ETV Bharat / state

ସମଲେଇ ପ୍ରକଳ୍ପ ଲୋକାର୍ପଣ ପାଇଁ ମହାପ୍ରଭୁଙ୍କୁ ନିମନ୍ତ୍ରଣ

author img

By ETV Bharat Odisha Team

Published : Jan 7, 2024, 11:06 AM IST

Maa Samaleswari Temple Project: ଜାନୁଆରୀ ୨୭ରେ ହେବ ସମଲେଇ ପ୍ରକଳ୍ପର ଲୋକାର୍ପଣ । ସମଲେଇ ପ୍ରକଳ୍ପ ଲୋକାର୍ପଣ ପାଇଁ ଶ୍ରୀମନ୍ଦିରକୁ ନିମନ୍ତ୍ରଣ ପତ୍ର ପ୍ରଦାନ । ଅଧିକ ପଢନ୍ତୁ

Maa Samaleswari Temple Project
ସମଲେଇ ପ୍ରକଳ୍ପ ଲୋକର୍ପଣ ପାଇଁ ଶ୍ରୀମନ୍ଦିରକୁ ନିମନ୍ତ୍ରଣ

ପୁରୀ: ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ମା' ସମଲେଶ୍ବରୀ ପୀଠର ଚାଲିଛି ରୂପାନ୍ତରଣ । ଆଗାମୀ ୨୭ ତାରିଖରେ ଏହି ରୂପାନ୍ତରଣ ପ୍ରକଳ୍ପର ଲୋକାର୍ପଣ ହେବ । ଏନେଇ ମହାପ୍ରଭୁଙ୍କୁ ମିଳିଛି ଦେବ ନିମନ୍ତ୍ରଣ । ସମଲେଇ ମନ୍ଦିର ଟ୍ରଷ୍ଟ ବୋର୍ଡର ସଭାପତି ସଦସ୍ୟ ଓ ପୂଜାରୀମାନେ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ପାରମ୍ପରିକ ବିଧି ମୁତାବକ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି ।

ଶ୍ରୀମନ୍ଦିର କାର୍ଯ୍ୟାଳୟ ନିକଟରେ ନିମନ୍ତ୍ରଣକାରୀ ଦଳ ପହଞ୍ଚିବା ପରେ ସେମାନଙ୍କୁ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା, ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଜିତେନ୍ଦ୍ର ନାରାୟଣ ମହାନ୍ତି ସମସ୍ତ ସଦସ୍ୟଙ୍କୁ ସ୍ୱାଗତ କରିବା ସହ ଶ୍ରୀବିଗ୍ରହଙ୍କ ଲାଗି ଖଣ୍ଡୁଆ ପାଟ ଅର୍ପଣ କରିଥିଲେ । ତେବେ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସବୁ ଘରକୁ ନଡିଆ ଦିଆଯିବ ଏବଂ ସବୁ ଘରୁ ମାଆଙ୍କ ପାଇଁ ସିନ୍ଦୁର ଆସିବ ବୋଲି ସମଲେଶ୍ବରୀ ମନ୍ଦିର ଟ୍ରଷ୍ଟ ବୋର୍ଡର ସଭାପତି ସଞ୍ଜୟ କୁମାର ବାବୁ ସୂଚନା ଦେଇଥିଲେ ।

ଏହା ମଧ୍ୟ ପଢନ୍ତୁ - ୨୭ରେ ସମଲେଇ ପ୍ରକଳ୍ପ ଲୋକାର୍ପଣ; ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ, ମା'ଙ୍କ ପାଇଁ ଭକ୍ତଙ୍କ ଘରୁ ଆସିବ ସିନ୍ଦୁର

ଏହା ମଧ୍ୟ ପଢନ୍ତୁ - ମା' ସମଲେଶ୍ବରୀ ମନ୍ଦିରରେ 5T ଅଧ୍ୟକ୍ଷ; ରୂପାନ୍ତରଣ ପ୍ରକଳ୍ପର କଲେ ସମୀକ୍ଷା

ତେବେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ ପୂର୍ବରୁ ଭୁବନେଶ୍ବରରେ ଶ୍ରୀଲିଙ୍ଗରାଜଙ୍କୁ ନିମନ୍ତ୍ରଣ କରାଯାଇଥିଲା । ଏଥିସହ ଗତକାଲି ମା' ସମଲେଶ୍ବରୀ ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ, ସଭାପତି ଓ ପୂଜାରୀମାନେ ନବୀନ ନିବାସ ଯାଇ ମଙ୍ଗଳାଷ୍ଟକ ଗାନ କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଶୀର୍ବାଦ କରି ପ୍ରକଳ୍ପର ଲୋକାର୍ପଣ ପାଇଁ ନିମନ୍ତ୍ରଣ ଦେଇଥିଲେ ।

ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା' ସମଲେଶ୍ବରୀଙ୍କ ମନ୍ଦିର ଷୋଡଶ ଶତାଦ୍ଦୀର ଏକ ପ୍ରସିଦ୍ଧ ପୀଠ । ଏହାର ଉନ୍ନତି ପାଇଁ ୨୦୨୧ ମସିହାରେ ମୁଖ୍ୟମନ୍ତ୍ରୀ ସମଲେଇ ପ୍ରକଳ୍ପ ଆରମ୍ଭ କରିଛନ୍ତି । ଏଥିପାଇଁ ୨୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି । ମନ୍ଦିରର ସୌନ୍ଦର୍ଯ୍ୟକରଣ ସହିତ ଭକ୍ତମାନଙ୍କ ପାଇଁ ଏକ ଅଧ୍ୟାତ୍ମିକ ପରିବେଶ ସୃଷ୍ଟି କରିବା ନିମନ୍ତେ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଇଛି । ମନ୍ଦିର ସହିତ ମହାନଦୀ ଘାଟର ମଧ୍ୟ ଉନ୍ନତିକରଣ କରାଯାଉଛି । ଏହି ପ୍ରକଳ୍ପର ସଠିକ କାର୍ଯ୍ୟାନ୍ବୟନ ପାଇଁ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଅନେକ ଥର ସମ୍ବଲପୁର ଯାଇ ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କରିଛନ୍ତି ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.