ETV Bharat / state

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦୁର୍ଲ୍ଲଭ ଗଜଉଦ୍ଧାରଣ ବେଶ

author img

By

Published : Feb 5, 2023, 9:57 AM IST

ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କର ଆଜି ଗଜଉଦ୍ଧାରଣ ବେଶ । ମଧ୍ୟାହ୍ନ ପରେ ଏହି ସ୍ବତନ୍ତ୍ର ବେଶରେ ଦର୍ଶନ ଦେବେ ମହାପ୍ରଭୁ । ଅଧିକ ପଢନ୍ତୁ

gajaudharana besha
ଶ୍ରୀଜିଉଙ୍କ ଦୁର୍ଲ୍ଲଭ ଗଜଉଦ୍ଧାରଣ ବେଶ
ଶ୍ରୀଜିଉଙ୍କ ଦୁର୍ଲ୍ଲଭ ଗଜଉଦ୍ଧାରଣ ବେଶ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲ୍ଲଭ ଗଜଉଦ୍ଧାରଣ ବେଶ ଅନୁଷ୍ଠିତ ହେବ । ମାଘ ପୂର୍ଣ୍ଣିମା ଦିନ ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଥାଏ । ପୌରାଣିକ ତଥ୍ୟ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ସମୟରେ ସେହି ହ୍ରଦରେ ଥିବା ଗୋଟିଏ ବିରାଟକାୟ କୁମ୍ଭୀର ଆକ୍ରମଣ କରିଥିଲା । କୁମ୍ଭୀର ଆକ୍ରମଣରୁ ଉଦ୍ଧାର ପାଇବାର ଉପାୟ ପାଇ ବିକଳରେ ପୁରୁଷୋତ୍ତମ ଭଗବାନଙ୍କୁ ଗଜରାଜ ପ୍ରାର୍ଥନା କରିଥିଲା । ଗଜରାଜର ପ୍ରାର୍ଥନାରେ ସ୍ୱଂୟ ପୁରୁଷୋତ୍ତମ ଭକ୍ତ ଗଜଙ୍କୁ ଆକ୍ରମଣରୁ ରକ୍ଷାକରିବା ପାଇଁ ଚକ୍ରପେଷି କୁମ୍ଭୀରକୁ ମାରି ଗଜରାଜଙ୍କୁ ଉଦ୍ଧାର କରିଥିଲେ । ସେହି ପୌରାଣିକ ଆଖ୍ୟାୟିକାର ସ୍ମୃତିରେ ଶ୍ରୀମନ୍ଦିରରେ ପୁରାତନ ସମୟରୁ ଶ୍ରୀବିଗ୍ରହମାନଙ୍କ ଗଜଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇ ଆସୁଛି ।

ମଧ୍ୟାହ୍ନ ଧୂପ ପରେ ରତ୍ନ ସିଂହାସନରେ ମହାପ୍ରଭୁଙ୍କର ଏହି ଗଜଉଦ୍ଧାରଣ ବେଶ ଅନୁଷ୍ଠିତ ହେବ । ଦ୍ବିପ୍ରହର ଧୂପ ସରିବା ପରେ ସନ୍ଧ୍ୟାରେ ସାହାଣ ମେଲା ହେବା ଯାଏ ରହିଥାଏ । ଗଜଉଦ୍ଧାରଣ ବେଶର ବିଶେଷତ୍ୱ ହେଲା ଏହି ବେଶରେ ଜଗନ୍ନାଥ ଓ ବଳଭଦ୍ର ଚତୁଃହସ୍ତ ରୂପେ ଓ ସୁଭଦ୍ରା ଦ୍ୱିଭୁଜ ବିଶିଷ୍ଟା ହୁଅନ୍ତି । ଚତୁଃହସ୍ତଧାରୀ ଶ୍ରୀ ଜଗନ୍ନାଥ ଗରୁଡ଼ ଉପରେ ବସିଥିବା ପ୍ରଦର୍ଶିତ ହୋଇଥାଏ । ଉଡ୍ଡୟନରତ ଭଙ୍ଗୀରେ ଥିବା ଦୁଇଟି ପକ୍ଷ ବିଶିଷ୍ଟ ଗରୁଡ଼ ମୁଖ୍ୟତଃ କାଠ, ଶୋଲ ଏବଂ ଜରିରେ ନିର୍ମିତ ହୋଇଥାଏ।

ପକ୍ଷ ବିସ୍ତାରି ଉଡୁଥିବା ଗରୁଡ଼ ପୃଷ୍ଠରେ ଜଗନ୍ନାଥ ପଦ୍ମାସନ ଭଙ୍ଗୀରେ ବସିଥାନ୍ତି ଶ୍ରୀଜଗନ୍ନାଥଙ୍କ ଚାରିହସ୍ତରେ ସୋଲ ଓ ଜରି ନିର୍ମିତ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଶୋଭା ପାଇଥାଏ । ପଦ୍ମାସନ ଭଙ୍ଗୀରେ ଗୋଟିଏ ଆସ୍ଥାନରେ ବସିଥିବା ବଳଭଦ୍ର ତାଙ୍କର ଊର୍ଦ୍ଧ୍ୱ ଦୁଇ ହସ୍ତରେ ଶୋଲ ଓ ଜରି ନିର୍ମିତ ଶଙ୍ଖ ଓ ଚକ୍ର ତଥା ନିମ୍ନ ଦୁଇ ହସ୍ତରେ ହଳ (ବାମ) ଓ ମୂଷଳ (ଦକ୍ଷିଣ) ଧାରଣ କରିଥାନ୍ତି । ସୁଭଦ୍ରା ଦୁଇଭୁଜ ଓ ଦୁଇ ପଦଯୁକ୍ତା ହୋଇ କୃଷ୍ଣଙ୍କ ଭଳି ଛନ୍ଦାୟିତ ଭଙ୍ଗୀରେ ଛିଡ଼ା ହୋଇଥାନ୍ତି । ଦେବୀଙ୍କ ହସ୍ତଦ୍ୱୟ ମୁଷ୍ଟିବଦ୍ଧ ତଥା ତଳ ଉପର ହୋଇ ରହିଥାଏ ଏବଂ ସେ ଧରିଥାଆନ୍ତି ପଦ୍ମ କଳିକାଟିଏ ।

ଏହା ବି ପଢନ୍ତୁ...ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କଲେ କଣ୍ଠଶିଳ୍ପୀ ଅନୁରାଧା ପୋଡୱାଲ, ବାଣ୍ଟିବେ ମାଗଣା ଶ୍ରବଣ ଯନ୍ତ୍ର

ଏହି ବେଶରେ କାଠ ଓ ଶୋଲ ନିର୍ମିତ ଦୁଇଟି ହସ୍ତୀ ପ୍ରତିମୂର୍ତ୍ତି ବ୍ୟବହୃତ ହୋଇଥାଏ । ଗୋଟିଏ ହସ୍ତୀ ବଳଭଦ୍ରଙ୍କ ସମୀପରେ ରତ୍ନ ସିଂହାସନ ଆଗରେ ପୋଖରୀଆରେ ଏବଂ ଅନ୍ୟଟି ଶ୍ରୀଜଗନ୍ନାଥଙ୍କ ବିଗ୍ରହ ସମ୍ମୁଖରେ ରଖାଯାଇଥାଏ । ଜଗନ୍ନାଥଙ୍କ ସମ୍ମୁଖରେ ଥିବା ଗଜଟି ଆର୍ତ୍ତ ହରଣ ପାଇଁ ଆକୁଳ ନିବେଦନ କରୁଥିବା ଭଙ୍ଗୀରେ ପ୍ରଦର୍ଶିତ ହୁଏ । ତାର ପାଦଗୁଡ଼ିକ ମଧ୍ୟରେ ଥାଏ ଆକ୍ରମଣରତ କୁମ୍ଭୀରର ପିତୁଳା ଏବଂ ହସ୍ତୀଟିର ଟେକି ହୋଇଥିବା ଶୁଣ୍ଢରେ ପ୍ରସ୍ଫୁଟିତ ପଦ୍ମଫୁଲ ଶୋଭା ପାଇଥାଏ ।

ଗଜଉଦ୍ଧାରଣ ବେଶରେ ତିନି ଠାକୁରଙ୍କ ମଥାରେ ଚୂଳ ଓ କିରୀଟ ସହ ସୁବର୍ଣ୍ଣ ନିର୍ମିତ ପଦ୍ମମାଳି, କଦମ୍ବମାଳି ପ୍ରଭୃତିରେ ଭୂଷିତ ହୋଇଥାନ୍ତି । ଏହି ବେଶ ସମୟତକ ରତ୍ନସିଂହାସନରେ ଶୋଭା ପାଉଥିବା ଲକ୍ଷ୍ମୀଙ୍କର ସୁବର୍ଣ୍ଣପ୍ରତିମାଙ୍କୁ ଜଗନ୍ନାଥଙ୍କ କୋଳରେ ରଖାଯାଏ । କ୍ଷୀରି ଓ ଅମାଲୁ ସ୍ୱତନ୍ତ୍ର ଭୋଗ ରୂପେ ଅର୍ପିତ ହୋଇଥାଏ ।

ଭୌମ ବଂଶର ରାଣୀ ବକୁଳ ମହାଦେବୀ ଏହି ବେଶ ପ୍ରଥମେ ପ୍ରଚଳନ କରାଇଥିଲେ । ତତ୍ପରେ କିଛି ବର୍ଷ ପାଇଁ ଏହା ବନ୍ଦ ହୋଇଯାଇଥିଲା । ୧୫୭୫ ମସିହାରେ ରାମଚନ୍ଦ୍ର ଦେବ ଠାକୁରମାନଙ୍କ ଗଜଉଦ୍ଧାରଣ ବେଶର ପୁନଃପ୍ରଚଳନ କରାଇଥିଲେ । ବାଲିସାହିରେ ଥିବା ବାସୁଦେବ ମଠର ମହନ୍ତ ବସୁଦେବ ବାବା ଗଜୋଦ୍ଧାରଣ ବେଶ କରାଇ ଆସୁଥିଲେ, ମଠଟିର ଅବଲୁପ୍ତି ପରେ କିଛି ବର୍ଷ ପାଇଁ ମନ୍ଦିର ପ୍ରଶାସନ ଖର୍ଚ୍ଚରେ ଏ ବେଶ ଅନୁଷ୍ଠିତ ହୋଇଥିଲା । ଅଳ୍ପ କିଛିବର୍ଷ ହେବ ଇମ୍ଫା କମ୍ପାନୀର ପରିଚାଳକ ବଂଶୀଧର ପଣ୍ଡାଙ୍କ ଦାନରେ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଆସୁଛି ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.