ପୁରୀ: ଦ୍ରାବିଡିଆନ ମଡେଲ ବାଲୁକା ଚିତ୍ରକଳାକୁ ନେଇ ବାଲୁକା ଚିତ୍ରଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ୍ । ବିଶିଷ୍ଟ ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ନିଆରା ବାଲୁକା ଚିତ୍ରକଳା ପାଇଁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ୍ ସମ୍ବର୍ଦ୍ଧିତ କରିଛନ୍ତି । ଚେନ୍ନାଇର ମରିନା ବିଚ୍ରେ ସୁଦର୍ଶନ ଦ୍ରାଵିଡିଆନ ମଡେଲ ଶୀର୍ଷକ ଏକ ସୁନ୍ଦର ବାଲୁକା ଚିତ୍ରକଳା କରିଥିଲେ ।
ଏପଟେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ୍ ତାଙ୍କୁ ସମ୍ବର୍ଦ୍ଧିତ କରିଥିବାରୁ ସେ ବହୁତ ଗୌରବ ଅନୁଭବ କରିବା ସହ କୃତଜ୍ଞତା ପ୍ରକାଶ କରିଛନ୍ତି ।
ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ