ETV Bharat / state

ରଥରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ଶଙ୍କରାଚାର୍ଯ୍ୟ, ନମନ୍ତ୍ରଣ ଦେଲା ପ୍ରଶାସନ - ରଥଯାତ୍ରା ପାଇଁ ଶଙ୍କରାଚାର୍ଯ୍ୟଙ୍କୁ ନିମନ୍ତ୍ରଣ

ସୋମବାର ରଥରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଜଗତଗୁରୁ ନିଶ୍ଚଳାନନ୍ଦ ସରସ୍ୱତୀ ଶଙ୍କରାଚାର୍ଯ୍ୟଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ନିମନ୍ତ୍ରଣ କରିଛନ୍ତି। ଅଧିକ ପଢନ୍ତୁ...

ରଥରେ ମହାପ୍ରଭୁଙ୍କ ଦର୍ଶନ ନେଇ ଶଙ୍କରାଚାର୍ଯ୍ୟଙ୍କୁ ନିମନ୍ତ୍ରଣ

author img

By

Published : Jul 11, 2021, 10:54 PM IST

ପୁରୀ: ରାତି ପାହିଲେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ଚଳଚଞ୍ଚଳ ହେଲାଣି ବଡ଼ଦାଣ୍ଡ । ପରମ୍ପରା ଅନୁସାରେ ସକାଳ ଧୂପ ନୀତି ପରେ ଆଜି ମହାପ୍ରଭୁଙ୍କ ନିକଟରୁ ଆଜ୍ଞା ମାଳ ରଥ ଖଳାକୁ ବିଜେ ହୋଇଥିଲା । ପରେ ତିନି ରଥକୁ ସିଂହଦ୍ୱାର ସମ୍ମୁଖରେ ରଖାଯାଇଛି । ତେବେ ସୋମବାର ରଥରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଜଗତଗୁରୁ ନିଶ୍ଚଳାନନ୍ଦ ସରସ୍ୱତୀ ଶଙ୍କରାଚାର୍ଯ୍ୟଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ନିମନ୍ତ୍ରଣ କରିଛନ୍ତି।

ଏହି ଅବସରରେ ରଥଯାତ୍ରାର ସମସ୍ତ ପରମ୍ପରା ନେଇ ଆଲୋଚନା ହୋଇଛି। ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ ୭ ଜଣଙ୍କୁ ନେଇ ମହାପ୍ରଭୁଙ୍କୁ ରଥରେ ଦର୍ଶନ କରିବେ। ଘରେ ରହି ଟିଭିରେ ଘୋଷଯାତ୍ରା ଦର୍ଶନ ପାଇଁ ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି ଶଙ୍କରାଚାର୍ଯ୍ୟ । ସେପଟେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି ପରମ୍ପରା ଅନୁସାରେ ଶଙ୍କରାଚାର୍ଯଙ୍କୁ ନିମନ୍ତ୍ରଣ କରାଯାଇଛି।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.