ETV Bharat / state

Chandan Yatra: ଶେଷ ହେଲା ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା

ଦୋଳେଚ ଦୋଳଗୋବିନ୍ଦ, ଚାପେଚ ମଧୁସୂଦନ, ରଥେତୁ ବାମନଂ ଦୃଷ୍ଟା ପୁନର୍ଜନ୍ମ ନ ଲଭ୍ୟତେ। ଅର୍ଥାତ ଚାପରେ ଭକ୍ତ ମଧୁସୂଦନ ରୂପରେ ପ୍ରଭୁଙ୍କୁ ଦର୍ଶନ କଲେ ପୁନର୍ଜନ୍ମ ହୁଏନାହିଁ। ମାନବୀୟ ଲୀଳାଖେଳା କରୁଥିବା ମହାପ୍ରଭୁ ସାଧାରଣ ମଣିଷ ପରି ପ୍ରଚଣ୍ଡ ରୌଦ୍ରତାପ ଓ ଗ୍ରୀଷ୍ମ ପ୍ରବାହରୁ ରକ୍ଷା ପାଇବା ପାଇଁ ଜଳକ୍ରୀଡା କରିଥାନ୍ତି। ଅକ୍ଷୟ ତୃତୀୟା ତିଥିରୁ ମହାପ୍ରଭୁଙ୍କ ବାହାର ଚନ୍ଦନଯାତ୍ରା ଆରମ୍ଭ ହୋଇଥିଲା। ଅଧିକ ପଢନ୍ତୁ

ଶେଷ ହେଲା ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା
ଶେଷ ହେଲା ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା
author img

By

Published : May 12, 2023, 10:45 PM IST

ଶେଷ ହେଲା ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା

ପୁରୀ: ଶେଷ ହେଲା ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା । ପବିତ୍ର ଅକ୍ଷୟ ତୃତୀୟାରୁ ଚାଲିଥିବା ୨୧ଦିନ ବ୍ୟାପୀ ମହାପ୍ରଭୁଙ୍କ ବାହାର ଚନ୍ଦନଯାତ୍ରା ଆଜି ଭଉଁରୀ ତିଥିରେ ଶେଷ ହୋଇଛି । ଶ୍ରୀମନ୍ଦିରରେ ଯାତଭୋଗ ସରିବା ପରେ ଏକ ବର୍ଣ୍ଣାଢ଼୍ୟ ଶୋଭାଯାତ୍ରାରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ନରେନ୍ଦ୍ର ପୁଷ୍କରିଣୀକୁ ଯାଇ ଜଳକ୍ରୀଡା କରିଛନ୍ତି । ଭଉଁରୀରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ୨୧ ଘେରା ଜଳକ୍ରୀଡା କରିଛନ୍ତି । ହଜାର ହଜାର ଭକ୍ତଙ୍କ ଗହଣରେ ଦ୍ଵାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ ଏହି ଯାତ୍ରା ଶାନ୍ତି ଶୃଙ୍ଖଳାର ଶେଷ ହୋଇଛି । ଏହାପରେ ପୁନଶ୍ଚ ୨୧ ଦିନ ବ୍ୟାପି ଶ୍ରୀମନ୍ଦିର ଭିତରେ ମହାପ୍ରଭୁଙ୍କ ଭିତର ଚନ୍ଦନ ଯାତ୍ରା ଅନୁଷ୍ଠିତ ହେବ ।

ଏହାବି ପଢନ୍ତୁ- Rathakhala Puri : ଭଉଁରୀ ତିଥିରେ ତିନି ରଥର ଚକ ଅଖ ଡେରା ନୀତି ସମ୍ପନ୍ନ

ଦୋଳେଚ ଦୋଳଗୋବିନ୍ଦ, ଚାପେଚ ମଧୁସୂଦନ, ରଥେତୁ ବାମନଂ ଦୃଷ୍ଟା ପୁନର୍ଜନ୍ମ ନ ଲଭ୍ୟତେ । ଅର୍ଥାତ ଚାପରେ ଭକ୍ତ ମଧୁସୂଦନ ରୂପରେ ପ୍ରଭୁଙ୍କୁ ଦର୍ଶନ କଲେ ପୁନର୍ଜନ୍ମ ହୁଏନାହିଁ। ମାନବୀୟ ଲୀଳାଖେଳା କରୁଥିବା ମହାପ୍ରଭୁ ସାଧାରଣ ମଣିଷ ପରି ପ୍ରଚଣ୍ଡ ରୌଦ୍ରତାପ ଓ ଗ୍ରୀଷ୍ମ ପ୍ରବାହରୁ ରକ୍ଷା ପାଇବା ପାଇଁ ଜଳକ୍ରୀଡା କରିଥାନ୍ତି । ଅକ୍ଷୟ ତୃତୀୟା ତିଥିରୁ ମହାପ୍ରଭୁଙ୍କ ବାହାର ଚନ୍ଦନଯାତ୍ରା ଆରମ୍ଭ ହୋଇଥିଲା । ୨୧ଦିନ ବ୍ୟାପୀ ବାହାର ଚନ୍ଦନଯାତ୍ରା ଯାତ୍ରାର ଭଉଁରୀ ତିଥି ଅନ୍ତିମପର୍ବ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଯାତଭୋଗ ସରିବା ପରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ, ଭୂଦେବୀ, ଶ୍ରୀଦେବୀ ଓ ଶ୍ରୀକ୍ଷେତ୍ରର ପଞ୍ଚୁପାଣ୍ଡବ ପାଲିଙ୍କି ଓ ବିମାନରେ ଏକ ବିରାଟ ପଟୁଆରରେ ଘଣ୍ଟ, ଛତା, କାହାଳୀ ସହ ଭକ୍ତଙ୍କ ହରିବୋଲ ଧ୍ବନିରେ ନରେନ୍ଦ୍ର ପୁଷ୍କରିଣୀକୁ ବିଜେ କରିବା ପରେ ପୁଷ୍କରିଣୀର ଅଗ୍ନିକୋଣରୁ ଐଶ୍ବାନ୍ୟ କୋଣ ପର୍ଯ୍ୟନ୍ତ ୭ ଘେରା ଲେଖାଏଁ ୨୧ଘେରା ଜଳକ୍ରୀଡା କରିଥିଲେ ।

ଏହାବି ପଢନ୍ତୁ- Ram Mandir: ମନ୍ଦିର ରୂପ ନେଲେଣି ଶ୍ରୀରାମ ଜନ୍ମଭୂମି, ଦେଖନ୍ତୁ ଫଟୋ

ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ସମଗ୍ର ବଡ଼ଦାଣ୍ଡରେ ସୃଷ୍ଟି ହୋଇଥିଲା ଭକ୍ତିମୟ ପରିବେଶ । ଶ୍ରୀମନ୍ଦିର ଠାରୁ ନରେନ୍ଦ୍ର ପୁଷ୍କରିଣୀ ଓ ନରେନ୍ଦ୍ର ପୁଷ୍କରିଣୀ ଚତୁଃପାର୍ଶ୍ଵରେ ଭକ୍ତଙ୍କ ଗହଳି ଲାଗିଥିଲା। ପାରମ୍ପରିକ ବାଦ୍ୟ ତଥା ଭଜନ କୀର୍ତ୍ତନ ପଟୁଆରରେ ମଦନମୋହନ, ରାମକୃଷ୍ଣ, ଭୂଦେବୀ, ଶ୍ରୀଦେବୀ ଓ ପଞ୍ଚମହାଦେବ ନରେନ୍ଦ୍ର ପୁଷ୍କରିଣୀକୁ ଯାଇ ନନ୍ଦା ଓ ଭଦ୍ରା ଚାପରେ ୨୧ ଘେରା ଜଳକ୍ରୀଡା କରିଛନ୍ତି । ସିଂହଦ୍ବାର, ବଡ଼ଦାଣ୍ଡ, ମାର୍କେଟଛକ ଓ ନରେନ୍ଦ୍ର ପୁଷ୍କରିଣୀ ସମେତ ବିଭିନ୍ନ ପ୍ରବେଶ ପଥରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପୋଲିସ ମୁତୟନ କରାଯାଇଥିଲା । ଚନ୍ଦନ ଚକଡ଼ାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୁସଜ୍ଜିତ କରାଯାଇଥିଲା । ୨୧ ଘେରା ଜଳକ୍ରୀଡ଼ା କରିଛନ୍ତି। ଶନିବାର କୌଣସି ଜଳକ୍ରୀଡ଼ା ହେବନାହିଁ। କେବଳ ହଳଦୀପାଣି ନୀତି ଅନୁଷ୍ଠିତ ହେବ। ଏହାପରେ ପୁନଶ୍ଚ ୨୧ ଦିନ ବ୍ୟାପି ଶ୍ରୀମନ୍ଦିର ଭିତରେ ମହାପ୍ରଭୁଙ୍କ ଭିତର ଚନ୍ଦନ ଯାତ୍ରା ଅନୁଷ୍ଠିତ ହେବ ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.