ETV Bharat / state

BJD @26Years: ଫୋକସରେ 2024 ଫାଇଟ, ପ୍ରତିଷ୍ଠା ଦିବସରେ କର୍ମୀଙ୍କୁ ମନ୍ତ୍ର ଦେଲେ ମୁଖ୍ୟମନ୍ତ୍ରୀ - ଶ୍ରୀକ୍ଷେତ୍ରରେ ବିଜେଡି ମହାସମାରୋହ

ବିଜେଡିର ୨୬ତମ ପ୍ରତିଷ୍ଠା ଦିବସରେ ଦଳୀୟ କର୍ମକର୍ତ୍ତାମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକଙ୍କ ପାଇଁ ଭଲ କାମ କରିବାକୁ ପରାମର୍ଶ ଦେଇଛନ୍ତି । ସେ କହିଛନ୍ତି, ଓଡ଼ିଶାରେ ମାଆମାନଙ୍କୁ ମିଶନଶକ୍ତି ସ୍ବତନ୍ତ୍ର ପରିଚୟ ଦେଇଛି । ମା’ମାନେ ଚାହିଁଲେ ବିଜେଡି ୧୦୦ ବର୍ଷ ଯାଏ ରହିବ । ଅଧିକ ପଢନ୍ତୁ

bjd foundation day
bjd foundation day
author img

By

Published : Dec 26, 2022, 4:43 PM IST

ପୁରୀ: ଶ୍ରୀକ୍ଷେତ୍ରରେ ବିଜେଡି ମହାସମାରୋହରେ ରୋପ୍ୟ ଜୟନ୍ତୀ ଉତ୍ସବ ପାଳନ କରିଛି । ଏନେଇ ମୁଖ୍ୟମନ୍ତ୍ରୀ ତଥା ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ୫୦ ହଜାରରୁ ଊର୍ଦ୍ଧ୍ଵ ନେତା ଓ କର୍ମୀ ଏହି ଉତ୍ସବରେ ସାମିଲ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ଦଳୀୟ ନେତା ଓ କର୍ମୀଙ୍କୁ ଏହି ଅବସରରେ ଶୁଭେଚ୍ଛା ଜଣାଇଥିଲେ ।

ବିଜେଡିର ୨୬ତମ ପ୍ରତିଷ୍ଠା ଦିବସରେ ଦଳୀୟ କର୍ମକର୍ତ୍ତାମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକଙ୍କ ପାଇଁ ଭଲ କାମ କରିବାକୁ ପରାମର୍ଶ ଦେଇଛନ୍ତି। ଏହି ସମାରୋହରେ ବିଜେଡି ସୁପ୍ରିମୋ କହିଛନ୍ତି, ଆପଣମାନେ ଆଦିବାସୀ, ଦଳିତ, ଚାଷୀ ଓ ମହିଳାମାନଙ୍କ ପାଇଁ ଭଲ କାମ କରନ୍ତୁ । ଓଡ଼ିଶାରେ ମାଆମାନଙ୍କୁ ମିଶନଶକ୍ତି ସ୍ବତନ୍ତ୍ର ପରିଚୟ ଦେଇଛି । ମା’ମାନେ ଚାହିଁଲେ ବିଜେଡି ୧୦୦ ବର୍ଷ ଯାଏ ରହିବ । ମା’ମାନେ ଆସନ୍ତୁ ଓ ଓଡ଼ିଶାର ଦାୟିତ୍ବ ନିଅନ୍ତୁ ।

ସେହିପରି ବିଜେଡି ଏବେ ଜଣେ ଦୁଇଜଣଙ୍କ ଉପରେ ନିର୍ଭର କରୁଥିବା ଦଳ ନୁହେଁ ବରଂ ଏହା ଏକ ବଡ ଜନ ଆନ୍ଦୋଳନର ରୂପ ନେଇଛି। କେବଳ ୨୫ ବର୍ଷ ପୂର୍ତ୍ତି ନୁହେଁ ଆଗାମୀ ଦିନରେ ମଧ୍ୟ ଦଳ ରାଜ୍ୟ ପାଇଁ କାମ କରିବ ବୋଲି ବାର୍ତ୍ତା ଦେଇଛନ୍ତି ସଭାପତି ନବୀନ ପଟ୍ଟନାୟକ। ରୌପ୍ୟ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୁଖ୍ୟ ଅତିଥି ରୂପେ ଯୋଗଦେଇ ବିଜେଡି ୨୫ ବର୍ଷ ଧରି ଦେଇଥିବା ସେବାର ସ୍ମୃତି ଚାରଣ କରିଥିଲେ ।‌ ରାଜ୍ୟର ସ୍ବାର୍ଥ, ସ୍ବାଭିମାନ, ସଂସ୍କୃତି, ପରମ୍ପରା ସହ ବିଜୁ ବାବୁଙ୍କ ଆଦର୍ଶକୁ ପାଳନ କରିବା ଲାଗି ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ । ନାରୀ ସଶକ୍ତିକରଣ, ଶିକ୍ଷା, ସ୍ବାସ୍ଥ୍ୟ, କୃଷି ସହ ରାଜ୍ୟର ସର୍ବାଙ୍ଗୀନ ଉନ୍ନତି ପାଇଁ ବିଜେଡିର ନେତା ଓ କର୍ମୀମାନେ କାମ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।‌

ସୂଚନା ମୁତାବକ ଆଜି ମଧ୍ୟାହ୍ନ ୧୨ଟା ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ଦଳର ସୁପ୍ରିମୋ ପୁରୀ ତାଳବଣିଆ ହେଲିପ୍ୟାଡ ଠାରେ ପହଞ୍ଚିବା ପରେ କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ତାଙ୍କୁ ସଭାସ୍ଥଳକୁ ପାଛୋଟି ନିଆଯାଇଥିଲା।‌ ସଭା ମଞ୍ଚରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡିର ବରିଷ୍ଠ ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ, ସୌମ୍ୟରଞ୍ଜନ ପଟ୍ଟନାୟକ, ପ୍ରସନ୍ନ ପାଟ୍ଟଶାଣୀ, ଦେବୀପ୍ରସାଦ ମିଶ୍ରଙ୍କ ଓ ଦଳର ଛାମୁଆଁ ସଂଗଠନର ପ୍ରମୁଖ ପ୍ରମିଳା ମଲ୍ଲିକ, ସୁଦାମ ମାରାଣ୍ଡି‌ଙ୍କ ସହ ପ୍ରଣବ ପ୍ରକାଶ ଦାସ ମଞ୍ଚାସୀନ ହୋଇଥିଲେ।

ମୁଖ୍ୟମନ୍ତ୍ରୀ ସଭାସ୍ଥଳକୁ ଆସିବା ପୂର୍ବରୁ ବିଜେଡିର ବରିଷ୍ଠ ନେତୃବୃନ୍ଦ ମାନେ ବିଜେଡି ଦଳର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଅବଗତ କରିବା ସହ ରାଜ୍ୟର ବୃହତର ସ୍ବାର୍ଥ ପାଇଁ ଦଳର‌ କର୍ମକର୍ତ୍ତା ଓ ନେତାମାନେ ନିଷ୍ଠାର ସହ କାର୍ଯ୍ୟ କରିବାକୁ ଆହ୍ବାନ ଦେଇଥିଲେ। ପୁରୀ ତାଳବଣିଆ ଠାରେ ଆୟୋଜିତ ଏହି ମହାସମାବେଶରେ ପ୍ରଥମ ଥର ପାଇଁ ରାଜ୍ୟର ସମସ୍ତ ନେତୃ ବୃନ୍ଦ, ଛାମୁଆ ସଂଗଠନର ମୁଖ୍ୟ, ମନ୍ତ୍ରୀ ଓ ସାଂସଦ, ତ୍ରିସ୍ତରୀୟ ପଂଚାୟତରାଜ ବ୍ୟବସ୍ତାର ସମସ୍ତ ନିର୍ବାଚିତ କର୍ମକର୍ତ୍ତା, ଜିଲ୍ଲା ଓ ବ୍ଲକର କର୍ମକର୍ତ୍ତା ଓ କର୍ମୀମାନେ ଯୋଗ ଦେଇଥିଲେ ।‌

ଏହି ରୌପ୍ୟ ଜୟନ୍ତୀ ପାଳନ ଅବସରରେ ପୁରୀରେ ରାଜ୍ୟର ବରିଷ୍ଠ କର୍ମକର୍ତ୍ତାଙ୍କ ସହ ସମସ୍ତ ଜିଲ୍ଲା, ବ୍ଲକ୍ ଓ ପଞ୍ଚାୟତ ସ୍ତରର‌ ନେତା ଓ କର୍ମକର୍ତ୍ତାମାନଙ୍କୁ ଦେଖିବାକୁ ମିଳିଥିଲା। ଆଗାମୀ ୨୦୨୪ ରେ ସାଧାରଣ ନିର୍ବାଚନ ଥିବାରୁ ଦଳୀୟ ନେତା ଓ କର୍ମୀମାନେ ଏହି ଦିବସକୁ ଉତ୍ସାହର ସହ ମହାସମାରୋହରେ ଏହାକୁ ପାଳନ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଓ କର୍ମୀଙ୍କ ସମାଗମକୁ ଦୃଷ୍ଟିରେ ରଖି ଜିଲ୍ଲା ପୋଲିସ ପକ୍ଷରୁ ୨୫ ପ୍ଲାଟୁନ ଫୋର୍ସ ସହ ୧୦୦ ରୁ ଉର୍ଦ୍ଧ୍ବ ଅଧିକାରୀ ମୁତୟନ ହୋଇଥିଲେ ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.