ନସିଂହାସନ ତଳେ ପାଣି ପଡ଼ି ଧୋ-ପଖାଳ ହୋଇ ଯାତଭୋଗ ଉଠିବା ପରେ ଜଳକ୍ରୀଡ଼ା ଶେଷ ହୋଇଥାଏ । ଏହାପରେ ମଧ୍ୟାହ୍ନ ଧୂପ, ସନ୍ଧ୍ୟା ଆଳତୀ ବଢି ମହାସ୍ନାନ ପୂର୍ବକ ନୂଆ ଲୁଗା ଲାଗି, ସର୍ବାଙ୍ଗ ଶେଷ ହୋଇ ସନ୍ଧ୍ୟାଧୂପ ପୂଜା ବସିଥିବା ସମୟରେ ବିବାହ ମଣ୍ଡପରେ ବିବାହ ନୀତି ଆରମ୍ଭ ହୋଇଥାଏ । ପୂଜାପଣ୍ଡା ସେବକମାନଙ୍କ ଦ୍ବାରା ସମ୍ପାଦିତ ଏହି ବିବାହ ନୀତି ଶେଷ ହେବାପରେ ଶ୍ରୀମନ୍ଦିରରେ ଅନ୍ୟାନ୍ୟ ନୀତିମାନ ଅନୁଷ୍ଠିତ ହୋଇଥାଏ । ଏହିପରି ଭାବେ ଶ୍ରୀମନ୍ଦିରରେ ରୁକ୍ମଣୀ ହରଣ ଓ ବିବାହତ୍ସବ ପାଳିତ ହୋଇଥାଏ । ଆଜି ଏହି ପବିତ୍ର ଦିବସରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ହଜାର ହଜାର ଭକ୍ତଙ୍କ ଭିଡ ଜମିଛି ।

ଇଟିଭି ଭାରତ, ପୁରୀ

Last Updated : May 31, 2023, 2:10 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.