ETV Bharat / state

ଆଜି ମହାବାହୁଙ୍କ ଦୁର୍ଲଭ ପଦ୍ମବେଶ ନୀତି - ପୁରୀ ନ୍ୟୁଜ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଦ୍ମବେଶ ଅନୁଷ୍ଠିତ ହେବ । ପରମ୍ପରା ଅନୁଯାୟୀ ବସନ୍ତ ପଞ୍ଚମୀ ପୂର୍ବରୁ ପଡୁଥିବା ବୁଧବାର ଅବା ଶନିବାର ଦିନ ଏହି ବେଶ କରାଯାଇଥାଏ । ବର୍ଷକରେ କେବଳ ଏହି ଗୋଟିଏ ଦିନ ମହାପ୍ରଭୁ ପଦ୍ମବେଶରେ ହିଁ ପହୁଡ଼ ଯାଆନ୍ତି ।

ଆଜି ମହାବାହୁଙ୍କ ପଦ୍ମବେଶ ନୀତି, ବର୍ଷକରେ ଥରେ  ମହାପ୍ରଭୁଙ୍କ ହୁଏ ପଦ୍ମବେଶ

author img

By

Published : Feb 13, 2021, 9:33 AM IST

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଦ୍ମ ବେଶ ଅନୁଷ୍ଠିତ ହେବ । ପରମ୍ପରା ଅନୁଯାୟୀ ବସନ୍ତ ପଞ୍ଚମୀ ପୂର୍ବରୁ ପଡୁଥିବା ବୁଧବାର ଅବା ଶନିବାର ଦିନ ଏହି ବେଶ କରାଯାଇଥାଏ । ବର୍ଷକରେ କେବଳ ଏହି ଗୋଟିଏ ଦିନ ମହାପ୍ରଭୁ ପଦ୍ମବେଶରେ ହିଁ ପହୁଡ଼ ଯାଆନ୍ତି । ବଡ଼ସିଂହାର ବେଶରେ ମହାପ୍ରଭୁଙ୍କ ଏହି ପଦ୍ମ ବେଶ ହୋଇଥାଏ । ଏହି ବେଶର ପ୍ରବର୍ତ୍ତକ ହେଉଛନ୍ତି ବଡ଼ଛତା ମଠର ସନ୍ଥ ରଘୁବର ଦାସ।

ମହାପ୍ରଭୁଙ୍କ ପଦ୍ମବେଶ ନୀତି
ମହାପ୍ରଭୁଙ୍କ ପଦ୍ମବେଶ

ତେବେ କିମ୍ବଦନ୍ତୀ ଅନୁଯାୟୀ ପୂର୍ବ କାଳରେ ଜଣେ ସାଧୁ ଥିଲେ ମନୋହର ଦାସ । ଏକଦା ସାଧୁ ମନୋହର ଦାସ ଜଗନ୍ନାଥଙ୍କୁ ଦର୍ଶନ କରିବା ଉଦ୍ଦେଶ୍ୟରେ ଶ୍ରୀକ୍ଷେତ୍ରକୁ ଆଗମନ କରିଥିଲେ । ତାଙ୍କର ପ୍ରବଳ ଆକାଂକ୍ଷା ଥିଲା ଶ୍ରୀକ୍ଷେତ୍ର ରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ । ଦୀର୍ଘ ଦିନ ପାଦରେ ଚାଲି ଚାଲି ଅନେକ ଜଙ୍ଗଲ, ପାହାଡ଼, ନଈ, ରାସ୍ତା ଅତିକ୍ରମ କରି ଶାରୀରିକ ପୀଡା ସତ୍ତ୍ବେ ସେ ଅବିଚଳିତ ଭାବେ ଆଗେଇ ଚାଲିଥାନ୍ତି । ରାସ୍ତାରେ ଆସୁଥିବା ମଧ୍ୟରେ ରାତ୍ରି ହୋଇଗଲେ କୌଣସି ମନ୍ଦିର, ମଠ, ଆଶ୍ରମ କିମ୍ବା ବୃକ୍ଷ ତଳେ ବିଶ୍ରାମ ନିଅନ୍ତି । ପାଦରେ ଚାଲି ଚାଲି ଯାଉଥିବା ବେଳେ ସାଧୁଙ୍କୁ ଥରେ ଭୀଷଣ ଶୋଷ ହେଲା । ପାଖରେ କୈଣସି ଗ୍ରାମ କିମ୍ବା ଜଳାଶୟ ନଥିଲା । କିଛି ପଥ ଅତିକ୍ରମ କରିବା ପରେ ହଠାତ ତାଙ୍କର ଦୃଷ୍ଟି ଗୋଚର ହେଲା ଗୋଟିଏ ପୁଷ୍କରିଣୀରେ ଅନେକ ପଦ୍ମ ଫୁଲ ଫୁଟିଛି। ସେ ତାହା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ କାରଣ ଶୀତଦିନରେ ପଦ୍ମ ଫୁଲ ଫୁଟିବା ସମ୍ଭବ ନୁହେଁ । ସେ ମନେମନେ ଜଗନ୍ନାଥଙ୍କୁ ସୁମରଣ କରି ପାଣି ପିଇ ପ୍ରଭୁଙ୍କ ନିମନ୍ତେ ପୁଷ୍କରିଣୀରେ ଫୁଟିଥିବା ପଦ୍ମକୁ ତୋଳି ଏକ ଗାମୁଛାରେ ନେଇଥିଲେ ।

ଶ୍ରୀମନ୍ଦିରରେ ପହଞ୍ଚି ପଦ୍ମଫୁଲ ଗୁଡ଼ିକ ଶ୍ରୀଜୀଉମାନଙ୍କ ଚରଣାବିନ୍ଦରେ ଲାଗି କରିବା ପାଇଁ ଅନୁରୋଧ କଲେ । ତେବେ ଗାମୁଛାରେ ଥିବା ଶୁଷ୍କ ପଦ୍ମ ଫୁଲକୁ ଦେଖି ପଣ୍ଡା ଏହା ଠାକୁରଙ୍କୁ ଲାଗି ହେଇପାରିବ ନାହିଁ କହି ତିରସ୍କାର କଲେ । ଏ ଘଟଣାରେ ଭକ୍ତ ମନୋହର ଦୁଃଖ ଓ ଅପମାନରେ ମ୍ରିୟମାଣ ହୋଇ ତଳେ ପଡ଼ିଥିବା ଫୁଲ ସବୁ ଗୋଟାଇ ଶ୍ରୀମନ୍ଦିରରୁ ପଳାଇ ଆସି ବଡ଼ଛତା ମଠ ନିକଟରେ ଜଗନ୍ନାଥଙ୍କୁ ସ୍ମରଣ କରି ଶୟନ କଲେ । ସେହି ଦିନ ଜଗନ୍ନାଥ ମହାପ୍ରଭୁ ସ୍ବପ୍ନାଦେଶରେ ଗଜପତି ମହାରାଜାଙ୍କୁ କହିଲେ ଭକ୍ତ ମନୋହର ଆଣିଥିବା ପଦ୍ମ ପୁଷ୍ପରେ ହିଁ ଆଜି ମୋର ବଡ଼ସିଂହାର ବେଶ ହେବ । ଭକ୍ତ ମନୋହର ଦାସଙ୍କ ଶ୍ରୀ ଜଗନ୍ନାଥଙ୍କୁ ପଦ୍ମ ପୁଷ୍ପ ପ୍ରଦାନର ସ୍ମରଣ ରଖିବା ଉଦେଶ୍ୟ ମହାପ୍ରଭୁଙ୍କ ପଦ୍ମ ବେଶ ପ୍ରତିବର୍ଷ ଅନୁଷ୍ଠିତ ହୋଇ ଥାଏ। ଏହି ବେଶରେ ଶ୍ରୀଜଗନ୍ନାଥ ମହାପ୍ରଭୁ ସୋଲରେ ନିର୍ମିତ ପଦ୍ମ ପୁଷ୍ପ ପରିହିତ ହୋଇଥାନ୍ତି ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.