ETV Bharat / state

କାଲି ଶ୍ରୀମନ୍ଦିରରେ ରୁକ୍ମିଣୀ ବିବାହ ଉତ୍ସବ, ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ - ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଆସନ୍ତାକାଲି ଶ୍ରୀମନ୍ଦିରରେ ରୁକ୍ମିଣୀ ହରଣ ନୀତି ଅନୁଷ୍ଠିତ ହେବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ମଧ୍ୟାହ୍ନ ୧ ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ । ଅଧିକ ପଢ଼ନ୍ତୁ

rukmini vivah ritual at puri srimandir
ଶ୍ରୀମନ୍ଦିରରେ ରୁକ୍ମିଣୀ ବିବାହ ନୀତି
author img

By

Published : May 30, 2023, 9:17 PM IST

ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ରୁକ୍ମିଣୀ ହରଣ ନୀତି ଅନୁଷ୍ଠିତ ହେବ । ଏହି ବିଶେଷ ନିତୀ ପାଇଁ ମଧ୍ୟାହ୍ନ ୧ ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଶ୍ରୀ ବିଗ୍ରହଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତାକାଲି (ବୁଧବାର) ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଦେବୀ ରୁକ୍ମିଣୀଙ୍କ ସହ ବିବାହ ନୀତି ଅନୁଷ୍ଠିତ ହେବ। ଜ୍ୟେଷ୍ଠ ଶୁକ୍ଳ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ରୁକ୍ମିଣୀ ହରଣ ଏବଂ ବିବାହ ଉତ୍ସବ ନୀତି ପାଳନ ହୋଇଥାଏ । ଏହି ଦିନ ସକାଳ ଧୂପ ପୂଜା ବସିଥିବା ସମୟରେ ଦକ୍ଷିଣୀ ଘରୁ ଶ୍ରୀମଦନମୋହନ ବେଶ କରାଯାଇଥାଏ ।

ସକାଳ ଧୂପ ବଢ଼ିଲା ପରେ ପୂଜାପଣ୍ଡା ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଜ୍ଞା ମାଳ ଶ୍ରୀଦେବୀଙ୍କୁ ପ୍ରଦାନ କରିବା ପରେ ମହାଜନ ସେବକ ମାନେ ତାଙ୍କୁ ବିଜେ କରାଇ ସାତ ପାହାଚ ଠାରେ ଥିବା ପାଲିଙ୍କିରେ ଅଧିଷ୍ଠିତ କରାନ୍ତି । ଏହାପରେ ବିମାନବଡୁ ମାନେ ପାଲିଙ୍କିକୁ ମହାଲକ୍ଷ୍ମୀଙ୍କ ମନ୍ଦିର ନିକଟକୁ ନେଇଥାନ୍ତି । ମହାଲକ୍ଷ୍ମୀଙ୍କ ଜଗମୋହନରେ ପଡିଥିବା ଖଟ ଉପରେ ଶ୍ରୀଦେବୀଙ୍କୁ ପଞ୍ଚାମୃତରେ ମହାସ୍ନାନ କରାଇ ମାଜଣା ଓ ବନକ ଲାଗି, ଅଳଙ୍କାର ଲାଗି ହୋଇଥାନ୍ତି । ଏହି ବେଶ ହେବା ସମୟରେ ତଢ଼ାଉକରଣ ତାଳ ପତ୍ର ଓ ଲେଖନୀ ନେଇ ଉପସ୍ଥିତ ହୁଅନ୍ତି । ଭିତରଚ୍ଛ ମହାପାତ୍ର ତାଳପତ୍ର ଓ ଲେଖନୀ ଶ୍ରୀଦେବୀଙ୍କର ଶ୍ରୀହସ୍ତ ଛୁଆଇଁ ତଢ଼ାଉକରଣକୁ ଦେବାରେ ସେ ଚିଟାଉ ଲେଖିଥାନ୍ତି । ଏହାପରେ ଭିତରଚ୍ଛ ମହାପାତ୍ର ଏହି ଚିଟାଉ ନେଇ ଚନ୍ଦନରେ ଶ୍ରୀଦେବୀଙ୍କ ଶ୍ରୀହସ୍ତ ମୁଦ କରାଇବା ପରେ ବିପ୍ର ବ୍ରାହ୍ମଣ ତଥା ଜନୈକ ସେବକ ଚିଟାଉ ନେଇ ଘଣ୍ଟ ଛତା, କାହାଳୀ ସହ ଜୟବିଜୟ ଦ୍ୱାର ନିକଟକୁ ଯାଇଥାନ୍ତି ।

ଭୋଗମଣ୍ଡପ ଶେଷ ହେବା ପରେ ଆଜ୍ଞାମାଳ ପ୍ରାପ୍ତ ହୋଇ ଶ୍ରୀ ମଦନମୋହନ ଜୟବିଜୟ ଦ୍ୱାର ନିକଟରେ ବିଜେ କରିଥାନ୍ତି । ସେଠାରେ ପୁରାଣପଣ୍ଡା, ପୂଜାପଣ୍ଡା ଏବଂ ପାଳିଆ ଖୁଣ୍ଟିଆ ଥାଇ ବଚନିକା ହୋଇଥାଏ । ଏହାପରେ ଶ୍ରୀ ମଦନମୋହନ ସାତ ପାହାଚ ତଳେ ରଖା ଯାଇଥିବା ରଥ ଉପରେ ବିରାଜମାନ କରି ବିମଳାଙ୍କ ମନ୍ଦିର ନିକଟକୁ ବିଜେ କରିଥାନ୍ତି । ଏହି ସମୟରେ ମହାଲକ୍ଷ୍ମୀ ମନ୍ଦିର ଜଗମୋହନ ଠାରୁ ଶ୍ରୀଦେବୀ ବିମଳା ମନ୍ଦିରକୁ ଗମନ କରିଥାନ୍ତି । ଏଠାରେ ପର୍ବଯାତ୍ରା ଯୋଗାଣିଆ ସେବକ ଯୋଗାଇଥିବା ସାମଗ୍ରୀମାନ ବିମଳାଙ୍କ ଶ୍ରୀଅଙ୍ଗରେ ଛୁଆଁ ହୋଇ ପୂଜା ଶେଷ ହୋଇଥାଏ । ବିମଳାଙ୍କ ମନ୍ଦିରରୁ ବାହାରକୁ ଆସିବା ସମୟରେ ଶ୍ରୀ ମଦନମୋହନ ଶ୍ରୀଦେବୀଙ୍କୁ ତଥା ଦେବୀ ରୁକ୍ମିଣୀ ହରଣ କରିଥାନ୍ତି । ଏହି ବିଧିଟି ଭିତରଚ୍ଛ ମହାପାତ୍ରଙ୍କ ଦ୍ଵାରା ସମ୍ପାଦିତ ହୋଇଥାଏ । ମହାପ୍ରଭୁ ଶ୍ରୀ ମଦନମୋହନ ସରସ୍ୱତୀଙ୍କ ମନ୍ଦିର ନିକଟରେ ଶିଶୁପାଳଙ୍କୁ ପରାସ୍ତ କରି ରଥରେ ବାନ୍ଧି ଦେଇଥାନ୍ତି । ତତ୍ପରେ ଦକ୍ଷିଣୀ ଘରୁ ବଳରାମ ବିମାନରେ ବିଜେ ହୋଇ ଆସି ଶିଶୁପାଳଙ୍କୁ ବନ୍ଧନ ମୁକ୍ତ କରାଇ ପୁନର୍ବାର ଦକ୍ଷିଣୀ ଘରକୁ ପ୍ରତ୍ୟାବର୍ତ୍ତନ କରିଥାନ୍ତି । ଏହାପରେ ଶ୍ରୀଦେବୀ ଓ ଶ୍ରୀମଦନମୋହନ ପନ୍ତିଭୋଗ କରାଯାଇ ବିବାହ ମଣ୍ଡପ ଠାରେ ବିଜେ ପୂର୍ବକ ଚନ୍ଦନ ଲାଗି କରାଯାଇଥାଏ ।

ଏହାପରେ ରତ୍ନସିଂହାସନ ତଳେ ପାଣି ପଡ଼ି ଧୋ ପଖାଳ ହୋଇ ଯାତ ଭୋଗ ଉଠିଥାଏ । ଜଳକ୍ରୀଡ଼ା ଶେଷ ହେବା ପରେ ମଧ୍ୟାହ୍ନ ଧୂପ, ସନ୍ଧ୍ୟା ଆଳତୀ ବଢି ମହାସ୍ନାନ ପୂର୍ବକ ନୂଆଲୁଗା ଲାଗି , ସର୍ବାଙ୍ଗ ଶେଷ ହୋଇ ସନ୍ଧ୍ୟାଧୂପ ପୂଜା ବସିଥିବା ସମୟରେ ବିବାହ ମଣ୍ଡପରେ ବିବାହ ନୀତି ଆରମ୍ଭ ହୋଇଥାଏ । ପୂଜାପଣ୍ଡା ସେବକମାନଙ୍କ ଦ୍ୱାରା ସମ୍ପାଦିତ ଏହି ବିବାହ ନୀତି ଶେଷ ହେବାପରେ ଶ୍ରୀମନ୍ଦିରରେ ଅନ୍ୟାନ୍ୟ ନୀତିମାନ ଅନୁଷ୍ଠିତ ହୋଇଥାଏ । ଏହିପରି ଭାବେ ଶ୍ରୀମନ୍ଦିରରେ ରୁକ୍ମଣୀ ହରଣ ଓ ବିବାହତ୍ସବ ପାଳିତ ହୋଇଥାଏ ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.