ETV Bharat / state

ଶ୍ରୀମନ୍ଦିରରେ ମକର ସଂକ୍ରାନ୍ତି ନୀତି

author img

By

Published : Jan 14, 2021, 10:23 AM IST

ଆଜି ପବିତ୍ର ମକର ସଂକ୍ରାନ୍ତି। ଶ୍ରୀମନ୍ଦିର ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତି ଓ ମକର ଚୌରାଶି ବେଶ ଅନୁଷ୍ଠିତ ହୋଇଥାଏ। ହିନ୍ଦୁ ଧର୍ମ ବିଶ୍ବାସ ଅନୁସାରେ ଏହି ମକର ସଂକ୍ରାନ୍ତି ଦିନ ଜଗନ୍ନାଥଙ୍କ ଦର୍ଶନରେ ରାଜସୂୟ ଯଜ୍ଞର ଫଳ ପ୍ରାପ୍ତି ହୋଇଥାଏ । ପଢନ୍ତୁ ସମ୍ପୂର୍ଣ୍ଣ ଖବର..

ଶ୍ରୀମନ୍ଦିରରେ ମକର ସଂକ୍ରାନ୍ତି ନୀତି
ଶ୍ରୀମନ୍ଦିରରେ ମକର ସଂକ୍ରାନ୍ତି ନୀତି

ପୁରୀ: ଆଜି ପବିତ୍ର ମକର ସଂକ୍ରାନ୍ତି । ଶ୍ରୀମନ୍ଦିର ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତି ଓ ମକର ଚୌରାଶି ବେଶ ଅନୁଷ୍ଠିତ ହୋଇଥାଏ। ମକର ସଂକ୍ରାନ୍ତି ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ମଙ୍ଗଳ ଆଳତି ଓ ଅବକାଶ ନୀତି ବଢ଼ିବା ପରେ ଶ୍ରୀଜିଉମାନଙ୍କର ପଟା ପହରଣ ଲାଗି କରାଯିବା ପରେ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହୋଇଥାଏ ।

ଶ୍ରୀମନ୍ଦିର ରେ ମକର ସଂକ୍ରାନ୍ତି ନୀତି
ଶ୍ରୀମନ୍ଦିରରେ ମକର ସଂକ୍ରାନ୍ତି ନୀତି

ଏହାପରେ କର୍ପୂର ଲାଗି ହୋଇ ଶ୍ରୀବିଗ୍ରହମାନଙ୍କର ବେଶ ବଢ଼ିଥାଏ । ଗୋପାଳବଲ୍ଲଭ ଓ ସକାଳ ଧୂପ ନୀତି ବଢ଼ିବା ପରେ ମଇଲମ, ମହାସ୍ନାନ, ସର୍ବାଙ୍ଗ ଲାଗି, ନୂଆଲୁଗା ଲାଗି, ମାଳଚୂଳ ଲାଗି ହେବା ପରେ ୬ ମୂର୍ତ୍ତି ଅଳଙ୍କାର ଲାଗି ହୋଇ ମକରବେଶ ବଢ଼ିଥାଏ । ଘଣ୍ଟ, ଛତା, କାହାଳୀ ପଟୁଆର ସହିତ ତଳିଚ୍ଛୁ ଓ ପ୍ରଧାନୀ ସେବକଙ୍କ ହାତପୈଠ ହୋଇ ରୋଷଘରଠାରୁ ଭୋଗ ଶ୍ରୀଛାମୁକୁ ଆସିଥାଏ । ଭୋଗଟେରା ବନ୍ଧାହେବା ପରେ ଦିଗପାଳ ବଳି ନୀତି ହୋଇଥାଏ । ଭୋଗ ବଢ଼ିବା ପରେ ପାଣି ପଡ଼ି ଧୋପଖାଳ ହୋଇ ଟେରା ବନ୍ଧାଯାଏ । ଇତି ମଧ୍ୟରେ ମକରଚାଉଳ ପ୍ରସ୍ତୁତି ନିମନ୍ତେ ରୋଷଘରକୁ ଗୋଦାମରୁ ନଡ଼ିଆ, ଘିଅ, ମିଠା, ମସଲା ଓ ଦୁଧସରମାନ ଅଣାଯାଇଥାଏ । ହାଣ୍ଡି କୁଡ଼ୁଆ ଇତ୍ୟାଦି ସଜଡ଼ା ଯାଇଥାଏ ।

ସୁଦୁ ସୁଆର ସେବକ ଉପରୋକ୍ତ ଦ୍ରବ୍ୟଗୁଡ଼ିକରେ ମକରଚାଉଳ ପ୍ରସ୍ତୁତ କରି ରଖିଥାନ୍ତି । ଏହାପରେ ପୂର୍ବ ଦିନରୁ ଭୋଗମଣ୍ଡପ ଘରେ ଶୁଦ୍ଧପୂତ ଭାବେ ଅଧିବାସ ହୋଇ ରଖାଯାଇଥିବା ମକରଚାଉଳକୁ ପତ୍ରିବଡ଼ୁ / ପନ୍ତିବଡ଼ୁ ସେବକମାନେ ମୁହଁରେ ବାଘମୁହାଁ ବାନ୍ଧି ଘଣ୍ଟ, ଛତା, କାହାଳୀ ପଟୁଆରରେ ତଳିଚ୍ଛୁଙ୍କ ସହ ମୁଖ୍ୟ ମନ୍ଦିରକୁ ତିନିଥର ପରିକ୍ରମା କରି ଶ୍ରୀଛାମୁରେ ପନ୍ତି ବାଢ଼ିଥାନ୍ତି । ଏହାପରେ ମହାଭୋଇ ଦୁଧ, ଗୁଡ଼ିଆ ଶାକର ଓ ଣାସବୁକୁ ଉପରୋକ୍ତ ପ୍ରକାରେ ଏକଥର ବଡ଼ଦେଉଳ ପରିକ୍ରମା କରି ଜୟବିଜୟ ଦ୍ବାରଠାରେ ମହାସୁଆରଙ୍କ ଜିମା ଦେଲେ ମହାସୁଆର ତାକୁ ନେଇ ଛାମୁରେ ବାଢ଼ି ଥାଆନ୍ତି । ହଡ଼ପ ନାୟକ ସେବକ ହଡ଼ପ ଘରଠାରୁ ଘଣ୍ଟ, ଛତା, କାହାଳୀ ପଟୁଆରରେ ମୁଖ୍ୟ ମନ୍ଦିର ଭିତର ବେଢ଼ାକୁ ଏକଥର ବୁଲି ଭୋଗ ବାଢ଼ିବା ନିମନ୍ତେ ମହାସୁଆରକୁ ଦେଇ ଥାଆନ୍ତି । ମୁଦିରସ୍ତ ପ୍ରସାଦ ଲାଗି କରିବା ପରେ ତିନି ବାଡ଼ରେ ତିନି ପୂଜାପଣ୍ଡା ପଞ୍ଚୋପଚାରରେ ମଣୋହି କରନ୍ତି । ଭୋଗ ସରିବା ପରେ ଶ୍ରୀଜିଉମାନଙ୍କୁ ବନ୍ଦାପନା କରାଯାଏ । ଏ ସଂପର୍କରେ ସ୍କନ୍ଦପୁରାଣର ବିଷ୍ଣୁଖଣ୍ଡରେ ଉଲ୍ଲେଖ ରହିଛି ଯେ ମହର୍ଷି କଶ୍ୟପ ମହାପ୍ରଭୁ ଜଗନ୍ନାଥଙ୍କ ପ୍ରୀତି ନିମନ୍ତେ ଶ୍ରୀମନ୍ଦିରରେ ଏହି ମହୋତ୍ସବ ପାଳନ କରିଥିଲେ । ଏହି ନୀତି ସଂପାଦନ ସମୟରେ ଘଣ୍ଟ, ଛତା, କାହାଳୀର ମହାର୍ଘ ପଟୁଆରରେ ହଜାର ହଜାର ଭକ୍ତ ମନ୍ଦିର ପ୍ରଦକ୍ଷିଣ କରନ୍ତି । ବିଶେଷଭାବେ ଜଗମୋହନରେ ଶ୍ରୀଜିଉଙ୍କର ଅର୍ପିତ ଅମୃତୋଗମ ମକରଚାଉଳ ବା ମକରଭୋଗ ଲାଭ କରିବା ନିମନ୍ତେ ଭକ୍ତ ମାନଙ୍କଠାରେ ପ୍ରବଳ ଆଗ୍ରହ ରହିଥାଏ ।

ହିନ୍ଦୁ ଧର୍ମ ବିଶ୍ବାସ ଅନୁସାରେ ଏହି ମକର ସଂକ୍ରାନ୍ତି ଦିନ ଜଗନ୍ନାଥଙ୍କ ଦର୍ଶନରେ ରାଜସୂୟ ଯଜ୍ଞର ଫଳ ପ୍ରାପ୍ତି ହୋଇଥାଏ । ଯେଉଁ ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କରି ବିଧିପୂର୍ବକ ବେଢ଼ା ପ୍ରଦକ୍ଷିଣ କରନ୍ତି, ସେମାନେ ପୁଣ୍ୟଲାଭ ସହିତ ମୁକ୍ତିଲାଭ କରିଥାଆନ୍ତି ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.