ETV Bharat / state

ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ, ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

Parikrama Project Inauguration: ଆସନ୍ତା ୧୭ ତାରିଖରେ ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ହେବ । ଏହି ଐତିହାସିକ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ବସିଛି । ଅଧିକ ପଢନ୍ତୁ

author img

By ETV Bharat Odisha Team

Published : Jan 4, 2024, 7:24 PM IST

parikrama project inauguration
ଲୋକାର୍ପଣ ଉତ୍ସବ ପାଇଁ ସମୀକ୍ଷା ବୈଠକ
ଲୋକାର୍ପଣ ଉତ୍ସବ ପାଇଁ ସମୀକ୍ଷା ବୈଠକ

ପୁରୀ: ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବକୁ ନେଇ ବସିଲା ସମୀକ୍ଷା ବୈଠକ । ଏହି ଐତିହାସିକ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଏକ ସମୀକ୍ଷା ବୈଠକ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀନହରରେ ଅନୁଷ୍ଠିତ ହୋଇଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ, ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ସହ ବରିଷ୍ଠ ପ୍ରଶାସନିକ ଅଧିକାରୀ ଏବଂ ପରିଚାଳନା କମିଟି ସଦସ୍ୟମାନେ ବୈଠକରେ ଯୋଗ ଦେଇଥିଲେ । ପରିକ୍ରମା ପ୍ରକଳ୍ପ କାର୍ଯ୍ୟକ୍ରମକୁ ପରିଚାଳନାର ଦାୟିତ୍ଵ ଦିଆଯାଇଥିବା ଇଭେଣ୍ଟ ସଂସ୍ଥାର ଅଧିକାରୀମାନେ ମଧ୍ୟ ବୈଠକରେ ଉପସ୍ଥିତ ଥିଲେ। ବହୁ ପ୍ରତିକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଆସନ୍ତା ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କରକମଳରେ ଉଦଘାଟନ ହେବ।‌

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଖେଇ ଆସୁଥିବାବେଳେ ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ପ୍ରଶାସନିକ ସ୍ତରରେ ବ୍ୟାପକ ପ୍ରସ୍ତୁତି ଚାଲିଛି। ତେବେ ଲୋକାର୍ପଣ ଉତ୍ସବ ଦିନ ଶ୍ରୀକ୍ଷେତ୍ର ସମେତ ଓଡ଼ିଶାର ପୁରପଲ୍ଲୀରେ ବେଦପାଠ ସମେତ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାରର ବନ୍ଦୋବସ୍ତ କରାଯାଉଛି। ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି, "୧୭ରେ ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଥିବାବେଳେ ୧୨ ତାରିଖରୁ ହୋମଯଜ୍ଞ ପାଇଁ ପ୍ରସ୍ତୁତି ଆରମ୍ଭ ହେବ। ସେହିପରି ୧୩, ୧୪ ଓ ୧୫ ତାରିଖରେ ବିଭିନ୍ନ ଆଧ୍ୟାତ୍ମିକ କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯିବ। ସେହିପରି ୧୫, ୧୬ ଓ ୧୭ ରେ ମହାଯଜ୍ଞ ଅନୁଷ୍ଠିତ ହେବା ସହ ୧୭ ତାରିଖରେ ଯଜ୍ଞର ପୂର୍ଣ୍ଣାହୂତି ହେବ। ତେବେ ଏହି ସବୁ କାର୍ଯ୍ୟକ୍ରମ ଗୁଡ଼ିକ କିଭଳି ନିର୍ଦ୍ଧାରିତ ସମୟ ଅନୁଯାୟୀ ଅନୁଷ୍ଠିତ ହୋଇପାରିବ, ଲୋକାର୍ପଣ ଉତ୍ସବକୁ ଆସିବାକୁ ଥିବା ଅତିଥିଙ୍କୁ କିଭଳି ସ୍ବାଗତ କରାଯିବ ସେନେଇ ବୈଠକରେ ଆଲୋଚନା ହୋଇଥିଲା। ମହାପ୍ରଭୁଙ୍କର ଏହି ଐତିହାସିକ କାର୍ଯ୍ୟକ୍ରମକୁ ଏକ ଭବ୍ୟ କାର୍ଯ୍ୟକ୍ରମ ଆକାରରେ ଆୟୋଜନ ପାଇଁ ସମସ୍ତ ବ୍ୟବସ୍ଥା କରାଯାଉଛି ।"

ଏହା ମଧ୍ୟ ପଢନ୍ତୁ...ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ୮ଟା ଯାଏଁ ଦର୍ଶନ ବନ୍ଦ

ତେବେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ ଯୋଗ ଦେବା ପାଇଁ ରାଜ୍ୟ ତଥା ରାଜ୍ୟ ବାହାରେ ଥିବା ପ୍ରମୁଖ ଧର୍ମପୀଠକୁ ନିମନ୍ତ୍ରଣ କରାଯାଇଛି। ଦେଶର ପ୍ରମୁଖ ୬୦ଟି ଦେବସ୍ଥଳୀକୁ ଏହି ଭବ୍ୟ କାର୍ଯ୍ୟକ୍ରମରେ ସାମିଲ ହେବାକୁ ନିମନ୍ତ୍ରଣ ହୋଇଛି। ଏଥିସହ ଓଡ଼ିଶାର ପ୍ରମୁଖ ଦେବସ୍ଥଳୀକୁ ମଧ୍ୟ ନିମନ୍ତ୍ରଣ କରାଯାଇଥିବାବେଳେ ପର୍ଯ୍ୟାୟକ୍ରମେ ଅନ୍ୟାନ୍ୟ ପ୍ରମୁଖ ଦେବ ପୀଠକୁ ମଧ୍ୟ ନିମନ୍ତ୍ରଣ କରାଯିବ। ସେପଟେ ଏହି ଭବ୍ୟ କାର୍ଯ୍ୟକ୍ରମରେ ଯୋଗଦେବାକୁ ଥିବା ଅତିଥିମାନଙ୍କର ରହଣୀ ସହ ଅତିଥି ଚର୍ଚ୍ଚା କରିବା ପାଇଁ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ ନିଯୁକ୍ତ କରାଯାଇଛି। ସେହିପରି ଲୋକାର୍ପଣ ଉତ୍ସବର ସିଧାପ୍ରସାରଣ ଦେଖିବା ପାଇଁ ପଞ୍ଚାୟତ ସ୍ତରରେ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା ହେବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି।

ଇଟିିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.