ETV Bharat / state

କାର୍ତ୍ତିକ ପୂର୍ଣ୍ଣିମାରେ ସୁନାବେଶରେ ଦର୍ଶନ ଦେଲେ ଶ୍ରୀଜିଉ, ଚଳଚଞ୍ଚଳ ଶ୍ରୀକ୍ଷେତ୍ର

author img

By ETV Bharat Odisha Team

Published : Nov 27, 2023, 10:50 AM IST

Updated : Nov 27, 2023, 11:16 AM IST

ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ଚଳଚଞ୍ଚଳ ହୋଇଛି ଶ୍ରୀକ୍ଷେତ୍ର । ସୁନାବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ । ଅଧିକ ପଢନ୍ତୁ

Kartik Purnima in shreemandir
lord jagannath sunabesha on Kartik Purnima
ସୁନାବେଶରେ ଦର୍ଶନ ଦେଲେ ଶ୍ରୀଜିଉ,

ପୁରୀ: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି । କାର୍ତ୍ତିକ ପୂର୍ଣ୍ଣିମା ତଥା ରାହାସ ପୂର୍ଣ୍ଣିମାରେ ଚଳଚଞ୍ଜଳ ହୋଇ ଉଠଛି ଶ୍ରୀକ୍ଷେତ୍ର । କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁ କାଳିଆ ସାଆନ୍ତେଙ୍କର ସୁନାବେଶ ବା ରାଜରାଜେଶ୍ବର ବେଶ ଅନୁଷ୍ଠିତ ହୋଇଛି । ଶ୍ରଦ୍ଧାଳୁଙ୍କୁ ସୁନାବେଶରେ ଦର୍ଶନ ଦେଇଛନ୍ତି ଶ୍ରୀଜିଉ । ମହାପ୍ରଭୁଙ୍କର ଏହି ଦୁର୍ଲଭ ବେଶ ଦର୍ଶନ କରିବାକୁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଏହି ସ୍ବତନ୍ତ୍ର ବେଶ ଦର୍ଶନ କରି ସାନ୍ନିଧ୍ୟ ଲାଭ କରିଛନ୍ତି ଶ୍ରଦ୍ଧାଳୁ ।

ଶ୍ରୀଜିଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ପୁଷ୍ପାଳକ ସେବକମାନେ ବିଭିନ୍ନ ରତ୍ନ ଅଳଙ୍କାର ଓ ପାଟବସ୍ତ୍ରରେ ଶ୍ରୀଜିଉମାନଙ୍କୁ ରାଜବେଶରେ ସଜାଇଥାନ୍ତି । ଏହି ବେଶରେ ଠାକୁରମାନେ ଶ୍ରୀଭୁଜ, କିରୀଟ, ଶ୍ରୀପୟର, ଓଡ଼ିଆଣୀ, ଚନ୍ଦ୍ରସୂର୍ଯ୍ୟ, କୁଣ୍ଡଳ, ଚିତା, ଚନ୍ଦ୍ରିକା, ଶଙ୍ଖ, ଚକ୍ର, ହଳ, ମୂଷଳ, ତ୍ରିଶାଖା, ଅଳକା, ତଡ଼ଗି, ଶ୍ରୀମୁଖ ପଦ୍ମ, ଘାଗଡ଼ା ମାଳି, କଦମ୍ବ ମାଳି, ହରିଡ଼ା କଦମ୍ବ ମାଳି, ବାହାଡ଼ା ମାଳି, ତାବିଜ ମାଳି, ବାଘନଖି ମାଳି ଓ ସେବତୀମାଳି ଆଦି ରତ୍ନ ଅଳଙ୍କାର ଧାରଣ କରିଥାଆନ୍ତି । ଏହି ବେଶରେ ଗୋପାଳ ବଲ୍ଲଭ, ସକାଳଧୁପ ଓ ଭୋଗମଣ୍ଡପ ଆଦି ନୀତି ଶେଷ ହେବା ପରେ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଦର୍ଶନ ଆରମ୍ଭ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଥିବାରୁ ଗତକାଲି ମହାପ୍ରଭୁଙ୍କ ରାତ୍ର ପହୁଡ଼ ହୋଇ ନାହିଁ । ସାରା ରାତି ମହାପ୍ରଭୁଙ୍କୁ ଦର୍ଶନ କରିବାର ସୁଯୋଗ ପାଇଛନ୍ତି ଭକ୍ତ ।

ଏହା ବି ପଢନ୍ତୁ...ପଞ୍ଚୁକ ଚତୁର୍ଦ୍ଦଶୀ ତିଥି, ଲକ୍ଷ୍ମୀ ନୃସିଂହ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ମହାପ୍ରଭୁଙ୍କ ରାଜରାଜେଶ୍ୱର ବେଶ ସୁନାବେଶର ଅନୁରୂପ ବେଶ । ଏହି ଦୁର୍ଲ୍ଲଭ ବେଶ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଲକ୍ଷ ଲକ୍ଷ ଭକ୍ତଙ୍କ ଆଗମନ ହୋଇଛି । ମହାପ୍ରଭୁଙ୍କ ରାଜାରାଜେଶ୍ୱର ବେଶ ଦର୍ଶନ କରି ଭକ୍ତ ବେଶ ଆନନ୍ଦିତ ହୋଇଛନ୍ତି । ଅତୀତରେ ଓଡ଼ିଶାର ବହୁ ରାଜା, ଜମିଦାର ଓ ସାମନ୍ତ ବର୍ଗ ଶ୍ରୀମନ୍ଦିରକୁ ଆଗମନ ପୂର୍ବକ ଶ୍ରୀବିଗ୍ରହମାନଙ୍କର ଏହି ରାଜ ବେଶ ଦର୍ଶନରେ ପରମ ସନ୍ତୋଷ ଲାଭ କରିବା ସଙ୍ଗେସଙ୍ଗେ ଠାକୁରମାନଙ୍କର ଉଦ୍ଦେଶ୍ୟରେ ନାନାଦି ରତ୍ନ ଅଳଙ୍କାର ଦାନ କରୁଥିଲେ । ମୟୂରଭଞ୍ଜର ରାଜା ଓ ପାରଳାଖେମୁଣ୍ଡି ରାଜ୍ୟର ଗଜପତିମାନେ କାର୍ତ୍ତିକ ପୂର୍ଣ୍ଣିମା ଦିନ ଠାକୁରମାନଙ୍କ ରାଜାରାଜେଶ୍ୱର ବେଶ ଦର୍ଶନ କରି ମହାପ୍ରଭୁଙ୍କୁ ସୁନିଆ ଭେଟିଦେଇ ମହୋତ୍ସବ କରାଉଥିବା ଜଣାଯାଏ । ଉତ୍କଳର ରାଜା ସାମନ୍ତରାଜାଙ୍କ ପକ୍ଷେ ଏହି ବେଶ ଅତ୍ୟନ୍ତ ପବିତ୍ର ଓ ଦର୍ଶନୀୟ ଥିଲା ।

ଭକ୍ତମାନଙ୍କ ଶୃଙ୍ଖଳିତ ଭାବେ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତ ଶ୍ରୀମନ୍ଦିରକୁ ଆସୁଛନ୍ତି । ପ୍ରବଳ ଭିଡ଼ ପରିଲକ୍ଷିତ ହେଉଛି । ଶୃଙ୍ଖଳିତ ଦର୍ଶନ ପାଇଁ କେବଳ ବାହାର କାଠ ନିକଟରେ ଦର୍ଶନ ବ୍ୟବସ୍ଥା ହେଇଛି । ଭିତର କାଠ ଦର୍ଶନ ପାଇଁ ଭକ୍ତଙ୍କୁ ଛଡ଼ା ଗଲେ ମହାପ୍ରଭୁଙ୍କ ନିତିରେ ବିଲମ୍ବ ହେବା ସହ ଭକ୍ତଙ୍କ ଦର୍ଶନ ନେଇ ସମସ୍ୟା ଉପୁଜିବ । ତେଣୁ ଶୃଙ୍ଖଳିତ ଦର୍ଶନ ପାଇଁ ବାହାର କାଠ ନିକଟରେ ଦର୍ଶନ ବ୍ୟବସ୍ଥା ହୋଇଛି ।

ଇଟିଭି ଭାରତ, ପୁରୀ

Last Updated : Nov 27, 2023, 11:16 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.