ETV Bharat / state

ନୀଳାଚଳେ ଜଗନ୍ନାଥ: ନୀଳାଦ୍ରି ବିଜେରେ ଲକ୍ଷ୍ମୀ-ନାରାୟଣ କଳି ଓ ରସଗୋଲା

ଘୋଷଯାତ୍ରାର ଅନ୍ତିମ ପର୍ଯ୍ୟାୟ, ନୀଳକନ୍ଦରକୁ ଫେରି ରତ୍ନ ସିଂହାସନରେ ବିଜେ କରି ନୀଳାଦ୍ରିବିଜେ କରନ୍ତି ନୀଳମଣି । ମା ଲକ୍ଷ୍ମୀ ଠାକୁରାଣୀଙ୍କୁ ରସଗୋଲା ଦେଇ ମାନଭଞ୍ଜନ କରିବା ପରେ ବଡ ଦେଉଳକୁ ପ୍ରବେଶ କରନ୍ତି ବଡ ଠାକୁର |

author img

By

Published : Jul 4, 2020, 6:03 AM IST

ଫାଇଲ ଫଟୋ
ଫାଇଲ ଫଟୋ

ପୁରୀ: ଘୋଷଯାତ୍ରାର ଅନ୍ତିମ ପର୍ଯ୍ୟାୟ, ନୀଳକନ୍ଦରକୁ ଫେରି ରତ୍ନ ସିଂହାସନରେ ବିଜେ କରି ନୀଳାଦ୍ରିବିଜେ କରନ୍ତି ନୀଳମଣି । ମା ଲକ୍ଷ୍ମୀ ଠାକୁରାଣୀଙ୍କୁ ରସଗୋଲା ଦେଇ ମାନଭଞ୍ଜନ କରିବା ପରେ ବଡ ଦେଉଳକୁ ପ୍ରବେଶ କରନ୍ତି ବଡ ଠାକୁର । ଏହି ଅନନ୍ୟ ବିଚିତ୍ର ମାନବୀୟ ଦାମ୍ପତ୍ୟଲୀଳାର ସାକ୍ଷୀ ରୁହେ ସାରା ବିଶ୍ବ । ନିଳାଦ୍ରୀ ବିଜେରେ ପ୍ରଥମେ କୃଷ୍ଣବଳରାମ, ମଦନ ମୋହନଙ୍କୁ ଦକ୍ଷିଣ ଘରକୁ ବିଜେ କରାଯିବା ପରେ ଶ୍ରୀସୁଦର୍ଶନ, ପରେ ବଡଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଶେଷରେ କାଳିଆ ଠାକୁରଙ୍କୁ ରତ୍ନ ସିଂହାସନକୁ ବିଜେ କରନ୍ତି ।

ନୀଳାଦ୍ରି ବିଜେରେ ଲକ୍ଷ୍ମୀ-ନାରାୟଣ କଳି ଓ ରସଗୋଲା

ପରମ୍ପରା ଅନୁଯାୟୀ ଠାକୁରମାନଙ୍କ ସୁନାବେଶ ଓ ଅଧରପଣାର ପରଦିନ ଶ୍ରୀବିଗ୍ରହମାନେ ଗୋଟି ପହଣ୍ଡିରେ ଶ୍ରୀମନ୍ଦିରକୁ ବିଜେ କରି ରତ୍ନ ସିଂହାସନରେ ଅଧିଷ୍ଠିତ ହୋଇଥାନ୍ତି। ନିଳାଦ୍ରୀ ବିଜେ ଦିନ ରଥ ଉପରେ ଠାକୁରମାଙ୍କର ସନ୍ଧ୍ୟାଧୂପ ନୀତି ସରିବା ପରେ ପ୍ରତି ରଥରେ ଚାରମାଳ ବନ୍ଧା ଯାଇଥାଏ। ବିଜେ କାହାଳି ବାଜିବା ପରେ ବନ୍ଦାପନା ଓ ଡୋରି ଲାଗି ନୀତି ହୋଇଥାଏ। ସର୍ବପ୍ରଥମେ ମଦନମୋହନ ଓ ରାମକୃଷ୍ଣ ବିଗ୍ରହଙ୍କୁ ହସ୍ତରେ ଧରି ଦକ୍ଷିଣ ଘରକୁ ବିଜେ କରାଇଥାନ୍ତି। ଏହାପରେ ଗୋଟି ପହଣ୍ଡି କ୍ରମରେ ସୁଦର୍ଶନ, ବଳଭଦ୍ର, ସୁଭଦ୍ରାଙ୍କ ପହଣ୍ଡି ହୋଇ ଗମ୍ଭୀରାକୁ ବିଜେ କରାଯାଏ।

ଜଗନ୍ନାଥ ମହାପ୍ରଭୁ ପହଣ୍ଡି ବିଜେ କରିବା ପରେ ଲକ୍ଷ୍ମୀ ଠାକୁରାଣୀ ଭେଟ ମଣ୍ଡପକୁ ଆସିଥାନ୍ତି। ଉଭୟ ଜଗନ୍ନାଥ ଓ ଲକ୍ଷ୍ମୀ ଠାକୁରାଣୀ ପରସ୍ପରକୁ ଭେଟ ହୋଇଥାନ୍ତି। ଏହାପରେ ଲକ୍ଷ୍ମୀଙ୍କ ତରଫରୁ ଭିତରଚ୍ଛ ବନ୍ଦାପନା ନୀତି ବଢାଇଥାନ୍ତି। ଏହି ସମୟରେ ପରମ୍ପରା ଅନୁଯାୟୀ ମହାପ୍ରଭୁ ସିଂହଦ୍ଵାର ନିକଟରେ ପହଞ୍ଚିବା ବେଳେ ସାମୟିକ ଭାବେ ଦ୍ଵାର ବନ୍ଦ ରହିଥାଏ ଓ କିଛି କ୍ଷଣ ପରେ ଦ୍ଵାର ଖୋଲିଯାଏ। ଏଠାରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା ଲକ୍ଷ୍ମୀଙ୍କ ମଧ୍ୟରେ ବଚନିକା ହୋଇଥାଏ। ମହାପ୍ରଭୁ ନିଜ ଜନ୍ମବେଦୀକୁ କେଵଳ ନିଜର ଭାଇ ଓ ଭଉଣୀଙ୍କୁ ନେଇ ରଥଯାତ୍ରାରେ ଯାଇଥିବା ହେତୁ ମା' ଲକ୍ଷ୍ମୀ ପ୍ରଭୁ ଜଗନ୍ନାଥଙ୍କ ଉପରେ ଅଭିମାନ କରିଥାନ୍ତି। କିଛି ସମୟ ବଚନିକା ପରେ ସିଂହଦ୍ୱାର ଖୋଲିଥାଏ ।

ପୁଣିଥରେ ଜଗନ୍ନାଥ ମହାପ୍ରଭୁ ଜୟ ବିଜୟ ଦ୍ଵାର ନିକଟରେ ବିଜେ କରିବା ସମୟରେ ଉକ୍ତ ଦ୍ଵାର ଭିତର ପଟୁ ବନ୍ଦ କରାଯାଇଥାଏ। ଲକ୍ଷ୍ମୀ ଠାକୁରାଣୀଙ୍କ ତରଫରୁ ଜୟ ବିଜୟ ଦ୍ଵାରର ଭିତର ପଟେ ଜନୈକ ଦେବଦାସୀ ଏବଂ ମହାପ୍ରଭୁଙ୍କ ତରଫରୁ ଜଣେ ଦଇତାପତି ଦ୍ଵାରର ଅପରପାର୍ଶ୍ଵରେ ରହିବା ସଙ୍ଗେ ସଙ୍ଗେ ଉଭୟଙ୍କ ମଧ୍ୟରେ ଲୋକ ପରମ୍ପରାଗତ ବଚନିକା ପରେ ଜୟ ବିଜୟ ଦ୍ଵାର ଫିଟିଥାଏ। ମହାପ୍ରଭୁ ଶ୍ରୀଜଗନ୍ନାଥ ରସଗୋଲା ଦେଇ ମା ଲକ୍ଷ୍ମୀ ଙ୍କ ମାନ ଭଞ୍ଜନ କରିବା ସହ ମନାଇ ଥାନ୍ତି। ଯାହାକି ମହା ପ୍ରଭୁଙ୍କ ମାନବୀୟ ଲୀଳା।

ଏହାପରେ ଗଇଁଠାଳ (ଋକ୍ମିଣୀ ବିବାହ କାଳର) ଫିଟେ ଓ ବନ୍ଦାପନା କରାଯାଏ। ମହାପାତ୍ରଙ୍କଦ୍ଵାରା ରସଗୋଲା ଭୋଗ ଭିତରକୁ ସମାହିତ ହୋଇଥାଏ। ଏହାପରେ ଘସା, ବିଡିଆ ମଣୋହି ସରିଲେ ମହାପ୍ରଭୁ ରତ୍ନସିଂହାସନକୁ ବିଜେ କରିଥାନ୍ତି।

ବର୍ଷକୁ ଗୋଟିଏ ଦିନ ଶ୍ରୀମନ୍ଦିର ଭିତରେ ନୀଳାଦ୍ରିବିଜେ ସମୟରେ ଜଗନ୍ନାଥ ମହାପ୍ରଭୁଙ୍କୁ ରସଗୋଲା ଭୋଗ କରାଯାଏ। ଭିତରଚ୍ଛ ମହାପାତ୍ରଙ୍କ ନିଜସ୍ଵ ଗୃହରେ ଅତ୍ୟନ୍ତ ଶୁଦ୍ଧ ପୂତ ଭାବରେ ଏହି ରସଗୋଲା ତିଆରି ହୋଇଥାଏ। ଏହି ଅଵସର ରେ ପରମ୍ପରା ଅନୁସାରେ ବିଭିନ୍ନ ମଠ ଏବଂ ସେବକ ନିଯୋଗ , ଭକ୍ତଙ୍କ ପକ୍ଷରୁ ମହାପ୍ରଭୁଙ୍କୁ ରସଗୋଲା ଭୋଗ କରାଯାଏ।

ମହାପ୍ରଭୁଙ୍କ ନିଳାଦ୍ରୀ ବିଜେ ପରଦିନ ମହାପ୍ରଭୁଙ୍କ ନୀଳାଚଳ ଅବଢା ମିଳିଥାଏ ଶ୍ରୀମନ୍ଦିରରେ । ପୁଣି ଶ୍ରୀମନ୍ଦିର ଭକ୍ତଙ୍କ ଗହଳିରେ ପରିପୂର୍ଣ୍ଣ ହୋଇ ଉଠେ।

ପୁରୀରୁ ଶକ୍ତିପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.