ETV Bharat / state

ଆଜି ପବିତ୍ର ଦେବ ଦୀପାବଳି, ଶ୍ରୀମନ୍ଦିର ସମ୍ମୁଖରେ ହଜାର ହଜାର ଦୀପ ଦାନ କଲେ ଭକ୍ତ

author img

By ETV Bharat Odisha Team

Published : Dec 11, 2023, 9:10 PM IST

Updated : Dec 11, 2023, 9:21 PM IST

Dev Deepawali rituals in Puri: ପବିତ୍ର ଦେବ ଦୀପାବଳି ଅବସରରେ ଆଜି ଶ୍ରୀମନ୍ଦିର ସମ୍ମୁଖରେ ହଜାର ହଜାର ଦୀପ ଦାନ କଲେ ଭକ୍ତ । ଅଧିକ ପଢନ୍ତୁ

Dev Deepawali 2023
Dev Deepawali 2023
ଆଜି ପବିତ୍ର ଦେବ ଦୀପାବଳି, ଶ୍ରୀମନ୍ଦିର ସମ୍ମୁଖରେ ହଜାର ହଜାର ଦୀପ ଦାନ କଲେ ଭକ୍ତ

ପୁରୀ: ଶ୍ରୀମନ୍ଦିରରେ ଆଜି (ସୋମବାର) ପବିତ୍ର ଦେବ ଦୀପାବଳି ନୀତି ଅନୁଷ୍ଠିତ ହୋଇଛି । ଏହି ଅବସରରେ ଶ୍ରୀମନ୍ଦିର ସମ୍ମୁଖରେ ଭକ୍ତ ଏବଂ ସେବାୟତ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ବିଶ୍ବ ମଙ୍ଗଳ କାମନା କରି ହଜାର ହଜାର ସଂଖ୍ୟାରେ ଦୀପ ଦାନ କରାଯାଇଛି । ସଂଧ୍ୟା ବେଳେ ଦୀପ ପ୍ରଜ୍ବଳନ କରି ଭକ୍ତମାନେ ଦେବ ଦୀପାବଳି ପାଳନ କରିଛନ୍ତି । ଭକ୍ତମାନେ ଭଜନ କୀର୍ତ୍ତନ କରି ଏକ ଆଧ୍ୟାତ୍ମିକ ମାହୋଲ ସୃଷ୍ଟି କରିଛନ୍ତି ।

ଏହି ଦୀପ ଦାନ କାର୍ଯ୍ୟକ୍ରମରେ ହଜାର ହଜାର ଭକ୍ତ ସାମିଲ ହେଇଥିଲେ । ତେବେ ଦେବ ଦୀପାବଳିକୁ ତିନି ଦିନ ଧରି ଶ୍ରୀମନ୍ଦିରରେ ପାଳନ ହେବ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦେବ ଦୀପାବଳି ନୀତି ତିନି ଦିନ ବ୍ୟାପି ଅନୁଷ୍ଠିତ ହେବ । ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ମଧ୍ୟ କରିଥାନ୍ତି । ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି ନୀତି ଯଥାବିଧି ପାଳନ ହେବାର ପରମ୍ପରା ରହିଆସିଛି । ଆଜି ଅର୍ଥାତ ପ୍ରଥମ ଦିନରେ ମହାପ୍ରଭୁ ମାର୍ଗଶୀର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ସନ୍ଧ୍ୟାଧୂପ ନୀତି ବଢିବା ପରେ ଅଦିତି ଓ କଶ୍ୟପଙ୍କ ଉଦ୍ଦେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେଇଥାନ୍ତି ।

ଏହା ବି ପଢନ୍ତୁ- ଶ୍ରୀମନ୍ଦିରରେ ଦେବ ଦୀପାବଳି, ଜଳିବ ଏକ ଲକ୍ଷ ଦୀପ

ତେବେ ଦ୍ଵିତୀୟ ଦିନ ଅମାବାସ୍ୟା ତିଥିରେ ଦଶରଥ ଓ କୌଶଲ୍ୟାଙ୍କ ଉଦ୍ଦେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେବା ସହ ତୃତୀୟ ଦିନ ଅର୍ଥାତ ପ୍ରତିପଦା ତିଥିରେ ମହାପ୍ରଭୁ ଦେବକୀ, ବାସୁଦେବ, ନନ୍ଦ, ଯଶୋଦା, ମହାରାଜା ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ରାଣୀଙ୍କୁ ଦୀପଦାନ କରିବା ସହ ଶ୍ରାଦ୍ଧ ତର୍ପଣ ଦେବାର ପରମ୍ପରା ରହିଛି । ଏହି ଦିନମାନଙ୍କରେ ଶ୍ରୀଜଗନ୍ନାଥ ମହାପ୍ରଭୁ ଶ୍ରାଦ୍ଧ ବେଶରେ ପିତୃପୁରୁଷ ଉଦ୍ଦେଶ୍ୟରେ ଶ୍ରାଦ୍ଧ ତର୍ପଣ ଆଦି କରିବା ସହ ଆଜି ମହାଦୀପ ମଧ୍ୟ ପ୍ରଜ୍ବଳିତ ହୋଇଥାଏ । ତେଣୁ ଏହାକୁ ଦେବ ଦୀପାବଳି କୁହାଯାଏ ।

ସଂଧ୍ୟା ଧୂପ ପରେ ପୁଷ୍ପାଳକ ସେବାୟତମାନେ ମହାପ୍ରଭୁଙ୍କୁ ଶ୍ରାଦ୍ଧ ଵେଶରେ ନାଗପୁରୀ ଶାଢୀ ଚାଦରରେ ଭୂଷିତ କରାଇଥାନ୍ତି। ଏହି ବେଶରେ ଶ୍ରୀବିଗ୍ରହମାନେ ଧଳାବସ୍ତ୍ର ପରିଧାନ କରିଥାନ୍ତି । ଶ୍ରୀଜଗନ୍ନାଥ ମହାପ୍ରଭୁ ୧୬ ହାତ, ଶ୍ରୀବଳଭଦ୍ର ୧୪ ହାତ ଓ ଦେବଵୀ ସୁଭଦ୍ରା ୧୨ ହାତ ଲମ୍ବ ବିଶିଷ୍ଟ ସୂତାଶାଢୀ ବା ନାଗପୁରୀ ଶାଢୀ ପରିଧାନ କରିଥାନ୍ତି । ଶ୍ରାଦ୍ଧ ବେଶରେ ଠାକୁରମାନେ ତଡଗୀ, ନଳୀଭୂଜ, ଚନ୍ଦ୍ର, ସୂର୍ଯ୍ୟ, କୁଣ୍ଡଳୀ, ଆଡକାନି, ହରିଡା ମାଳି, କମରପଟି ପ୍ରଭୃତି ସ୍ବର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି ।

ଇଟିଭି ଭାରତ, ପୁରୀ

Last Updated : Dec 11, 2023, 9:21 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.