ETV Bharat / state

ମହାପ୍ରଭୁଙ୍କ ଚିତ୍ତାକର୍ଷକ ପଦ୍ମବେଶ, ବେଶ ପ୍ରସ୍ତୁତିରେ ଲାଗିଛନ୍ତି କାରୀଗର - ପୁରୀ ନ୍ୟୁଜ

ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ । କାରିଗରମାନେ ହବିଷ୍ୟାନ୍ନ ଗ୍ରହଣ କରି ଅତି ନିଷ୍ଠାର ସହିତ ବେଶ ନିର୍ମାଣ କାର୍ଯ୍ୟରେ ଲାଗିଛନ୍ତି । ଅଧିକ ପଢନ୍ତୁ

padmabesh of the lord jagannath
padmabesh of the lord jagannath
author img

By

Published : Jan 20, 2023, 6:20 PM IST

padmabesh of the lord jagannath

ପୁରୀ: ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ । ବଡ଼ଛତା ମଠ ତତ୍ତ୍ୱାବଧାନରେ ଶ୍ରୀମନ୍ଦିରର ପାରମ୍ପରିକ ସେବାୟତମାନେ ବେଶ ନିର୍ମାଣ କାର୍ଯ୍ୟରେ ଲାଗିଛନ୍ତି । କାରିଗରମାନେ ହବିଷ୍ୟାନ୍ନ ଗ୍ରହଣ କରି ଅତି ନିଷ୍ଠାର ସହିତ ଏହି ବେଶ ନିର୍ମାଣରେ ଲାଗିପଡିଛନ୍ତି। ବଡ଼ସିଂହାର ବେଶ ପରେ ମହାପ୍ରଭୁ ପଦ୍ମବେଶରେ ବିଭୂଷିତ ହେବେ। ପଣ୍ତୁ ପୁର୍ଣ୍ଣିମାଠାରୁ ମହାପ୍ରଭୁଙ୍କ ପାଇଁ ପଦ୍ମବେଶ ପ୍ରସ୍ତୁତି ଆରମ୍ଭ ହୋଇଛି ।

ସୋଲ, ଜରି, ଜମ୍ବୁରା, କଇଁଥ ଅଠା, ବାଉଁଶ, ବେତ ଓ ବିଭିନ୍ନ ପ୍ରକାରର କନା ବ୍ୟବହାର କରି ଏହି ବେଶ ତିଆରି କରାଯାଉଛି । ତେବେ ଏହି ବେଶ ନିର୍ମାଣ କାର୍ଯ୍ୟରେ ଦରଜି ଓ ଚିତ୍ରକର ସେବକ ମଧ୍ୟ ନିୟୋଜିତ ହୋଇଥାନ୍ତି । ଆବଶ୍ୟକ ସୋଲ ସଂଗ୍ରହ କରାଯାଇ ତାକୁ କଟାଯିବା ପରେ ପରସ୍ତପରସ୍ତ କରି ଯୋଡ଼ାଯାଇ ଶ୍ରୀମୁଖ ପଦ୍ମ ଆକୃତିର ପ୍ରସ୍ତୁତ କରାଯାଏ । କରପଲ୍ଲଭ, ହଂସ ଓ ଡାଳିର ନିର୍ମାଣ କାର୍ଯ୍ୟ ଜୋରସୋରରେ ଚାଲିଥିବା ବେଳେ ଶ୍ରୀମୁଖ ପଦ୍ମ ଯୋଡା ଯିବା କାର୍ଯ୍ୟ ଖୁବ୍ ଶୀଘ୍ର ଶେଷ ହୋଇଯିବ ବୋଲି କହିଛନ୍ତି ବେଶ କାରିଗର।

ସେହିପରି ପଦ୍ମବେଶ ପ୍ରସ୍ତୁତ ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଆସନ୍ତା ୨୫ ତାରିଖ ସଂନ୍ଧ୍ୟାରେ ଏହି ବେଶ ଶ୍ରୀମନ୍ଦିରକୁ ନିଆଯିବ । ରାତିରେ ବଡ଼ସିଂହାର ବେଶରେ ମହାପ୍ରଭୁ ପଦ୍ମବେଶରେ ସଜ୍ଜିତ ହେବେ । ତେବେ ୨୬ ତାରିଖ ମଙ୍ଗଳ ଆଳତୀ ପର୍ଯ୍ୟନ୍ତ ଏହି ବେଶ ଦର୍ଶନ କରିବାର ସୁଯୋଗ ପାଇବେ ।

ତେବେ କିମ୍ବଦନ୍ତୀ ଅନୁଯାୟୀ, ଉତ୍କଳଠାରୁ ଶହଶହ ମାଇଲ ଦୂରରେ ଥିଲେ ଜଣେ ହିନ୍ଦୀ ଭାଷୀ ସାଧୁ । ତାଙ୍କର ନାମ ଥିଲା ମନୋହର ଦାସ । ଏକଦା ମହାତ୍ମା ମନୋହର ଦାସ ଜଗନ୍ନାଥଙ୍କୁ ଦର୍ଶନ କରିବା ଉଦ୍ଦେଶ୍ୟରେ ଶ୍ରୀକ୍ଷେତ୍ରକୁ ଆଗମନ କରିଥିଲେ । ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ତାଙ୍କର ପ୍ରବଳ ଆକାଂକ୍ଷା ଥିଲା । ଦୀର୍ଘ ଦିନ ଚାଲିଚାଲି ଅନେକ ଜଙ୍ଗଲ, ପାହାଡ଼, ନଈ, ରାସ୍ତା ଅତିକ୍ରମ କରି ଶାରୀରିକ ପୀଡ଼ା ସତ୍ତ୍ୱେ ସେ ଅବିଚଳିତ ଭାବେ ଆଗେଇ ଚାଲିଥାନ୍ତି । ପଥ ମଧ୍ୟରେ ରାତ୍ରି ହୋଇଗଲେ କୌଣସି ମନ୍ଦିର, ମଠ, ଆଶ୍ରମ କିମ୍ବା ବୃକ୍ଷ ତଳେ ବିଶ୍ରାମ ନିଅନ୍ତି । ତେବେ ପଦବ୍ରଜରେ ଯାଉଥିବା ବେଳେ ସାଧୁଙ୍କୁ ଥରେ ଭୀଷଣ ଶୋଷ ହେଲା । ପାଖରେ କୌଣସି ଗ୍ରାମ କିମ୍ବା ଜଳାଶୟ ନ ଥିଲା । କିଛି ପଥ ଅତିକ୍ରମ କରିବା ପରେ ହଠାତ ତାଙ୍କର ଦୃଷ୍ଟି ଗୋଚର ହେଲା ଗୋଟିଏ ପୁଷ୍କରିଣୀ ମଧ୍ୟରେ ଅନେକ ପଦ୍ମ ଫୁଲ ଫୁଟିଛି ।

ଏନେଇ ସେ ତାହା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ କାରଣ ଶୀତ ଦିନରେ ପଦ୍ମ ଫୁଲ ଫୁଟିବା ସମ୍ଭବ ନୁହେଁ । ସେ ମନେମନେ ଜଗନ୍ନାଥଙ୍କୁ ସୁମରଣା କରି ପାଣି ପିଇ ପ୍ରଭୁଙ୍କ ପାଇଁ ପୁଷ୍କରିଣୀରେ ଫୁଟିଥିବା ପଦ୍ମ ପୁଷ୍ପକୁ ତୋଳି ନିକଟରେ ଥିବା ଏକ ମଇଳା ଗାମୁଛାରେ ନେଇଥିଲେ । ମାଘ ମାସ ଅମାବାସ୍ୟା ଦିନ ସେ ଶ୍ରୀମନ୍ଦିରରେ ପହଞ୍ଚି ପଦ୍ମଫୁଲ ଗୁଡ଼ିକ ଶ୍ରୀଜୀଉଙ୍କ ଚରଣାବିନ୍ଦରେ ଲାଗି କରିବା ପାଇଁ ଅନୁରୋଧ କରିଥିଲେ । ମଇଳା ଗାମୁଛାରେ ଥିବା ଶୁଷ୍କ ପଦ୍ମ ଫୁଲକୁ ଦେଖି ପଣ୍ଡା ଏହା ଠାକୁରଙ୍କୁ ଲାଗି ହେଇପାରିବ ନାହିଁ କହି ତିରସ୍କାର କଲେ ।

ତେବେ ଏ ଘଟଣାରେ ଭକ୍ତ ମନୋହର ଦୁଃଖ ଓ ଅପମାନରେ ମ୍ରିୟମାଣ ହୋଇ ତଳେ ପଡ଼ିଥିବା ଫୁଲ ସବୁ ଗୋଟାଇ ଶ୍ରୀମନ୍ଦିରରୁ ପଳାଇ ଆସି ବଡ଼ଛତା ମଠ ନିକଟରେ ଜଗନ୍ନାଥଙ୍କୁ ସ୍ମରଣ କରି ମୂର୍ଚ୍ଛିତ ହୋଇ ପଡ଼ିଲେ । ସେହି ଦିନ ଜଗନ୍ନାଥ ମହାପ୍ରଭୁ ସ୍ୱପ୍ନାଦେଶରେ ଗଜପତି ମହାରାଜାଙ୍କୁ କହିଲେ । ମନୋହର ଆଣିଥିବା ପଦ୍ମ ପୁଷ୍ପରେ ହିଁ ଆଜି ମୋର ବଡ଼ସିଂହାର ବେଶ ହେବ । ପଦ୍ମ ଚାଉଳରେ କ୍ଷୀରି ଭୋଗ କରି ସେହି ସାଧୁଙ୍କୁ ସେବନ କରାଇ ତାଙ୍କର ଜୀବନ ରକ୍ଷା କର । ତେଣୁ ଭକ୍ତ ସାଧୁ ମନୋହର ଦାସଙ୍କ ଶ୍ରୀଜଗନ୍ନାଥଙ୍କୁ ପଦ୍ମ ପୁଷ୍ପ ପ୍ରଦାନର କିମ୍ବଦନ୍ତୀ ମୂଳକ ସ୍ମରଣ ରଖାଯାଇ ମାଘ ମାସରେ ଏହି ବେଶରେ ଜଗନ୍ନାଥ ମହାପ୍ରଭୁ ସୋଲରେ ନିର୍ମିତ ପଦ୍ମ ପୁଷ୍ପରେ ପରିହିତ ହୋଇଥାନ୍ତି ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.