ETV Bharat / state

ରାକ୍ଷୀ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି - ରକ୍ଷୀ ପୂର୍ଣ୍ଣିମା ନୀତିକାନ୍ତି

ରକ୍ଷା ବନ୍ଧନ ଅବସରରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ପାଇଁ ପ୍ରସ୍ତୁତି ଶେଷ । ରାକ୍ଷୀ ପୂର୍ଣ୍ଣିମା ସହ ପ୍ରଭୁ ବଳଭଦ୍ରଙ୍କ ଜନ୍ମଜୟନ୍ତୀ ମଧ୍ୟ ପାଳନ ହେବ । ଅଧିକ ପଢନ୍ତୁ...

ରକ୍ଷୀ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

author img

By

Published : Aug 22, 2021, 11:27 AM IST

Updated : Aug 22, 2021, 1:25 PM IST

ପୁରୀ: ଆଜି ପବିତ୍ର ରକ୍ଷା ବନ୍ଧନ ସହ ପ୍ରଭୁ ବଳଭଦ୍ର ଜନ୍ମୋତ୍ସବ । ପ୍ରତିବର୍ଷ ଏହି ଅବସରରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଥାଏ । ଏହି ଦିନରେ ଭଉଣୀ ସୁଭଦ୍ରା ଦୁଇଭାଇ ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କ ହାତରେ ରାକ୍ଷୀ ବାନ୍ଧିଥାନ୍ତି ।

ରାକ୍ଷୀ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ପାଟରା ବିଶୋୟୀଙ୍କ ଦ୍ୱାର ନିର୍ମିତ ସ୍ୱତନ୍ତ୍ର ରାଖୀ ଓ ଗୁଆମାଳ ମହାପ୍ରଭୁଙ୍କୁ ସିଂହାରୀ ସେବକମାନେ ଶ୍ରୀମନ୍ଦିରରେ ରକ୍ଷା ବନ୍ଧନ ଉତ୍ସବ କରିବେ । ସେହିପରି ଆଜି ମଧ୍ୟ ବଳଭଦ୍ରଙ୍କ ଜନ୍ମନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ଦ୍ୱିପହର ଭୋଗ ଉଠିବା ପରେ ମଙ୍ଗଳାର୍ପଣ କରାଯାଇ ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହେବା ସହ ଚକ୍ରରାଜ ସୁଦର୍ଶନଙ୍କୁ ବିମାନରେ ମାର୍କଣ୍ଡ ପୁଷ୍କରଣୀକୁ ନିଆଯିବ । ସେଠାରେ ମାଟିର ବଳଭଦ୍ର ପ୍ରତିମା ନିର୍ମାଣ କରାଯିବ । ପୂଜାପଣ୍ଡା ସେବକ ଜୀବନ୍ୟାସ ଦେବାପରେ ଜାତକର୍ମ ଅନୁଷ୍ଠିତ ହେବ ।

ପରେ ପଞ୍ଚୋପଚାର, ଶୀତଳ ମଣୋହୀ ଓ ବନ୍ଦାପନା କରାଯାଇ ବଳଭଦ୍ରଙ୍କ ମାଟି ପ୍ରତିମାକୁ ମାର୍କଣ୍ଡ ପୁଷ୍କରିଣୀରେ ବିସର୍ଜନ କରାଯିବ । ବିମାନବଡୁ ସେବକମାନେ ସୁଦର୍ଶନଙ୍କୁ ବିମାନରେ ବସାଇ ଚାରି ଆଶ୍ରମ ଭ୍ରମଣ କରିବା ପରେ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବେ । ବଳଭଦ୍ରଙ୍କ ଜନ୍ମୋତ୍ସବ ଅବସରରେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଗହ୍ମାମଣ୍ଡା ଭୋଗ ଲାଗି ମଧ୍ୟ କରାଯିବ ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

Last Updated : Aug 22, 2021, 1:25 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.