ETV Bharat / state

ପିପିଲି ଉପନିର୍ବାଚନ ନେଇ ନୋଡାଲ ଅଧିକାରୀଙ୍କ ବୈଠକ

ପିପିଲି ଉପ ନିର୍ବାଚନରେ ସଫଳ ପରିଚାଳନା ନିମନ୍ତେ ଦାୟିତ୍ବରେ ଥିବା ନୋଡାଲ ଅଧିକାରୀ ମାନଙ୍କ ବୈଠକ ସ୍ଥାନୀୟ ସ୍ବତନ୍ତ୍ର ପ୍ରଦକ୍ଷଣ ଗୃହ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ଅଧିକ ପଢନ୍ତୁ...

author img

By

Published : Mar 25, 2021, 10:28 PM IST

ପିପିଲି ଉପନିର୍ବାଚନ ନେଇ ନୋଡାଲ ଅଧିକାରୀଙ୍କ ବୈଠକ
ପିପିଲି ଉପନିର୍ବାଚନ ନେଇ ନୋଡାଲ ଅଧିକାରୀଙ୍କ ବୈଠକ

ପୁରୀ: ପିପିଲି ଉପ ନିର୍ବାଚନରେ ସଫଳ ପରିଚାଳନା ନିମନ୍ତେ ଦାୟିତ୍ବରେ ଥିବା ନୋଡାଲ ଅଧିକାରୀ ମାନଙ୍କ ବୈଠକ ସ୍ଥାନୀୟ ସ୍ବତନ୍ତ୍ର ପ୍ରଦକ୍ଷଣ ଗୃହ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ଏଥିରେ ଜିଲ୍ଲାପାଳ ସମର୍ଥ ବର୍ମା ଅଧ୍ୟକ୍ଷତା କରିଛନ୍ତି । ମୁକ୍ତ ଓ ଅବାଧ ନିର୍ବାଚନ ନିମନ୍ତେ ଆଦର୍ଶ ଆଚରଣ ବିଧି କଡାକଡି ଭାବେ ପାଳନ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି ।

ଏଥିସହିତ କୋଭିଡ ନିୟମର କଡା ପାଳନ ସହ ମତଦାନ କେନ୍ଦ୍ରରେ ଭୋଟର ମାନଙ୍କ ନିମନ୍ତେ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା କରିବା ଉପରେ ସେ ଗୁରୁତ୍ବାରୋପ କରିଛନ୍ତି ।

ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ସୁଭାଷ ଚନ୍ଦ୍ର ନାଥଶର୍ମା, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ନିତିରଞ୍ଜନ ସେନ, ଉପ ଜିଲ୍ଲାପାଳ ଭବତାରଣ ସାହୁ, ନିର୍ବାଚନ ଡେପୁଟି କଲେକ୍ଟର ସୁମନ୍ତ କର ଓ ଜିତେନ୍ଦ୍ର କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.