ପୁରୀ: ଶ୍ରୀମନ୍ଦିର ସିଂହଦ୍ବାର ନିକଟରେ ଥିବା ଲଙ୍ଗୁଳି ମଠରେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି । ଘଟଣାସ୍ଥଳରେ ଜିଲ୍ଲାପାଳଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଅଛନ୍ତି । ସୁରକ୍ଷାକୁ ଦୃଷ୍ଟିରେ ରଖି 24 ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି ।
ଉଚ୍ଛେଦ ପାଇଁ ଗତ ସୋମବାର ଦୋକାନ ଗୁଡିକୁ ଖାଲି କରାଯାଇଥିଲା । ତେବେ ମଙ୍ଗଳବାର ସକାଳୁ ସକାଳୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି । ଲଙ୍ଗୁଳି ମଠ ବିପଦ ସଙ୍କୁଳ ଅବସ୍ଥାରେ ଥିବାରୁ ଏହାକୁ ଉଚ୍ଛେଦ କରାଯାଉଛି । ଏହାପରେ ଏମାର ମଠ ମଧ୍ୟ ଉଚ୍ଛେଦ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି ।
ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ