ETV Bharat / state

ଶ୍ରୀକ୍ଷେତ୍ର ସାଆନ୍ତେ: ତିନି ରଥ ବିଷୟରେ ସମ୍ୟକ ସୂଚନା..

ପବିତ୍ର ବିଶ୍ବପ୍ରସିଦ୍ଧ ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ପାଇଁ ସୁସଜ୍ଜିତ ତିନି ରଥ । ଏହି ରଥର ଆକାର, ପ୍ରକାର, ରଥ ସମ୍ବନ୍ଧରେ ସଂକ୍ଷିପ୍ତ ତଥ୍ୟ ପଢନ୍ତୁ..

ଡିଜାଇନ ଫଟୋ
author img

By

Published : Jul 4, 2019, 10:47 AM IST

Updated : Jul 4, 2019, 11:20 AM IST

ଭୁବନେଶ୍ବର: ‘ଦୋଳେ ଚ ଦୋଳଗୋବିନ୍ଦମ, ଚାପେ ଚ ମଧୁସୁଦନମ୍‌ । ରଥେ ତୁ ବାମନମ ଦୃଷ୍ଟ୍ଵା ,ପୁର୍ନଜନ୍ମ ନ ଲଭ୍ୟତେ’ । ରଥରେ ସେହି ବାମନ ମୂର୍ତ୍ତିଙ୍କ ଦର୍ଶନରେ ସକଳ ପାପ ମୋଚନ ହୋଇ ଜୀବାତ୍ମାର ମୋକ୍ଷ ପ୍ରାପ୍ତ ହୋଇଥାଏ । ପ୍ରଭୁ ଯେମିତି ଶ୍ରେଷ୍ଠ ପ୍ରଭୁଙ୍କ ରଥ ସେମିତି ପୂଣ୍ୟର ପ୍ରତୀକ । ଏହାର ଦର୍ଶନ, ସ୍ପର୍ଶରେ ପ୍ରାଣରେ ପ୍ରେରଣର ସ୍ରୋତ ପ୍ରବାହିତ ହୋଇଥାଏ । ଏହି ରଥର ଆକାର, ପ୍ରକାର, ରଥ ସମ୍ବନ୍ଧରେ ସଂକ୍ଷିପ୍ତ ତଥ୍ୟ ପଢନ୍ତୁ..

ପବିତ୍ର ବିଶ୍ବପ୍ରସିଦ୍ଧ ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ପାଇଁ ସୁସଜ୍ଜିତ ତିନି ରଥ ।

ନନ୍ଦିଘୋଷ:
‘ନନ୍ଦିଘୋଷ’ ବା ‘ଗରୁଡ଼ଧ୍ଵଜ’ ବା ‘କପିଳଧ୍ଵଜ’ ରଥରେ ଜଗନ୍ନାଥଙ୍କ ସହ ମଦନମୋହନ ବିଜେ କରନ୍ତି ।

ମୋଟ ୭୪୨ଖଣ୍ଡ କାଠରେ ତିଆରି ଏହି ରଥର ଉଚ୍ଚତା ୪୫ଫୁଟ ୬ ଇଞ୍ଚ ଅଟେ ।ଏହି ରଥରେ ୧୬ ଟି ଚକ (ବିଷ୍ଣୁସିଦ୍ଧ, ବିଭୂତି, ଅଣିମା, ପ୍ରଜ୍ଞା, ଧୀ, ଜ୍ଞାନ, ପ୍ରେମ, ଆଶକ୍ତ, ରତି, କେଳି, ସତ୍ୟ, ସୁଷ୍ଵସ୍ତି, ଜାଗୃତି, ତୁରୀୟ, ଆମ, ନିର୍ବାଣ) ସଂଯୁକ୍ତ ହୋଇଥାଏ । ପ୍ରତ୍ୟେକ ଚକର ଉଚ୍ଚତା ୬ ଫୁଟ ।

  • ସାରଥି : ମାତଳୀ
  • ରଥର ଦଉଡ଼ି: ଶଙ୍ଖଚୂଡ଼
  • ପରମ୍ପରା ମୁତାବକ ଧଳାରଙ୍ଗର ଚାରୋଟି ଘୋଡ଼ା (ଶଙ୍ଖ, ବଳାହକ, ଶ୍ଵେତ ଓ ହରିଦ୍ଵାଶ) ସ୍ଥାପନ କରାଯାଏ ।ଏହାର ପତାକା ଗରୁଡ଼ ଚିହ୍ନାଙ୍କିତ ।
  • ଧ୍ଵଜପମୂର୍ତ୍ତି: ପଞ୍ଚମୁଖୀ ହନୁମାନ ।

ନାଲି ଓ ହଳଦିଆ ରଙ୍ଗର କପଡ଼ା ରେ ରଥାବରଣ କରାଯାଏ । ନନ୍ଦିଘୋଷରେ ହରିହର, ପଣ୍ଡୁ ନୃସିଂହ, ଗିରିଧର, ଷଡ଼ଭୁଜ ଚିନ୍ତାମଣି କୃଷ୍ଣ, ଚତୁର୍ଭୁଜ ନାରାୟଣ, ସପ୍ତଫେଣ ସର୍ପରେ ଆସୀନ ମଧୁସୂଦନ ବା ବିଷ୍ଣୁ, ଲକ୍ଷ୍ମଣ, ପଞ୍ଚମୁଖୀ ମହାବୀର ପାର୍ଶ୍ଵଦେବ/ଦେବୀ ଭାବେ ଅବସ୍ଥାନ କରିଥାନ୍ତି ।

ତାଳଧ୍ଵଜ:
‘ତାଳଧ୍ଵଜ’ ବା ‘ଲଙ୍ଗଳ ଧ୍ଵଜ’ ରଥରେ ବଳଭଦ୍ରଙ୍କ ସହ ରାମକୃଷ୍ଣ ବିଜେ କରନ୍ତି। ମୋଟ ୭୩୧ଖଣ୍ଡ କାଠରେ ତିଆରି ଏହି ରଥର ଉଚ୍ଚତା ୪୫ଫୁଟ ଅଟେ । ଏହି ରଥରେ ୧୪ ଟି ଚକ ସଂଯୁକ୍ତ ହୋଇଥାଏ । ପ୍ରତ୍ୟେକ ଚକର ଉଚ୍ଚତା ୬ ଫୁଟ ୬ ଇଞ୍ଚ।

  • ଦଧିନଉତି : ହିରଣ୍ମୟୀ
  • ସାରଥି : ଦାରୁକ
  • ରଥର ଦଉଡ଼ି : ବାସୁକୀ
  • ପରମ୍ପରା ମୁତାବକ କଳା ରଙ୍ଗର ଚାରୋଟି ଘୋଡ଼ା ଘୋଡ଼ା (ଶଙ୍ଖ, ସୁଚିତ୍ର, ଅଙ୍ଗଦ, ମେଘନାଦ) ସ୍ଥାପନ କରାଯାଏ ।
  • ଧ୍ଵଜପମୂର୍ତ୍ତି : ଲକ୍ଷ୍ମୀନୃସିଂହ

ନାଲି ଓ ସବୁଜ ରଙ୍ଗର କପଡ଼ାରେ ରଥାବରଣ କରାଯାଏ । ତାଳଧ୍ୱଜ ରଥରେ ମହାଦେବ, ବାଇଶିଭୁଜ ନୃସିଂହ, ବଳରାମ, ନୃତ୍ୟ ଗଣପତି, ଲକ୍ଷ୍ମଣଙ୍କୁ ବହନ କରିଥିବା ଅଙ୍ଗଦ, ନାଟାମ୍ବର (ବୃଷଭ ଉପରେ ନୃତ୍ୟରତ ଶିବ), କାର୍ତ୍ତିକେଶ୍ଵର, ମଧୁକୈଟବଙ୍କ ସହ ବିଷ୍ଣୁଙ୍କ ଯୁଦ୍ଧ, ଅନନ୍ତବାସୁଦେବ ପାର୍ଶ୍ଵବଦେବ/ଦେବୀ ଭାବେ ଅବସ୍ଥାନ କରିଥାନ୍ତି ।

ଦର୍ପଦଳନ:
‘ଦର୍ପଦଳନ’ ବା ‘ପଦ୍ମଧ୍ଵଜ’ ବା ‘ଦେବଦଳନ’ ରଥରେ ସୁଭଦ୍ରାଙ୍କ ସହ ଶ୍ରୀସୁଦର୍ଶନ ବିଜେ କରନ୍ତି । ମୋଟ ୭୧୧ଖଣ୍ଡ କାଠରେ ତିଆରି ଏହି ରଥର ଉଚ୍ଚତା ୪୪ଫୁଟ ୬ ଇଞ୍ଚ ଅଟେ । ଏହି ରଥରେ ୧୨ ଟି ଚକ ସଂଯୁକ୍ତ ହୋଇଥାଏ । ପ୍ରତ୍ୟେକ ଚକର ଉଚ୍ଚତା ୬ ଫୁଟ ୮ ଇଞ୍ଚ ।

  • ସାରଥି: ଅର୍ଜୁନ
  • ରଥର ଦଉଡ଼ି: ସ୍ଵର୍ଣ୍ଣଚୂଡ଼
  • ଧ୍ଵଜପମୂର୍ତ୍ତି: ଜୟଦୁର୍ଗା
  • ପରମ୍ପରା ମୁତାବକ ନାଲି ଚାରୋଟି ଘୋଡ଼ା (ରୋଚିକା, ମୋଚିକା, ଜିତା, ଅପରାଜିତା) ସ୍ଥାପନ କରାଯାଏ । ନାଲି ଓ କଳା ରଙ୍ଗର କପଡ଼ା ରେ ରଥାବରଣ କରାଯାଏ । ଦର୍ପଦଳନରେ ବିମଳା, ମଙ୍ଗଳା, ବାରାହୀ, ଭଦ୍ରକାଳୀ(ଶବରୂଢ଼ା ଚତୁର୍ଭୁଜା), ବନଦୁର୍ଗା ବା କଣ୍ଟକାଢ଼ି, କାତ୍ୟାୟନୀ (ଅଷ୍ଟଭୁଜା ଦୁର୍ଗା), ହରଚଣ୍ଡୀ, ରାମଚଣ୍ଡୀ (ଅଷ୍ଟଭୁଜା ଓ ବାମହାତ କାଣି ଆଙ୍ଗୁଠିକୁ ପାଟିରେ ଚୁଚୁମିଛନ୍ତି), ଅଘୋରା ପାର୍ଶ୍ଵଦେବ/ଦେବୀ ଭାବେ ଅବସ୍ଥାନ କରିଥାନ୍ତି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

Intro:Body:

BLANK 

Conclusion:
Last Updated : Jul 4, 2019, 11:20 AM IST

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.