ETV Bharat / state

ଅନବସରର ଷଷ୍ଠ ଦିନ, ଆଜି ଶ୍ରୀଜିଉଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଓଷ - ଜ୍ବର ଉପଶମ ପାଇଁ ଗୁପ୍ତ ସେବା

ଅଣସର ଘରେ ଥିବା ମହାପ୍ରଭୁଙ୍କ ଚାଲିଛି ଗୁପ୍ତ ଉପଚାର । ଅନବସରର 6ଷ୍ଠ ଦିନରେ ଆଜି ମହାପ୍ରଭୁଙ୍କୁ ଓଷ ଲାଗି କରାଯିବ । ଅଧିକ ପଢନ୍ତୁ

lord jagannath osa lagi ritual
lord jagannath osa lagi ritual
author img

By

Published : Jun 10, 2023, 11:10 AM IST

lord jagannath osa lagi ritual

ପୁରୀ: ଧୀରେ ଧୀରେ ସୁସ୍ଥ ହେଉଛନ୍ତି ମହାପ୍ରଭୁ । ଅନବସରର ୬ଷ୍ଠ ଦିନରେ ଆଜି ମହାପ୍ରଭୁଙ୍କୁ ଓଷ ଲାଗି କରାଯିବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦଇତାପତି ଓଷ ଲାଗି କରିବେ । ଏହା ଆସନ୍ତା ୩ ଦିନ ଧରି ଚାଲିବ ।

ଅନ୍ୟପଟେ ଅଣସର ପିଣ୍ଡିରେ ଦଇତା ପତି ସେବକ ମାନେ ଶ୍ରୀଜିଉଙ୍କ ଉପଶମ ନେଇ କରୁଛନ୍ତି ଗୁପ୍ତ ସେବା ଓ ଉପଚାର । ଶ୍ରୀଜିଉଙ୍କ ଜ୍ବର ଉପଶମ ପାଇଁ ଶ୍ରୀମନ୍ଦିରରେ ଗୁପ୍ତ ସେବା ଚାଲିଛି । ଅଣସର ଘରେ ଅବସ୍ଥାନ କରିଥିବା ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଗତକାଲି ଫୁଲୁରୀ ତେଲ ଲାଗି ହୋଇଥିବା ବେଳେ ଆଜିଠୁ ବିଭିନ୍ନ ଔଷଧୀୟ ଉପଚାର କରାଯିବ । ମଧ୍ୟାହ୍ନ ଧୂପ ପରେ ଝୁଣା, ତେଲ ଓ ବିଭିନ୍ନ ଚେର ମୂଳିରେ ପ୍ରସ୍ତୁତ ଔଷଧକୁ ଦଇତାପତି ସେବକମାନେ ଶ୍ରୀଜିଉଙ୍କ ଅଙ୍ଗରେ ଲଗାଇବେ ।

ଷଷ୍ଠୀଠୁ ନବମୀ ତିଥି ପର୍ଯ୍ୟନ୍ତ ଏହି ଔଷଧ ଲାଗି କରାଯିବ । ଫଳରେ କିଛି ମାତ୍ରାରେ ଶ୍ରୀଜିଉ ଜ୍ୱରରୁ ଉପଶମ ପାଇବେ । ଦଶମୀ ଦିନ ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ମୋଦକ ଖାଇବା ପରେ ମହାପ୍ରଭୁ ସମ୍ପୂର୍ଣ୍ଣ ଉପଶମ ହେବେ । ଏହାପରେ ଅନ୍ୟ କିଛି ଗୁପ୍ତ ସେବା ଓ ନୀତି ପରେ ମହାପ୍ରଭୁ ଭକ୍ତଙ୍କୁ ନବଯୌବନ ବେଶରେ ଦର୍ଶନ ଦେବେ ।

ପରମ୍ପରା ଅନୁଯାୟୀ, ଗତକାଲି ଅନବସର ପଞ୍ଚମୀ ତିଥିରେ ଅଣସରରେ ଥିବା ଶ୍ରୀବିଗ୍ରହମାନଙ୍କୁ ଜଡିବୁଟିଯୁକ୍ତ ଔଷଧୀୟ ଫୁଲୁରି ତେଲ ଲାଗି ହୋଇଛି । ପରେ ଶ୍ରୀଜିଉ ଧୀରେ ଧୀରେ ସୁସ୍ଥ ହେବେ । ଏନେଇ ବଡ଼ ଓଡ଼ିଆ ମଠ ପକ୍ଷରୁ ସ୍ବତନ୍ତ୍ର ଶୈଳୀରେ ଫୁଲୁରି ତେଲ ପ୍ରସ୍ତୁତ ହୋଇଥିଲା । ଗତକାଲି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ପରମ୍ପରା ମୁତାବକ ବଡ ଓଡ଼ିଆ ମଠକୁ ଶ୍ରୀମନ୍ଦିର ପକ୍ଷରୁ ଫୁଲୁରି ତେଲ ବିଜେ ପାଇଁ ଖବର ଯାଇଥିଲା ।

ଏହାପରେ ବଡ଼ ଓଡ଼ିଆ ମଠ ମହନ୍ତ ଓ ଅନ୍ୟ ସାଧୁସନ୍ଥମାନେ ଶୋଭାଯାତ୍ରାରେ ଫୁଲୁରି ତେଲକୁ ଶ୍ରୀମନ୍ଦିରକୁ ବିଜେ କରିଥିଲେ । ଶ୍ରୀଜିଉଙ୍କ ପାଇଁ ୩ଟି ମାଟି ଘଡ଼ିରେ ଫୁଲୁରି ତେଲ ବିଜେ କରାଯାଇଥିଲା । ଜ୍ବର ପୀଡ଼ିତ ମହାପ୍ରଭୁଙ୍କ ଶ୍ରୀଅଙ୍ଗର ଦରଜ ଭାଙ୍ଗିବା ପାଇଁ ତୈଳ ମର୍ଦ୍ଦନର ଏହି ପରମ୍ପରା ରହି ଆସିଛି ।

ସେହିପରି ମହାପ୍ରଭୁଙ୍କୁ ଲାଗି ହେଉଥିବା ଫୁଲୁରି‌ ତେଲର ପ୍ରସ୍ତୁତି ଶୈଳୀ ସମ୍ପୂର୍ଣ୍ଣ ସ୍ଵତନ୍ତ୍ର । ତିନି ଘଡ଼ିରେ ଘଣା ପେଡ଼଼ା ରାଶି ତେଲ ସହିତ କୃଷ୍ଣଭୋଗ ଧାନ, ବେଣା ଚେର, ଚନ୍ଦନ କାଠ, କେତକୀ, ଚମ୍ପା, ବଉଳ, ମାଳତୀ, ମଲ୍ଲୀ, ଜୁଇ, ଜାଇ ଆଦି ଫୁଲର ମିଶ୍ରଣ କରଯାଇଥାଏ । ଏହି ମିଶ୍ରଣ ପ୍ରସ୍ତୁତ କରିବା ପାଇଁ ବଡ଼ ଓଡ଼ିଆ ମଠ ମହନ୍ତ ଓ ଅନ୍ୟ ସାଧୁସନ୍ଥମାନେ ସ୍ବତନ୍ତ୍ର ପଦ୍ଧତି ଅନୁସରଣ କରିଥାନ୍ତି । ଯାହା ଆଜି ପର୍ଯ୍ୟନ୍ତ ଗୁପ୍ତ ରଖାଯାଇଛି ।

ପ୍ରତିବର୍ଷ ହେରାପଞ୍ଚମୀ ଦିନ ଏହି ମିଶ୍ରଣକୁ ମାଟି ତଳେ ପୋତାଯାଏ । ପ୍ରାୟ ବର୍ଷେ ଧରି ମାଟି ତଳେ ରହିବା ପରେ ଏହି ତେଲକୁ ମାଟିରୁ ବାହାର କରାଯାଇଥାଏ । ପରେ କପଡ଼ାରେ ଛଣାଯାଇ ମାଟି ପାତ୍ରରେ ଶ୍ରୀମନ୍ଦିରକୁ ନିଆଯାଇଥାଏ । ଗାରଦରେ ଦାଖଲ ପରେ ଦଇତାପତି, ପତି ମହାପାତ୍ର ସେବକମାନେ ଏହାକୁ ଅଣସର ପିଣ୍ଡିରେ ବିଜେ ଠାକୁରଙ୍କ ଶ୍ରୀଅଙ୍ଗରେ ଲାଗି କରିଥାନ୍ତି ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.