ETV Bharat / state

ଆଜି ମହାପ୍ରଭୁଙ୍କ ନବଯୌବନ ଦର୍ଶନ

୨ ତାରିଖ (ମଙ୍ଗଳବାର)ରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଯୌବନ ଦର୍ଶନ ଅନୁଷ୍ଠିତ ହେବ । ଏହାପରେ ଜୁଲାଇ ୪ ତାରିଖରେ ଅନୁଷ୍ଠିତ ହେବ ରଥଯାତ୍ରା ।

author img

By

Published : Jul 2, 2019, 8:28 AM IST

ଡିଜାଇନ ଫଟୋ

ଭୁବନେଶ୍ବର: ସ୍ନାନ ପୂର୍ଣ୍ଣିମାରେ ସ୍ନାନ ପରେ ଜ୍ବରରେ ପଡି ଠାକୁରମାନେ ଅଣସର ଘରେ ଯାଇ ରୁହନ୍ତି । ପନ୍ଦର ଦିନ ଭକ୍ତମାନେ ତାଙ୍କର ଦର୍ଶନ ଲାଭରୁ ବଞ୍ଚିତ ହୁଅନ୍ତି । ଅଣସର ଶେଷରେ ଖଡ଼ି ଲାଗି ଓ ବନକଲାଗି ପରେ ମହାପ୍ରଭୁଙ୍କ ପ୍ରତିମା ନୂଆ ପରି ଉଜ୍ଜ୍ବଳ ଦିଶୁଥିବାରୁ ଏହାକୁ ନବଯୌବନ କୁହାଯାଇଥାଏ । ମଙ୍ଗଳବାର ସେହି ପବିତ୍ର ପ୍ରତୀକ୍ଷିତ ଦିବସ । ୨ ତାରିଖ (ମଙ୍ଗଳବାର)ରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଯୌବନ ଦର୍ଶନ । ଏହାପରେ ଜୁଲାଇ ୪ ତାରିଖରେ ଅନୁଷ୍ଠିତ ହେବ ରଥଯାତ୍ରା ।

ଆଜି(ମଙ୍ଗଳବାର) ମହାପ୍ରଭୁଙ୍କ ନବ‌ଯୌବନ ଦର୍ଶନ ଦିନ ପରିମାଣିକ ଦର୍ଶନାର୍ଥୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ପରିମାଣିକ ଦର୍ଶନାର୍ଥୀମାନେ ଅପରାହ୍ନ ସାଢ଼େ ୨ଟାରୁ ସାଢ଼େ ୩ଟା ପର୍ଯ୍ୟନ୍ତ ଦକ୍ଷିଣଦ୍ବାର ଦେଇ ପ୍ରବେଶ କରିପାରିବେ । ସେହିଭଳି ଅପରାହ୍ନ ସାଢ଼େ ୩ଟାରୁ ସାହାଣମେଲା ଦର୍ଶନ ଆରମ୍ଭ ହେବ । ୩ଟା୩୦ରୁ ୪ଟା୩୦ ମଧ୍ୟରେ ସିଂହଦ୍ବାର ଦେଇ ଭକ୍ତ ପ୍ରବେଶ କରିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି ।

ଚତୁର୍ଦଶୀ ରାତ୍ରରେ ଚତୁର୍ଦ୍ଧା ମୂର୍ତୀ ନବଯୌବନ ବେଶ ଧାରଣ କରି ନେତ୍ରୋତ୍ସବ ଲାଗି ବିଜେ ହୁଅନ୍ତି । ଏହି ସମୟରେ ମହାପ୍ରଭୁ ରତ୍ନ ସିଂହାସନକୁ ଆଉ ବିଜେ କରନ୍ତି ନାହିଁ । ନବଯୌବନ ଓ ନେତ୍ରୋତ୍ସବ ପରେ ଆଷାଢ଼ ଶୁକ୍ଳପକ୍ଷ ଦ୍ବିତୀୟା ଦିନ ରଥଯାତ୍ରାରେ ଶ୍ରୀଗୁଣ୍ଡିଚା ମନ୍ଦିର ବିଜେ କରନ୍ତି । ଗତ ପନ୍ଦର ଦିନ ଧରି ରତ୍ନ ସିଂହାସନରେ ପୂଜା ପାଉଥିବା ପଟି ଦିଅଁ ଓ ଦଶାବତାର ଠାକୁର ମାନେ ନିଜ ନିଜ ସ୍ଥାନକୁ ଫେରି ଆସନ୍ତି ।

ନବଯୌବନ ଦର୍ଶନ ପାଇଁ ଭକ୍ତଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ରହିଥାଏ । ତେଣୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଭକ୍ତଙ୍କ ଭିଡ ନିୟନ୍ତ୍ରଣ ଓ ଶୃଙ୍ଖଳିତ ଦର୍ଶନ ଲାଗି ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଥିବା ସୂଚନା ଦେଇଛନ୍ତି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

Intro:Body:

sgfff

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.