ETV Bharat / state

ବାତ୍ୟା ୟସ: ଆଗୁଆ ସତର୍କତା ପାଇଁ ଜିଲ୍ଲାପାଳଙ୍କ ପଦକ୍ଷେପ

author img

By

Published : May 22, 2021, 8:06 PM IST

ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ଭାବ୍ୟ ବାତ୍ୟା ୟସକୁ ନେଇ ଆଗୁଆ ସତର୍କତାମୂଳକ ପଦକ୍ଷେପ । ଶନିବାର ଜିଲ୍ଲାପାଳ ଜିଲ୍ଲାର ସମସ୍ତ ସରପଞ୍ଚଙ୍କ ସହ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ କଥା ହୋଇଛନ୍ତି । ଅଧିକ ପଢନ୍ତୁ...

ବାତ୍ୟା ୟସ:ଆଗୁଆ ସତର୍କତା ପାଇଁ ଜିଲ୍ଲାପାଳଙ୍କ ପଦକ୍ଷେପ

ପୁରୀ: ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ଭାବ୍ୟ ବାତ୍ୟା ୟସକୁ ନେଇ ଆଗୁଆ ସତର୍କତାମୂଳକ ପଦକ୍ଷେପ । ଶନିବାର ଜିଲ୍ଲାପାଳ ଜିଲ୍ଲାର ସମସ୍ତ ସରପଞ୍ଚଙ୍କ ସହ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ କଥା ହୋଇଛନ୍ତି ।

ଏଥିସହ ଆବାସିକ କାର୍ଯ୍ୟାଳୟରେ ଜିଲ୍ଲାର ପ୍ରଶାସନିକ ଅଧିକାରୀଙ୍କ ସହ ସମ୍ଭାବ୍ୟ ବାତ୍ୟା ପୂର୍ବ ଓ ପରବର୍ତ୍ତୀ ପଦକ୍ଷେପ ନେଇ ଆଲୋଚନା କରିବା ସହ ସବୁ ପ୍ରକାର ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ମାଇକ ଯୋଗେ ବିଭିନ୍ନ ମତ୍ସ୍ୟଜୀବୀ ବସ୍ତିରେ ପ୍ରଚାର କରାଯାଇଛି । ସମୁଦ୍ର ଭିତରକୁ ମାଛ ଧରିବାକୁ ଯାଇଥିବା ଡଙ୍ଗା ଓ ଟ୍ରଲର ଗୁଡିକ ଫେରି ଆସିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଜିଲ୍ଲାର ସମସ୍ତ ବାତ୍ୟା, ବନ୍ୟା ଆଶ୍ରୟସ୍ଥଳୀକୁ ପ୍ରସ୍ତୁତ ରଖିବା ନିମନ୍ତେ ଜରୁରୀକାଳୀନ ବିଭାଗ, ବିଡ଼ିଓ ଓ ତହସିଲଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

କୋଭିଡ କଟକଣା ଓ ନିୟମାବଳୀକୁ କଡାକଡି ଭାବେ ପାଳନ କରାଯିବ। ବାତ୍ୟା ପରବର୍ତ୍ତୀ କ୍ଷୟକ୍ଷତି, ପାନୀୟ ଓ ଜଳଯୋଗାଣ, ପରିବହନ ବ୍ୟବସ୍ଥା, ନିରବଛିନ୍ନ ବିଦ୍ୟୁତ ଯୋଗାଣ, ଲୋକଙ୍କୁ ରନ୍ଧା ଖାଦ୍ୟ ଯୋଗାଣ ଆଦି ବ୍ୟବସ୍ଥା ସମ୍ପର୍କରେ ଜିଲ୍ଲାପାଳ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.