ETV Bharat / state

ରୁକ୍ମିଣୀ ଏକାଦଶୀ: ଆଜି ମହାପ୍ରଭୁଙ୍କ ବିବାହ ଉତ୍ସବ, ଶ୍ରୀମନ୍ଦିରରେ ବିଶେଷ ନୀତିକାନ୍ତି ଅନୁଷ୍ଠିତ

author img

By

Published : Jun 11, 2022, 4:17 PM IST

ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସଵ । ଏହି ପବିତ୍ର ଦିବସ ଅବସରରେ ଶ୍ରୀମନ୍ଦିରରେ ବିଶେଷ ନୀତିକାନ୍ତି ଅନୁଷ୍ଠିତ ହୋଇଛି । ଅଧିକ ପଢନ୍ତୁ

ଋକ୍ମିଣୀ ଏକାଦଶୀ: ଆଜି ମହାପ୍ରଭୁଙ୍କ ବିବାହ ଉତ୍ସବ, ଶ୍ରୀମନ୍ଦିରରେ ବିଶେଷ ନୀତିକାନ୍ତି ଅନୁଷ୍ଠିତ

ପୁରୀ: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସଵ । ଏହାସାଙ୍ଗକୁ ଆଜି ମଧ୍ୟ ରୁକ୍ମିଣୀ ହରଣ ଏକାଦଶୀ । ଏହି ପବିତ୍ର ଦିବସ ଅବସରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିଶେଷ ନୀତି ଅନୁଷ୍ଠିତ ହୋଇଛି ।

ସକାଳଧୂପ ପୂଜା ବସିବା ସମୟରେ ଦକ୍ଷିଣୀ ଘରେ ମଦନମୋହନଙ୍କ ବେଶ ହୋଇଥାଏ । ପରେ ମଦନ ମୋହନ ରତ୍ନ ସିଂହାସନକୁ ବିଜେ କରନ୍ତି । ଭୋଗ ମଣ୍ଡପ ଶେଷ ପରେ ମଦନ ମୋହନ ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ପାଇ ଜୟବିଜୟ ଦ୍ବାରକୁ ବିଜେ କରିବେ । ସକାଳଧୂପ ପୂଜା ବଢିବା ପରେ ପୂଜାପଣ୍ଡା ସାମନ୍ତ ଶ୍ରୀଜଗନ୍ନାଥଙ୍କ ଶ୍ରୀଅଙ୍ଗରୁ ଆଜ୍ଞାମାଳ ନେଇ ଶ୍ରୀଦେବୀ ରୁକ୍ମିଣୀଙ୍କୁ ଦେବେ ।

ପରେ ମହାଜନ ସେବକ ରୁକ୍ମିଣୀଙ୍କୁ ସାତପାହାଚରେ ଥିବା ପାଲିଙ୍କିରେ ବିଜେ କରାଇବେ । ପରେ ବିମାନ ବଡୁ ସେବକ ପାଲିଙ୍କିକୁ ମହାଲକ୍ଷ୍ମୀ ମନ୍ଦିରକୁ ବିଜେ କରାଇ ଅନ୍ୟାନ୍ୟ ନୀତି ବଢିବା ପରେ ବେଶ ସମ୍ପର୍ଣ୍ଣ ହୋଇଥାଏ । ପରେ ପୁନର୍ବାର ଅନ୍ୟାନ୍ୟ ନୀତି ବଢ଼ି ଶ୍ରୀବିଗ୍ରହ ମାନଙ୍କ ମହାସ୍ନାନ ହୋଇ ନୂଆଲୁଗା ଲାଗି କରାଯିବା ପରେ ସନ୍ଧ୍ୟାଧୂପ ନୀତି ବଢ଼ି ସାରିବା ପରେ ମହାପ୍ରଭୁଙ୍କ ବିବାହ ଉତ୍ସଵ ଅନୁଷ୍ଠିତ ହେବ ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.