ETV Bharat / state

Lunar eclipse: କୁମାର ପୂର୍ଣ୍ଣିମାରେ ଚନ୍ଦ୍ର ଗ୍ରହଣ, ଶ୍ରୀମନ୍ଦିରରେ ହେବ ସ୍ଵତନ୍ତ୍ର ନୀତିକାନ୍ତି

author img

By ETV Bharat Odisha Team

Published : Oct 11, 2023, 7:23 PM IST

ଚଳିତ ମାସ ପୂର୍ଣ୍ଣିମା ଅର୍ଥାତ କୁମାର ପୂର୍ଣ୍ଣିମାରେ ପଡୁଛି ଚନ୍ଦ୍ର ଗ୍ରହଣ । ଆସନ୍ତା 28 ତାରିଖରେ ପଡ଼ୁଛି ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ । ଦେବନୀତି ପାଇଁ ସମୟ ନିର୍ଦ୍ଧାରଣ ହୋଇଛି । ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିର ସ୍ଵତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ ହେବ । ଅଧିପ ପଢ଼ନ୍ତୁ

କୁମାର ପୂର୍ଣ୍ଣିମାରେ ଚନ୍ଦ୍ର ଗ୍ରହଣ
କୁମାର ପୂର୍ଣ୍ଣିମାରେ ଚନ୍ଦ୍ର ଗ୍ରହଣ
କୁମାର ପୂର୍ଣ୍ଣିମାରେ ଚନ୍ଦ୍ର ଗ୍ରହଣ

ପୁରୀ: ଚଳିତ ମାସ ପୂର୍ଣ୍ଣିମା ଅର୍ଥାତ କୁମାର ପୂର୍ଣ୍ଣିମାରେ ପଡୁଛି ଚନ୍ଦ୍ର ଗ୍ରହଣ । ଆସନ୍ତା 28 ତାରିଖରେ ପଡ଼ୁଛି ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ । ଦେବନୀତି ପାଇଁ ସମୟ ନିର୍ଦ୍ଧାରଣ ହୋଇଛି । ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିର ସ୍ଵତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ଏହିଦିନ ଚକ୍ରରାଜ ସୁଦର୍ଶନ ଚାରିଆଶ୍ରମ ପରିକ୍ରମା କରି ରତ୍ନସିଂହାସନରେ ବିଜେ କରିବେ । ଗ୍ରହଣ ସ୍ପର୍ଶର ୯ଘଣ୍ଟା ପୂର୍ବରୁ ପାକତ୍ୟାଗ ହେବ । ଅପରାହ୍ନ ୪ଟା ୪ମିନିଟ ୫୫ସେକେଣ୍ଡ ପୂର୍ବରୁ ଏହା ଆରମ୍ଭ ହେବ ।

ତେବେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସ୍ଵତନ୍ତ୍ର ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପାଳିଆ ସେବକଙ୍କ ସହ ଆଲୋଚନା କରାଯାଇଛି । ଚଳିତ ବର୍ଷ କୁମାର ପୂର୍ଣ୍ଣିମାରେ ଏକମାତ୍ର ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ ଅନୁଷ୍ଠିତ ହେବ । ଗ୍ରହଣର ସ୍ପର୍ଶ ସମୟ ହେଉଛି ରାତ୍ରି ୧ଘଣ୍ଟା ୪ ମିନିଟ୍ ୫୫ ସେକେଣ୍ଡ । ଗ୍ରହଣ ସର୍ବମୋକ୍ଷ ରାତ୍ରୀ ୨ଟା ୨୪ମିନିଟ୍ ୨ ସେକେଣ୍ଡ । ଅର୍ଥାତ ଗ୍ରହଣର ଅବଧି ୧ଘଣ୍ଟା ୧୯ମିନିଟ ୭ସେକେଣ୍ଡ ରହିବ । ଗ୍ରହଣର ୯ ଘଣ୍ଟା ପୂର୍ବରୁ ଅର୍ଥାତ୍ ଅପରାହ୍ନ ୪ ଟା ୪ ମିନିଟ୍ ୫୫ ସେକେଣ୍ଡ ଠାରୁ ରାତ୍ର ୨ଟା ୨୪ମିନିଟ୍‌ ୨ସେକେଣ୍ଡ ପର୍ଯ୍ୟନ୍ତ ପାକତ୍ୟାଗ, ଅନ୍ନ ଭୋଜନ ଓ ଦେବନୀତି ନିଷିଦ୍ଧ ରହିବ ।

ଏହା ମଧ୍ୟ ପଢ଼ନ୍ତୁ....ଚନ୍ଦ୍ର ଗ୍ରହଣ: ନିର୍ଦ୍ଧାରିତ ସମୟରେ ଲିଙ୍ଗରାଜଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ

ତେବେ ଗ୍ରହଣ ସମୟରେ ଶ୍ରୀ ମନ୍ଦିରର ନୀତି ଓ ପରମ୍ପରା କିନ୍ତୁ ଭିନ୍ନ । ଗ୍ରହଣ ସମୟରେ ସବୁଠାରେ ଦେବ ନୀତି ବନ୍ଦ ରହୁଥିବା ବେଳେ ଶ୍ରୀମନ୍ଦିରରେ କିନ୍ତୁ ଗ୍ରହଣ ସ୍ପର୍ଶ ହେବା ମାତ୍ରେ ମହାପ୍ରଭୁଙ୍କ ନୀତିକାନ୍ତି ଆରମ୍ଭ ହୋଇଥାଏ । ଏହା ଶ୍ରୀମନ୍ଦିରର ସ୍ଵତନ୍ତ୍ରତା । ଏହି ଦିନ ଚକ୍ରରାଜ ସୁଦର୍ଶନ ଚାରିଆଶ୍ରମ ପରିକ୍ରମା କରିଥାନ୍ତି । ପ୍ରଥମେ ମାର୍କେଣ୍ଡେୟ ଆଶ୍ରମ, ଅଙ୍ଗିରା, ଭୃଗୁ ଶେଷରେ କଣ୍ଡୁ ଆଶ୍ରମ ବିଜେ କରିଥାନ୍ତି । ଚକ୍ରରାଜ ସୁଦର୍ଶନ ମଧ୍ୟାହ୍ନ ଧୂପ ପରେ ରତ୍ନ ସିଂହାସନରୁ ଆସି ଚଉଦୋଳରେ ବିଜେ ହୋଇ ପରିକ୍ରମା କରିବା ପରେ ପାକତ୍ୟାଗ ପୂର୍ବରୁ ରତ୍ନସିଂହାସନରେ ବିଜେ କରିବେ ।

ଗ୍ରହଣ ସ୍ପର୍ଶ ସମୟରୁ ହିଁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସ୍ନାନ, ଗ୍ରହଣ ଖଇକୋରା ଭୋଗ ନୀତି ଅନୁଷ୍ଠିତ ହେବ । ଶାସ୍ତ୍ରରେ ଲିଖିତ ଅନୁଯାୟୀ ଛୋଟ ପିଲା, ବୃଦ୍ଧ, ରୋଗୀଙ୍କ କ୍ଷେତ୍ରରେ ଗ୍ରହଣ କଟକଣା ଲାଗୁ ହେବ ନାହିଁ । ଅନ୍ୟମାନେ ଏହା ପାଳନ କରିବା ଉଚିତ୍ । ଗ୍ରହଣ ନିୟମ ମାନିବା ଦ୍ବାରା ମଙ୍ଗଳ ହୋଇଥାଏ ବୋଲି ଜଗନ୍ନାଥ ସଂସ୍କୃତି ଗବେଷକ ପଦ୍ମନାଭ ତ୍ରିପାଠୀ ଶର୍ମା କହିଛନ୍ତି ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.