ETV Bharat / state

ସରିଲା ରଥ ଅନୁକୂଳ ନୀତି: ଆରମ୍ଭ ହେଲା ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ

ପବିତ୍ର ଅକ୍ଷୟ ତୃତୀୟାରେ ମହାପ୍ରଭୁଙ୍କ ରଥ ନିର୍ମାଣ ଅନୁକୂଳ ନୀତି ସମ୍ପର୍ଣ୍ଣ ହେଲା । ଅଧିକ ପଢ଼ନ୍ତୁ

author img

By

Published : Apr 23, 2023, 8:16 PM IST

Updated : Apr 23, 2023, 8:41 PM IST

ratha katha anukula ritual
ରଥ ଅନୁକୂଳ ନୀତି
ରଥ ଅନୁକୂଳ ନୀତି

ପୁରୀ: ମହାପ୍ରଭୁଙ୍କ ରଥ ନିର୍ମାଣ ଅନୁକୂଳ ନୀତି ସମ୍ପର୍ଣ୍ଣ ହେଲା । ଆରମ୍ଭ ହେଲା ବିଶ୍ବ ପ୍ରସିଦ୍ଧ ରଥ ଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ । ପବିତ୍ର ଅକ୍ଷୟ ତୃତୀୟା ଅବସରରେ ତିନି ରଥର ଅନୁକୂଳ କାର୍ଯ୍ୟ ଓ ପ୍ରସିଦ୍ଧ ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିର୍ଘଣ୍ଟ ହୋଇଥିବା ସମୟ ଅନୁଯାୟୀ ସମସ୍ତ ନୀତିକାନ୍ତି ସମାପ୍ତ ହୋଇଛି । ମହାପ୍ରଭୁଙ୍କ ଆଜ୍ଞାମାଳ ପାଇବା ପରେ ଭକ୍ତଙ୍କ ଗ୍ରହଣରେ ମଣିବିମାନ ଓ ପାଲିଙ୍କିରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ରାମକୃଷ୍ଣ, ମଦନମୋହନ, ଭୂଦେବୀ, ଶ୍ରୀଦେବୀ ଓ ଶ୍ରୀକ୍ଷେତ୍ରର ପଞ୍ଚ ମହାଦେବ ବିଜେ କରିଥିଲେ । ଏହା ପୂର୍ବରୁ ରଥ ନିର୍ମାଣ ପାଇଁ ଦେଉଳ ପୁରୋହିତ ଓ ଶୋତ୍ରୀୟ ବ୍ରାହ୍ମଣଙ୍କ ଦ୍ୱାରା ବନଯାଗ ପଦ୍ଧତିରେ ହୋମ କରାଯାଇଥିଲା । ୩ ଖଣ୍ଡ ଧଉରା କାଠ ରଖାଯାଇଥିଲା । ପୂଜାପଣ୍ଡା ସେବାୟତଙ୍କ ଆଜ୍ଞାମାଳ ବିଶ୍ୱକର୍ମା ମହାରଣାଙ୍କୁ ପ୍ରଦାନ କରିବା ପରେ ଜଳ ସିଞ୍ଚନ କରାଯାଇ ସୁବର୍ଣ୍ଣ କୁରାଢ଼ୀ ଦ୍ୱାରା ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ ହୋଇଥିଲା ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ପୁରୀ ଜିଲ୍ଲାପାଳ, ଏସପି, ଛତିଶା ନିଯୋଗ ମହାନାୟକଙ୍କ ସହ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତିରେ ରଥନିର୍ମାଣରେ ସଂପୃକ୍ତ ସେବାୟତଙ୍କ ଶାଢ଼ୀ ବନ୍ଧା ଯାଇଥିଲା । ଭୋଇ ସେବକମାନେ ମହାପ୍ରସାଦ ଓ ନଡ଼ିଆ ଥୋଇ ଶାବଳ ପୂଜା କରିଥିଲେ । ରଥ ନିର୍ମାଣ ଅନୁକୂଳ ସରିବା ପରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ନରେନ୍ଦ୍ର ପୁଷ୍କରିଣୀକୁ ବିଜେ କରିଥିଲେ । ପ୍ରସ୍ତୁତ ହୋଇଥିବା ନନ୍ଦା ଓ ଭଦ୍ରା ଚାପରେ ବିଜେ କରି ନରେନ୍ଦ୍ର ପୁଷ୍କରିଣୀ ଚତୁଃପାର୍ଶ୍ଵରେ ଜଳକ୍ରୀଡ଼ା କରିଥିଲେ । ଏହି ଦୃଶ୍ୟ ଥିଲା ଅପୂର୍ବ ଓ ମନୋରମ । ଭକ୍ତଙ୍କ ହୁଳହୁଳି ଓ ଜୟ ଜଗନ୍ନାଥ ଧ୍ବନୀରେ ନରେନ୍ଦ୍ର ପୁଷ୍କରିଣୀ ଅଞ୍ଚଳ ପ୍ରକମ୍ପିତ ହୋଇପଡିଥିଲା । ଆଜି ରଥ ଅନୁକୂଳ ହୋଇଥିବାବେଳେ ଆସନ୍ତାକାଲିଠାରୁ ପର୍ଯ୍ୟାୟକ୍ରମେ ରଥ ନିର୍ମାଣ ହେବ ।

ଶ୍ରୀନହର ସମ୍ମୁଖରେ ରଥନିର୍ମାଣ ପାଇଁ ରଥଖଳା ପ୍ରସ୍ତୁତ ରହିଛି । ପ୍ରଚଣ୍ଡ ରୌଦ୍ର ତାପରୁ ରକ୍ଷା ପାଇବା ପାଇଁ ରଥ ଖଳା ଉପରେ ଭୋଇ ସେବକମାନେ ଚାଳି ପକାଇଛନ୍ତି । ଚଳିତ ବର୍ଷ ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରାରେ ଭକ୍ତଙ୍କ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର, ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ପୋଲିସ ପ୍ରଶାସନ ପକ୍ଷରୁ ଆଠ ପ୍ଲାଟୁନ ପୋଲିସ ଫୋର୍ସ, ଜଣେ ଅତିରିକ୍ତ ଏସପି, ତିନିଜଣ ଡିଏସପି ଓ ୬ଜଣ ଆଇଆଇସିଙ୍କୁ ମୁତୟନ‌ କରାଯାଇଥିବା ବେଳେ ସୁରକ୍ଷା ଓ ଟ୍ରାଫିକ ବ୍ୟବସ୍ଥା ଉପରେ ବିଶେଷ ଗୁରୁତ୍ବ ଦିଆଯାଇଛି ।

ଇଟିଭି ଭାରତ, ପୁରୀ

Last Updated : Apr 23, 2023, 8:41 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.