ETV Bharat / state

ଦେବ ଦୀପାବଳିରେ ୧ଲକ୍ଷ ଦୀପରେ ଝଲସିଲା ବଡଦାଣ୍ଡ

author img

By ETV Bharat Odisha Team

Published : Dec 12, 2023, 9:21 PM IST

Dev Deepawali rituals performed in Sri Mandir: ଆଜି ପବିତ୍ର ଦେବ ଦୀପାବଳିର ଦ୍ବିତୀୟ ଦିନ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓଡ଼ିଶା ଇଣ୍ଟରନ୍ୟାସନାଲ ସେଣ୍ଟର ପକ୍ଷରୁ ୧ଲକ୍ଷ ଦୀପ ଦାନ । ଅଧିକ ପଢନ୍ତୁ

Second day of Dev Deepawali
Second day of Dev Deepawali
ଦେବ ଦୀପାବଳି, ଓଡ଼ିଶା ଇଣ୍ଟରନ୍ୟାସନାଲ ସେଣ୍ଟର ପକ୍ଷରୁ ୧ଲକ୍ଷ ଦୀପ ଦାନ

ପୁରୀ: ଆଜି ଶ୍ରୀମନ୍ଦିରରେ ପବିତ୍ର ଦେବ ଦୀପାବଳୀର ଦ୍ବିତୀୟ ଦିବସ । ଏହି ଅବସରରେ ଓଡ଼ିଶା ଇଣ୍ଟରନ୍ୟାସନାଲ ସେଣ୍ଟର ପକ୍ଷରୁ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଲକ୍ଷ ଦୀପ ଦାନ କରାଯାଇଛି । ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଶହ ଭକ୍ତମାନେ ଏକାଠି ହୋଇଥିଲେ । ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖରୁ ଗୁଣ୍ଡିଚା ମନ୍ଦିର ଯାଏଁ ଦୀପ ପ୍ରଜ୍ବଳନ କରାଯାଇଥିଲା । ମନ୍ତ୍ରୀ ତୁଷାରକାନ୍ତି ବେହେରା ଏହି ବିଶାଳ ଦୀପଦାନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦଘାଟନ କରିଥିଲେ ।

ରାଜ୍ୟ ବିଜୁ ଯୁବ ଜନତା ଦଳର ଉପ ସଭାପତି ଶୁଭାଶିଷ ଖୁଣ୍ଟିଆଙ୍କ ନେତୃତ୍ବରେ ଏହି ଦୀପ ଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥଲା । ଶ୍ରୀମନ୍ଦିର ସମ୍ମୁଖରେ ଭକ୍ତ ଏବଂ ସେବାୟତ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ବିଶ୍ବ ମଙ୍ଗଳ କାମନା କରି ହଜାର ହଜାର ସଂଖ୍ୟାରେ ଦୀପ ଦାନ କରାଯାଇଛି । ସଂଧ୍ୟା ବେଳେ ଦୀପ ପ୍ରଜ୍ବଳନ କରି ଭକ୍ତମାନେ ଦେବ ଦୀପାବଳି ପାଳନ କରିଛନ୍ତି । ଭକ୍ତ ମାନେ ଭଜନ କୀର୍ତ୍ତନ କରି ଏକ ଆଧ୍ୟାତ୍ମିକ ମାହୋଲ ସୃଷ୍ଟି କରିଥିଲେ । ଏହି ଦୀପଦାନ କାର୍ଯ୍ୟକ୍ରମରେ ଶହ ଶହ ଭକ୍ତ ସାମିଲ ହେଇଥିଲେ । ତେବେ ଦେବ ଦୀପାବଳିକୁ ୩ ଦିନ ଧରି ଶ୍ରୀମନ୍ଦିରରେ ପାଳନ କରାଯାଏ ।

ଏହା ବି ପଢନ୍ତୁ- ଆଜି ପବିତ୍ର ଦେବ ଦୀପାବଳି, ଶ୍ରୀମନ୍ଦିର ସମ୍ମୁଖରେ ହଜାର ହଜାର ଦୀପ ଦାନ କଲେ ଭକ୍ତ

ଏହି ତିନିଦିନ ମହାପ୍ରଭୁ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ମଧ୍ୟ କରିଥାନ୍ତି । ଚତୁର୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି ନୀତି ଯଥାବିଧି ପାଳନ ହେବାର ପରମ୍ପରା ରହିଆସିଛି । ଗତକାଲି ସୋମବାର ପ୍ରଥମ ଦିନରେ ମହାପ୍ରଭୁ ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ସନ୍ଧ୍ୟାଧୂପ ନୀତି ବଢିବା ପରେ ଅଦିତି ଓ କଶ୍ୟପଙ୍କ ଉଦେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେଇଥାନ୍ତି । ତେବେ ଦ୍ଵିତୀୟ ଦିନ ଅମାବାସ୍ୟା ତିଥିରେ ଦଶରଥ ଓ କୌଶଲ୍ୟାଙ୍କ ଉଦ୍ଦେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେବା ସହ ତୃତୀୟ ଦିନ ଅର୍ଥାତ ପ୍ରତିପଦା ତିଥିରେ ମହାପ୍ରଭୁ ଦେବକୀ, ବାସୁଦେବ, ନନ୍ଦ, ଯଶୋଦା, ମହାରାଜା ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ରାଣୀଙ୍କୁ ଦୀପଦାନ କରିବା ସହ ଶ୍ରାଦ୍ଧ ତର୍ପଣ ଦେବାର ପରମ୍ପରା ରହିଛି ।

ଏହି ଦିନମାନଙ୍କରେ ଶ୍ରୀଜଗନ୍ନାଥ ମହାପ୍ରଭୁ ଶ୍ରାଦ୍ଧ ବେଶରେ ପିତୃପୁରୁଷ ଉଦ୍ଦେଶ୍ୟରେ ଶ୍ରାଦ୍ଧ ତର୍ପଣ ଆଦି କରିବା ସହ ଆଜି ମହାଦୀପ ମଧ୍ୟ ପ୍ରଜ୍ବଳିତ ହୋଇଥାଏ । ତେଣୁ ଏହାକୁ ଦେବ ଦୀପାବଳି କୁହାଯାଏ । ସଂଧ୍ୟା ଧୂପ ପରେ ପୁଷ୍ପାଳକ ସେବାୟତମାନେ ମହାପ୍ରଭୁଙ୍କୁ ଶ୍ରାଦ୍ଧ ଵେଶରେ ନାଗପୁରୀ ଶାଢୀ ଚାଦରରେ ଭୂଷିତ କରାଇଥାନ୍ତି । ଏହି ବେଶରେ ଶ୍ରୀବିଗ୍ରହମାନେ ଧଳାବସ୍ତ୍ର ପରିଧାନ କରିଥାନ୍ତି । ଶ୍ରୀଜଗନ୍ନାଥ ମହାପ୍ରଭୁ ୧୬ ହାତ, ଶ୍ରୀବଳଭଦ୍ର ୧୪ ହାତ ଓ ଦେବଵୀ ସୁଭଦ୍ରା ୧୨ ହାତ ଲମ୍ବ ବିଶିଷ୍ଟ ସୂତାଶାଢୀ ବା ନାଗପୁରୀ ଶାଢୀ ପରିଧାନ କରିଥାନ୍ତି। ଶ୍ରାଦ୍ଧ ବେଶରେ ଠାକୁରମାନେ ତଡଗୀ, ନଳୀଭୂଜ, ଚନ୍ଦ୍ର, ସୂର୍ଯ୍ୟ, କୁଣ୍ଡଳୀ, ଆଡକାନି, ହରିଡା ମାଳି, କମରପଟି ପ୍ରଭୃତି ସ୍ବର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.