ETV Bharat / state

ରଥଯାତ୍ରା ଦ୍ବିତୀୟ ସମନ୍ବୟ ବୈଠକ, ନିର୍ଦ୍ଧାରିତ ସମୟରେ ପ୍ରସ୍ତୁତି ସାରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ

author img

By

Published : May 6, 2023, 9:27 PM IST

ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ସମନ୍ବୟ କମିଟିର ଦ୍ବିତୀୟ ବୈଠକ ଅନୁଷ୍ଠିତ ହୋଇଛି । ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ସହ ନିଷ୍ପତ୍ତି ନିଆଯାଇଛି । ଅଧିକ ପଢ଼ନ୍ତୁ

ରଥଯାତ୍ରା ପାଇଁ ଦ୍ବିତୀୟ ସମନ୍ବୟ ବୈଠକ
ରଥଯାତ୍ରା ପାଇଁ ଦ୍ବିତୀୟ ସମନ୍ବୟ ବୈଠକ
ରଥଯାତ୍ରା ପାଇଁ ଦ୍ବିତୀୟ ସମନ୍ବୟ ବୈଠକ

ପୁରୀ: ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଆଇନ୍ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଦ୍ବିତୀୟ ସମନ୍ଵୟ ବୈଠକ ଶେଷ ହୋଇଛି । ଶୃଙ୍ଖଳିତ ନୀତି, ଜନଗହଳି ନିୟନ୍ତ୍ରଣ, ବିଭିନ୍ନ ବିଭାଗର ସେବା ନେଇ ପୁରୀ ଟାଉନ ହଲ୍ ଠାରେ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ସହ ନିଷ୍ପତ୍ତି ନିଆଯାଇଛି । ବିଶେଷ କରି ମହାପ୍ରଭୁଙ୍କ ନୀତି ସମ୍ପାଦାନ, ସ୍ଵାସ୍ଥ୍ୟ, ପାନୀୟ ଓ ବିଦ୍ୟୁତ୍ ଯୋଗାଣ ନେଇ ବୈଠକରେ ସରଗରମ ଆଲୋଚନା ହୋଇଥିଲା । ରଥଯାତ୍ରା ସମୟରେ ୨୧୦ ଟି ସ୍ଵତନ୍ତ୍ର ଟ୍ରେନ ଚଳାଚଳ କରିବ। ସହ ଶ୍ରୀଜଗନ୍ନାଥ ବନ ପ୍ରକଳ୍ପ ପାଇଁ ଡାଟା ବେସ ପ୍ରସ୍ତୁତ ହୋଇଛି । ସେହିପରି ଗୁଣ୍ଡିଚା ଯାତ୍ରା ସମୟରେ ୩୦ ଜଣ ଭକ୍ତଙ୍କ ପାଇଁ ଜୀବନ ବୀମା କରାଯାଇଛି ।

ପାଖେଇ ଆସୁଛି ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଏନେଇ ଶନିବାର ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଧ୍ୟକ୍ଷତାରେ ପୁରୀ ଟାଉନ ହଲ୍ ଠାରେ ସମନ୍ବୟ କମିଟିର ଦ୍ବିତୀୟ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ୨୧ଟି ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା । ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ସହ ଚାଲିଥିବା ଅନ୍ୟାନ୍ୟ ପ୍ରକଳ୍ପ କାର୍ଯ୍ୟ ରଥଯାତ୍ରା ପୂର୍ବରୁ ଶେଷ କରାଯିବ ବୋଲି ବୈଠକରେ ସୂଚନା ଦିଆଯାଇଛି । ରଥଯାତ୍ରା ପାଇଁ ୮୬୫ ଖଣ୍ଡ କାଠର ଆବଶ୍ୟକତା ଥିବାବେଳେ ବର୍ତ୍ତମାନ ସୁଦ୍ଧା ରଥଖଳାକୁ ୩୪୧ ଖଣ୍ଡ ଓ ଖପୁରିଆ କରତ କଳକୁ ୩୩୨ ଖଣ୍ଡ କାଠ ଆସିଛି । ଶ୍ରୀଜଗନ୍ନାଥ ବନ ପ୍ରକଳ୍ପ ସ୍ଥିତି ନେଇ ଡାଟା ବେସ ପ୍ରସ୍ତୁତ ହୋଇଥିବା ବୈଠକରେ ସୂଚନା ଦିଆଯାଇଥିଲା । ଗୁଜରାଟର ଅହମ୍ମଦାବାଦରୁ ୩୦୦୦ ମିଟର ରଥକନା ଆସିଛି । ୨୦୦ କେଜି ଝୁଣା ମହଜୁଦ୍ ଅଛି । ସେହିପରି ତାମିଲନାଡୁରୁ ୩୦୦ କେଜି ଚନ୍ଦନ କାଠ ଆସିବ । ୧୪ଟି ରଥଟଣା ଓ ୯ଟି ଇନର ଓ ଆଉଟର କର୍ଡନ ଦଉଡ଼ି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି । ତେବେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ବାରରେ ପ୍ରବେଶ ନେଇ ପ୍ରଶାସନ ସହ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ । ରଥ ନିର୍ମାଣ ପାଇଁ ତଦାରଖ କମିଟି ଗଠନ କରାଯାଉଛି । ମହାପ୍ରଭୁଙ୍କ ଆଶୀର୍ବାଦରୁ ଚଳିତ ବର୍ଷ ରଥ ନିର୍ମାଣ କାର୍ଯ୍ୟ ସମୟ ପୂର୍ବରୁ ସରିବା ନେଇ ଲକ୍ଷ୍ୟ ରହିଛି ।

ସେହିଭଳି ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ ରଥଯାତ୍ରା ସମୟରେ ୨୯ଟି ଆଶୁ ଚିକିତ୍ସା କେନ୍ଦ୍ର, ୫ ଜଣ ଖାଦ୍ୟ ନିରାପତ୍ତା ଅଧିକାରୀ, ୨ଟି ଖାଦ୍ୟ ନିରୀକ୍ଷକ ଦଳ ରହିବେ । ନିରବଚ୍ଛିନ୍ନ ବିଦ୍ୟୁତ୍ ଓ ପାନୀୟ ଜଳ ଯୋଗାଣ ଉପରେ ବିଶେଷ ଗୁରୁତ୍ବ ଦିଆଯାଇଛି । ସେହିପରି ସଡ଼କ ପଥରେ ପରିବହନ ବ୍ୟବସ୍ଥା, ଜାତୀୟ ରାଜପଥ ମରାମତି, ପରିମଳ ବ୍ୟବସ୍ଥା, ସ୍ବରେଜ୍, ଅଗ୍ନିଶମ ବିଭାଗର ପ୍ରସ୍ତୁତି, ପ୍ରଦର୍ଶନୀ ଓ ସ୍ବେଚ୍ଛାସେବୀ କାର୍ଯ୍ୟ ନେଇ ଆଲୋଚନା ହୋଇଥିଲା । ରଥଯାତ୍ରା ସମୟରେ ଶ୍ରୀମନ୍ଦିର ଭିତରେ ଓ ବାହାରେ, ରଥ କର୍ଡନ, ଭିଡ଼ ନିୟନ୍ତ୍ରଣ, ଟ୍ରାଫିକ ସୁପରିଚାଳନା, ଭିଭିଆଇପିଙ୍କ ସୁରକ୍ଷା ସହ ସମନ୍ବିତ ପୋଲିସ କଣ୍ଟ୍ରୋଲ ରୁମ୍ କାର୍ଯ୍ୟ କରିବ ବୋଲି କହିଥିଲେ ଅତିରିକ୍ତ ଡିଜି । ସେହିପରି ସିସିଟିଭି କ୍ୟାମେରା ସହ ତଟ ସୁରକ୍ଷା ଉପରେ ମଧ୍ୟ ପୋଲିସ ପ୍ରଶାସନ ପକ୍ଷରୁ ଗୁରୁତ୍ବ ଦିଆଯାଇଛି । ଏହି ଗୁରୁତ୍ବପୂର୍ଣ୍ଣ ବୈଠକରେ ମନ୍ତ୍ରୀ ସମୀର ରଞ୍ଜନ ଦାସ, ପ୍ରଫୁଲ୍ଲ ମଲ୍ଲିକ, ତୁଷାରକାନ୍ତି ବେହେରା, ପ୍ରୀତିରଞ୍ଜନ ଘଡ଼େଇ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ, ଜିଲ୍ଲାପାଳ, ଏସପି, ବିଭିନ୍ନ ବିଭାଗର ସଚିବ ଉପସ୍ଥିତ ଥିଲେ । ବିଭିନ୍ନ ସେବାୟତ ନିଯୋଗର ସଦସ୍ୟ, ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ, ବୁଦ୍ଧିଜୀବୀ, ସଚେତନ ନାଗରିକ ଓ ଗଣମାଧ୍ୟମର ପ୍ରତିନିଧି ମାନେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.