ETV Bharat / state

ପବିତ୍ର ପ୍ରଥମାଷ୍ଟମୀ, ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପଢୁଆଁ ନୀତି - ଶ୍ରୀଜିଉଙ୍କ ପଢୁଆଁ ନୀତି

ଆଜି ପ୍ରଥମାଷ୍ଟମୀ । ରାଜ୍ୟର ପୁରପଲ୍ଲୀରେ ଧୁମଧାମରେ ପାଳନ ହେଉଛି ପ୍ରଥମାଷ୍ଟମୀ । ଏହି ଦିନରେ ଶ୍ରୀମନ୍ଦିରରେ ବଡ ଠାକୁରଙ୍କ ପଢୁଆଁ ନୀତି ଅନୁଷ୍ଠିତ ହୋଇଥାଏ । ଅଧିକ ପଢନ୍ତୁ

ପବିତ୍ର ପ୍ରଥମାଷ୍ଟମୀ, ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପଢୁଆଁ ନୀତି

author img

By

Published : Nov 16, 2022, 12:34 PM IST

ପୁରୀ: ଆଜି ପବିତ୍ର ପ୍ରଥମାଷ୍ଟମୀ । ଏହି ଦିନ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପ୍ରଥମାଷ୍ଟମୀ ନୀତି ଅନୁଷ୍ଠିତ ହୋଇଥାଏ । ମାର୍ଗଶୀର କୃଷ୍ଣ ଅଷ୍ଟମୀ ତିଥି ଦିନ ଶ୍ରୀମନ୍ଦିରରେ ଭୋଗ ମଣ୍ଡପ ସରିବା ପରେ ୩ ବାଡରେ ମଇଲମ କରାଯାଇ ପୂଜାପଣ୍ଡା ସେବକଙ୍କ ଦ୍ୱାରା ମହାସ୍ନାନ ନୀତି ହୋଇଥାଏ । ଏହାପରେ ପାଳିଆ ପୁଷ୍ପାଳକ ଶ୍ରୀବିଗ୍ରହମାନଙ୍କୁ ନୂଆଲୁଗା ଲାଗି କରାଇଥାନ୍ତି । ପୂଜାପଣ୍ଡା, ପତିମହାପାତ୍ର, ମୁଦିରସ୍ତ ସେବକ ଘଟୁଆରୀ ଚନ୍ଦନ ଘରଠାରୁ ଚନ୍ଦନ ବିଜେ କରାଇ ଆଣି ତିନି ବାଡରେ ଲାଗି କରାଇଥାନ୍ତି । ଏହି ପରି ଭାରେ ବଡ ଠାକୁରଙ୍କ ପଢୁଆଁ ନୀତି ଅନୁଷ୍ଠିତ ହୋଇଥାଏ ।

ପବିତ୍ର ପ୍ରଥମାଷ୍ଟମୀ, ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପଢୁଆଁ ନୀତି

ଆଜି ତତ୍ପରେ ବେଶ ଓ ଅଳଙ୍କାରରେ ବିମଣ୍ଡିତ ହୋଇ କର୍ପୂର ଲାଗି ପରେ ପୁଷ୍ପାଳକମାନେ ସିଂହାସନରୁ ଓହ୍ଲାଇ ଆସିଥାନ୍ତି ବଡ ଠାକୁର । ତିନିବାଡ଼ରେ ପୂଜାପଣ୍ଡା,ପତିମହାପାତ୍ର, ମୁଦିରସ୍ତ ସେବକ ବରୁଣ ପୂଜା କରିଥାନ୍ତି । ଏହି ପୂଜା ସମାପନାନ୍ତେ ଭିତରେ ପାଣି ପଡି ମଧ୍ୟାହ୍ନ ଧୂପ ଉଠିସାରିବା ପରେ ତିନି ବାଡରେ ମଙ୍ଗଳାର୍ପଣ ନୀତି ହେବା ସହ ଫୁଲୁପୁରିଆ ଖଦି ଓ ଛେଦା ପ୍ରସାଦ ଲାଗି ହୋଇ ବନ୍ଦାପନା ହୋଇଥାଏ । ଏହି ପରି ଭାବେ ପ୍ରଥମାଷ୍ଟମୀ ଦିନ ଶ୍ରୀମନ୍ଦିରରେ ବିଶେଷ ନୀତି ପାଳିତ ହୋଇଥାଏ ।

ଏହା ବି ପଢନ୍ତୁ..ରାତି ପାହିଲେ ପ୍ରଥମାଷ୍ଟମୀ, ବଡଠାକୁରଙ୍କ ପାଇଁ ମାମୁଁ ଘରୁ ଆସିଲା ପଢୁଆଁ ଭାର

ଏଥି ପାଇଁ ମହାପ୍ରଭୁଙ୍କ ମାମୁଁ ଘର କଟକ ନିଆଳି ଶ୍ରୀମାଧବନନ୍ଦଜୀଉ ମନ୍ଦିରରୁ ଆସିଛି ପୋଢ଼ୁଆଁ ଭାର । ଏହି ଭାରରେ ଅରୁଆ ଚାଉଳ, ବିରି, ନଡିଆ, ଗୁଡ, ଡାଲି, ପାଚିଲା କଦଳୀ, ଘିଅ, ଚନ୍ଦନ କାଠ, ପାନ, ଗୁଆ, ଅଳେଇଚ, ଲବଙ୍ଗ ଆଦି ଆସିଥିବା ବେଳେ ମହାପ୍ରଭୁଙ୍କ ଗୋପାଳବଲ୍ଲଭ ପାଇଁ ଫଳମୂଳ, ତୁଳସୀ ଓ ପଦ୍ମଫୁଲ ମାଳ ମଧ୍ୟ ଆସିଛି ।

ଓଡିଆ ପରମ୍ପରା ଅନୁସାରେ ଏହିଦିନ ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘଜୀବନ ପାଇଁ ପୂଜାବିଧି ଅନୁଷ୍ଠିତ ହୋଇଥାଏ । ଏହି ଦିନ ସେମାନଙ୍କର ଦୀର୍ଘଜୀବନ କାମନା କରି ମାଆମାନେ ଷଠୀ ଦେବୀଙ୍କର ପୂଜା ଅର୍ଚ୍ଚନା କରିଥାନ୍ତି । ପଞ୍ଚପଲ୍ଲବ ଓ ପଞ୍ଚଶସ୍ୟରେ କଳସପୂଜା ଓ ବରୁଣ ପୂଜା ହୋଇଥାଏ । ଓଡ଼ିଆ ପରମ୍ପରା ଅନୁଯାୟୀ ପ୍ରଥମାଷ୍ଟମୀ ଦିନ ଘରର ଜ୍ୟେଷ୍ଠ ସନ୍ତାନ ସେ କନ୍ୟା ହେଉ କି ପୁତ୍ର ସେମାନେ ନୂତନ ବସ୍ତ୍ର ପିନ୍ଧି ଦିଅଁଙ୍କ ଆଗରେ ପିଢ଼ା ଉପରେ ବସାଇ ଦୁଇ କାନରେ ଫୁଲ ଓ ମୁଣ୍ଡରେ ଚନ୍ଦନ ଲଗାଇ ଦୁବ, ବରକୋଳି ପତ୍ର ଓ ହଳଦୀମିଶା ଚାଉଳ ମିଶାଇ ସେଥିରେ ମାଆ ମାନେ ତାଙ୍କୁ ବନ୍ଦାପନା କରନ୍ତି । ବନ୍ଦାପନା ପରେ ଜ୍ୟେଷ୍ଠ ସନ୍ତାନ ଷଠୀ ଦେବୀଙ୍କୁ ମୁଣ୍ଡିଆ ମାରିବା ସହିତ ପିତାମାତାଙ୍କୁ ଓ ଗୁରୁଜନଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ଭିକ୍ଷା କରନ୍ତି । ପରିବାରର ଜ୍ୟେଷ୍ଠ ପୁତ୍ର ବା ଜ୍ୟେଷ୍ଠା କନ୍ୟାର ନବବସ୍ତ୍ର ପରିଧାନ ଓ ବନ୍ଦାପନା ହେବାର ଏହି ବିଶେଷ ବିଧିକୁ ‘ପଢୁଆଁ ହେବା’ କହିଥାନ୍ତି ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.