ETV Bharat / state

ଆଜି ସୂର୍ଯ୍ୟପରାଗ: ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି

ଆଜି ସୂର୍ଯ୍ୟପରାଗରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ଗ୍ରହଣ ସ୍ପର୍ଶ ପରେ ମହାପ୍ରଭୁଙ୍କ ମହାସ୍ନାନ କରାଯିବ । ଅଧିକ ପଢନ୍ତୁ

author img

By

Published : Oct 25, 2022, 9:59 AM IST

ଆଜି ସୂର୍ଯ୍ୟପରାଗ: ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି
ଆଜି ସୂର୍ଯ୍ୟପରାଗ: ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ: ଆଜି କେତୁଗ୍ରସ୍ତ ଖଣ୍ଡଗ୍ରାସ ସୂର୍ଯ୍ୟପରାଗ(Solar Eclipse) ।‌ ଏଣୁ ଭୋର୍ ୪ଟା ୫୭ ମିନିଟ ଠାରୁ ପାକତ୍ୟାଗ ଓ ଦେବନୀତି ନିଷେଧ ହୋଇଛି । ସନ୍ଧ୍ୟା ୬ଟା ୨୬ ମିନିଟ ୫୨ ସେକେଣ୍ଡରେ ଗ୍ରହଣ ସର୍ବମୋକ୍ଷ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତିକାନ୍ତି ପ୍ରସ୍ତୁତ କରାଯାଇଥିବା ବେଳେ ସୋମବାର ମଧ୍ୟରାତ୍ରି ୧୨ଟା ୧୦ ମିନିଟରୁ ଶ୍ରୀମନ୍ଦିର ଦ୍ବାରଫିଟା ନୀତି କରାଯାଇ ମଙ୍ଗଳ ଆଳତୀ, ମଇଲମ, ଅବକାଶ, ସୂର୍ଯ୍ୟପୂଜା, ଦ୍ବାରପାଳ ପୂଜା ଅନୁଷ୍ଠିତ ହେବା ସହ ରାଧା ଦାମୋଦର ବେଶ, ଗୋପାଳ ବଲ୍ଳଭ, ସକାଳ ଧୂପ ତଥା ବାଳଧୂପ ନୀତି କରାଯାଇଛି ।

ଏହାମଧ୍ୟ ପଢନ୍ତୁ: ଆଜି ସୂର୍ଯ୍ୟପରାଗ: ଭୋର୍ ୪ଟା ୫୭ରୁ ପାକତ୍ୟାଗ, ଦେବନୀତି ବନ୍ଦ

ଏହାପରେ ଅମାବାସ୍ୟା ଶ୍ରୀ ନାରାୟଣ ସାଗରବିଜେ ନୀତି କରିବା ସହ ଭୋର ୪ଟା ୫୫ ମିନିଟ ସୁଦ୍ଧା ଭୋଗ ମଣ୍ଡପ ନୀତି ଶେଷ ହୋଇଛି । ସୂର୍ଯ୍ୟପରାଗରେ ଆଜି ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ଖୋଲା ରହିଛି । ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ ପାଇବା ସହ ମହାପ୍ରସାଦ ମଧ୍ୟ ପାଇପାରିବେ । ତେବେ ଗ୍ରହଣ ସ୍ପର୍ଶ ପରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମହାସ୍ନାନ କରାଯିବ । ଏହାସହ ଗ୍ରହଣ ବେଶ, ଗ୍ରହଣ ଭୋଗ ସମେତ ଅନେକ ନୀତିକାନ୍ତି ଅନୁଷ୍ଠିତ ହେଇଥାଏ । ତେବେ ମହାପ୍ରଭୁଙ୍କୁ ଛାଡି ଅନ୍ୟ ଦେବଦେବୀଙ୍କ ଦେବନୀତି ଗ୍ରହଣ ମୋକ୍ଷ ପରେ ଅନୁଷ୍ଠିତ ହେଇଥାଏ ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.