ETV Bharat / state

କୁମାର ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି - ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି

କୁମାର ପୂର୍ଣ୍ଣିମା ଉପଲକ୍ଷେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି । ପରମ୍ପରା ଅନୁଯାୟୀ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ଶ୍ରୀଦେବୀ ଓ ଭୂଦେବୀଙ୍କୁ ଖଟ ଶେଯ ଘରେ ବିଜେ କରାଯାଇଥାଏ । ଅଧିକ ପଢନ୍ତୁ

କୁମାର ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି

author img

By

Published : Oct 9, 2022, 12:16 PM IST

ପୁରୀ: ଆଜି ପବିତ୍ର କୁମାର ପୂର୍ଣ୍ଣମୀ । ଏନେଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଥାଏ । ଶ୍ରୀକ୍ଷେତ୍ରରେ ମାନବୀୟ ଲୀଳା କରୁଥିବା ମହାପ୍ରଭୁ ମହାଲକ୍ଷ୍ମୀଙ୍କ ସହିତ ଜୁଆ ଖେଳରେ ହାରିଯାଇଥିବାରୁ ଲକ୍ଷ୍ମୀ ମନ୍ଦିରରେ ପ୍ରଭୁଙ୍କ ଚଳନ୍ତି ପ୍ରତିମା ଶ୍ରୀମାଧବ ସାତଦିନ ପର୍ଯ୍ୟନ୍ତ ବନ୍ଧା ରହିଥାନ୍ତି ।

କୁମାର ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି

ଶ୍ରୀକ୍ଷେତ୍ରରେ ବାର ମାସରେ ତେର ପର୍ବ ଅନୁଷ୍ଠିତ ହୋଇଥାଏ । ସେଥିମଧ୍ୟରୁ ସେଥିମଧ୍ୟରୁ ଆଜି କୁମାର ପୂର୍ଣ୍ଣିମା ଅବସରରେ ମହାପ୍ରଭୁଙ୍କ ବିଶେଷ ନୀତିକାନ୍ତି ଅନୁଷ୍ଠିତ ହୋଇଛି । ପରମ୍ପରା ଅନୁଯାୟୀ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ଶ୍ରୀଦେବୀ ଓ ଭୂଦେବୀଙ୍କୁ ଖଟ ଶେଯ ଘରେ ବିଜେ କରାଯାଇଥାଏ । ଏହାପରେ ଆଜ୍ଞାମାଳ ପାଇ ଶ୍ରୀସୁଦର୍ଶନ ଚାରି ଆଶ୍ରମ ବିଜେ କରିବା ସହ ପଂକ୍ତିଭୋଗ ଓ ବନ୍ଦାପନା ନୀତି କରାଯିବ । ବଡ଼ସିଂହାର ଭୋଗ ସରିଲେ ରତ୍ନସିଂହାସନ ତଳେ ଓ ଉପରେ ଶକଟା, ପଶା ଓ କଉଡ଼ି ଖେଳ ହୋଇଥାଏ ।

ଶ୍ରୀମନ୍ଦିରର ପରମ୍ପରାରେ ଏହା ଦ୍ୟୁତିକ୍ରୀଡା ଉତ୍ସବ ନାମରେ ଅଭିହିତ । ସର୍ତ୍ତ ଅନୁଯାୟୀ ଏହି ଦ୍ୟୂତି କ୍ରୀଡାରେ ମା’ ମହାଲକ୍ଷ୍ମୀଙ୍କ ଠାରୁ ମହାପ୍ରଭୁ ଶ୍ରୀଜଗନ୍ନାଥ ହାରିଯାଇଥିବାରୁ ପ୍ରଭୁଙ୍କ ଚଳନ୍ତି ପ୍ରତିମା ଶ୍ରୀମାଧବ ସାତଦିନ ପର୍ଯ୍ୟନ୍ତ ଲକ୍ଷ୍ମୀ ମନ୍ଦିରରେ ବନ୍ଧା ରହିବେ । ଅଷ୍ଟମୀ ଦିନ ଅବକାଶ ପୂଜା ସମୟରର ପୁନଃ ମାଧବ ରତ୍ନ ସିଂହାସନରେ ବିଜେ କରିବେ । ମହାପ୍ରଭୁଙ୍କ ତରଫରୁ ପ୍ରତିନିଧ ମୁଦିରସ୍ତ ଓ ଲକ୍ଷ୍ମୀଙ୍କ ପ୍ରତିନିଧି ଭିତରଚ୍ଛ ମହାପାତ୍ର ୨୧ଟି ହିଙ୍ଗୁଳ କଉଡ଼ି, ୨୧ଟି ରୂପା କଉଡି, ପଶା ଶକଟାରେ ଏହି ନୀତି ପାଳନ କରିଥାନ୍ତି ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.