ETV Bharat / state

ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ପାଇଁ ଆଜିଠୁ ପୂଜାବିଧି, ନବବଧୂ ପରି ସଜେଇ ହୋଇଛି ଜଗନ୍ନାଥ ଧାମ

Srimandir heritage corridor inauguration: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦଘାଟନ ପାଇଁ ଆଜିଠାରୁ ଆରମ୍ଭ ହେବ ପୂଜାର୍ଚ୍ଚନା । ଅଧିକ ପଢନ୍ତୁ

author img

By ETV Bharat Odisha Team

Published : Jan 12, 2024, 1:15 PM IST

sri mandir corridor project
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ
sri mandir corridor project

ପୁରୀ: ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ଏହାରି ଭିତରେ ଶେଷ ହୋଇଛି ପ୍ରସ୍ତୁତି। ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହେଉଛି ପୂଜାବିଧି । ଆଜି ସନ୍ଧ୍ୟା ୫ଟାରେ ଗଜପତିଙ୍କ ଦ୍ବାରା ଆଚାର୍ଯ୍ୟ ବରଣ, ସନ୍ଧ୍ୟା ୬ଟା ୩୦ ରେ ଅଙ୍କୁରାରୋପଣ ଅନୁଷ୍ଠିତ ହେବ। ଆସନ୍ତାକାଲି (ଶନିବାର) ଦିନ ୧୧ ଟା ରୁ ରାତି ୮ ଟା ମଧ୍ୟରେ ଅଙ୍କୁର ପୂଜନ। ୧୪ ତାରିଖ ଦିନ ୧୦ଟା ରୁ ରାତି ୮ଟା ମଧ୍ୟରେ ଅଙ୍କୁର ପୂଜନ, ଯଜ୍ଞ ଅଧିବାସ, ମଣ୍ଡଳ ସ୍ଥାପନ, ଧ୍ବଜା ସ୍ଥାପନ ଓ ତୋରଣ ସ୍ଥାପନ।

୧୫ ତାରିଖ ଅଖଣ୍ଡ ଦୀପ ସ୍ଥାପନ ସହ ପ୍ରତିଷ୍ଠା ଉତ୍ସବ ପାଇଁ ମହାଯଜ୍ଞ ଆରମ୍ଭ ହେବ । ୧୬ ତାରିଖରେ ମଧ୍ୟ ବିଭିନ୍ନ ପୂଜାବିଧି ଅନୁଷ୍ଠିତ ହେବ । ୧୭ ତାରିଖ ବୁଧବାର ଦିନ ବିଭିନ୍ନ ପୂଜାବିଧି ସହିତ ଶ୍ରୀମନ୍ଦିର ଚାରିଦ୍ବାରରେ ବେଦ ପାଠ ଓ ନାମ ସଂକୀର୍ତ୍ତନ ହେବ । ଦିନ ୧ଟା ୧୫ରୁ ୧ଟା ୩୦ ମଧ୍ୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନ ୧ଟା ୩୦ରୁ ୨ଟା ମଧ୍ୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ବାରା ଯଜ୍ଞ ପୂର୍ଣ୍ଣାହୂତି, ଆରତୀ ଓ ପୁଷ୍ପାଞ୍ଜଳି ଅନୁଷ୍ଠିତ ହେବ। ଦିନ ୨ଟାରୁ ୩ଟା ମଧ୍ୟରେ ନାମ ସଂକୀର୍ତ୍ତନ ସହ ଶୋଭାଯାତ୍ରା ଏବଂ ପରେ ସଭାଗୃହରେ ଅତିଥିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ସମ୍ବର୍ଦ୍ଧିତ କରାଯିବ। ଦିନ ୩ଟା ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରଦକ୍ଷଣ କରିବା ପାଇଁ ସର୍ବସାଧାରଣ ଙ୍କ ପାଇଁ ଉନ୍ମୁକ୍ତ ରହିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

ଏହା ମଧ୍ୟ ପଢନ୍ତୁ-ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଉତ୍ସବ କାର୍ଯ୍ୟସୂଚୀ ଚୂଡ଼ାନ୍ତ: କାଲିଠୁ ପୂଜାବିଧି, ୧୭ରେ ଲୋକାର୍ପଣ

ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପରେ ଆସନ୍ତା ୧୮ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରୁ ନିମନ୍ତ୍ରିତ ଅତିଥିମାନଙ୍କୁ ସ୍ବତନ୍ତ୍ର ବ୍ୟବସ୍ଥା ମାଧ୍ୟମରେ ପୁରୀ ଅଣାଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରଦକ୍ଷଣ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଉତ୍ସବକୁ ନେଇ ଆଜି ଠାରୁ ପୂଜାବିଧି ଆରମ୍ଭ ହେଉଥିବା ବେଳେ ୧୭ ତାରିଖ ବୁଧବାର ଲୋକାର୍ପଣ ଉତ୍ସବକୁ ପ୍ରତ୍ୟେକ ଜଗନ୍ନାଥ ପ୍ରେମୀ ଦେଖିବା ପାଇଁ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି । ଏହି ଭବ୍ୟ କାର୍ଯ୍ୟକ୍ରମକୁ ସାରା ବିଶ୍ବବାସୀ ଦେଖିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଗଣମାଧ୍ୟମ, ସୋସିଆଲ ମିଡିଆ ପ୍ଲାଟଫର୍ମ ଜରିଆରେ ସିଧା ପ୍ରସାରଣ କରାଯିବାର ବ୍ୟବସ୍ଥା ମଧ୍ୟ ହୋଇଛି।

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦଘାଟନ ଉତ୍ସବ ପାଇଁ ନୂଆ ବୋହୂ ପରି ସଜେଇ ହୋଇଛି ଜଗନ୍ନାଥ ଧାମ । ସନ୍ଧ୍ୟା ହେଲେ ରଙ୍ଗୀନ ଆଲୋଚରେ ଝଲସୁଛି ପୁରୀ ସହର ଓ ମନ୍ଦିର ପରିସର । ବଡଦାଣ୍ଡରେ ଆକର୍ଷଣୀୟ ଲାଇଟ୍ ବ୍ୟବସ୍ଥା କରାଯାଇଛି । ବଡ଼ଦାଣ୍ଡ ଓ ଦୁଇ ପାଖରେ ଥିବା କୋଠା ଘର ଗୁଡିକ ଲିଚୁ ଲାଇଟେର ସଜାଯାଇଛି । ଅନ୍ୟପଟେ ଶ୍ରୀ ଗୁଣ୍ଡିଚା ମନ୍ଦିରରେ ଶୋଭା ବଢାଇଛି ଏଲଇଡି ଲାଇଟ୍ । ଯିଏ ଦେଖୁଛି କିଛି ସମୟ ଅଟକି ଯିବାକୁ ବାଧ୍ୟ ହେଉଛି । ସେହିପରି ସହର ପ୍ରମୁଖ ରାସ୍ତା ଭିଆଇପି ରୋଡ, କଲେଜ ରୋଡ଼, ଟାଉନ୍ ହଲ୍ ଛକ, ଷ୍ଟେସନ ରୋଡ, ସମୁଦ୍ର କୁଳ ରାସ୍ତାରେ ବିଦ୍ୟୁତ୍ ଖୁଣ୍ଟିଗୁଡ଼ିକୁ ଆକର୍ଷଣୀୟ ଅଲୋକ ମାଳାରେ ସଜାଯାଇଛି। ଯାହାକି ସହରକୁ ନୂଆ ରୂପ ଦେଇଛି । ରାସ୍ତା କଡରେ ଥିବା ଗଛଗୁଡ଼ିକୁ ରଙ୍ଗ ବେରଙ୍ଗର ଲିଚୁ ଲାଇଟରେ ସଜା ଯାଇଛି। ଏପରି ସାଜସଜାକୁ ଭକ୍ତ ଓ ପର୍ଯ୍ୟଟକ ବେଶ ପ୍ରଶଂସା କରିଛନ୍ତି।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.