ETV Bharat / state

ଆଜି ମହାପ୍ରଭୁଙ୍କ ସୁନାବେଶ: ଜାଣନ୍ତୁ କ'ଣ ରହିଛି ମାହାତ୍ମ୍ୟ

author img

By

Published : Jun 29, 2023, 12:09 PM IST

ଆଜି ମହଣ ମହଣ ସୁନା ଅଳଙ୍କାର ପିନ୍ଧିବେ ମହାପ୍ରଭୁ । ରଥାରୂଢ ଶ୍ରୀଜିଉମାନଙ୍କ ଦୁର୍ଲ୍ଲଭ ବେଶ ଦର୍ଶନର ସୌଭାଗ୍ୟ ମିଳିବ । ତେବେ ଜାଣନ୍ତୁ କ'ଣ ରହିଛି ସୁନାବେଶର ମାହାତ୍ମ୍ୟ

ମହାପ୍ରଭୁଙ୍କ ସୁନାବେଶ ମାହାତ୍ମ୍ୟ
ମହାପ୍ରଭୁଙ୍କ ସୁନାବେଶ ମାହାତ୍ମ୍ୟ
ମହାପ୍ରଭୁଙ୍କ ସୁନାବେଶ ମାହାତ୍ମ୍ୟ

ପୁରୀ: ଆଜି ମହାପ୍ରଭୁଙ୍କ ସୁନାବେଶ ତଥା ରାଜବେଶ ବା ବଡ଼ତଢାଉ ବେଶ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଏକ ବିଶେଷ ବେଶ । ଦାରୁଦିଅଁଙ୍କୁ ସୁବର୍ଣ୍ଣ ଆଭୂଷଣରେ ଆଭୂଷିତ କରାଯାଏ । ପ୍ରତିବର୍ଷ ସୁନାବେଶ ପାଞ୍ଚ ଥର ଅନୁଷ୍ଠିତ ହୋଇଥାଏ । ପୌଷ ପୂର୍ଣ୍ଣିମା, ଦୋଳ ପୂର୍ଣ୍ଣିମା, ହରିଶୟନ ଏକାଦଶୀ ତଥା ବାହୁଡ଼ା ଏକାଦଶୀ, କାର୍ତ୍ତିକ ପୂର୍ଣ୍ଣିମା ଓ ବିଜୟାଦଶମୀ ତଥା ଦଶହରା ଦିନ ଅନୁଷ୍ଠିତ ହୁଏ ଏହି ଦୁର୍ଲ୍ଲଭ ବେଶ । ଏଥିମଧ୍ୟରୁ ଶ୍ରୀମନ୍ଦିରର ରତ୍ନସିଂହାସନ ଉପରେ ଶ୍ରୀଜିଉମାନେ କାର୍ତ୍ତିକ ପୂର୍ଣ୍ଣିମା, ପୌଷ ପୂର୍ଣ୍ଣିମା, ଦୋଳ ପୂର୍ଣ୍ଣିମା ଓ ଦଶହରା ତିଥିଗୁଡ଼ିକରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି । କେବଳ ଥରେ ମାତ୍ର ସମସ୍ତ ବର୍ଗର ଜନତାଙ୍କ ପାଇଁ ଆଷାଢ଼ ଶୁକ୍ଲ ଏକାଦଶୀ ଦିନ ସିଂହଦ୍ବାର ଠାରେ ତିନି ରଥ ଉପରେ ସୁନାବେଶରେ ଦର୍ଶନ ଦେଇଥାନ୍ତି ।

ଶ୍ରୀଜିଉମାନଙ୍କର ମଧ୍ୟାହ୍ନ ଧୂପ ଶେଷ ହେବା ପରେ ତିନି ରଥ ଉପରେ ସୁନାବେଶ ଅନୁଷ୍ଠିତ ହୋଇଥାଏ । ଭିତିରଚ୍ଛ ମହାପାତ୍ର ସେବକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ, ତଳିଚ୍ଛ ମହାପାତ୍ର ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ବାଡ଼ରେ ଓ ପୁଷ୍ପାଳକ ସେବାୟତ ଦେବୀ ସୁଭଦ୍ରାଙ୍କ ବାଡ଼ରେ ଯଥାକ୍ରମେ ନନ୍ଦିଘୋଷ, ତାଳଧ୍ବଜ ଓ ଦର୍ପଦଳନ ରଥରେ ଶ୍ରୀବିଗ୍ରହମାନଙ୍କୁ ସୁନାବେଶରେ ସଜ୍ଜିତ କରିବାର ପରମ୍ପରା ରହିଛି ।

ସୁନାବେଶ ସମ୍ପର୍କରେ କ'ଣ କୁହନ୍ତି ଗବେଷକ:

ଗବେଷକଙ୍କ ମତରେ ରାଜା ଅନଙ୍ଗଭୀମ ଦେବ ପବିତ୍ର ଆଷାଢ଼ ଏକାଦଶୀ ତିଥିରେ ସୁନାବେଶ କରାଇଥିଲେ । ଅନ୍ୟ କେତେ ଗବେଷକ କୁହନ୍ତି, ରଥ ଉପରେ ସୁନାବେଶ ବଡ଼ତଢାଉଙ୍କ ପରାମର୍ଶରେ ରାଜା କରେଇଥିଲେ । ବଡ଼ତଢାଉ ବେଶ ମତରେ ରାଜା କପିଳେନ୍ଦ୍ର ଦେବ ୧୪୬୦ରେ ଦକ୍ଷିଣ ବିଜୟରୁ ଫେରିବା ବେଳେ ୧୬ଟି ହାତୀ ପିଠିରେ ସୁନା ଅଳଙ୍କାର ବୋଝେଇ କରି ଆଣିଥିଲେ । ଏହାକୁ ମହାପ୍ରଭୁଙ୍କୁ ସମର୍ପଣ କରିଥିବା ନେଇ ଜୟବିଜୟ ଦ୍ବାର ସ୍ଥିତ ଶିଳାଲେଖରେ ସୂଚନା ରହିଛି । ଅଳଙ୍କାର ସମ୍ପର୍କରେ ରାଜା ବଡ଼ତଢାଉଙ୍କ ପରାମର୍ଶ ନେଇଥିଲେ । ରତ୍ନବେଦୀରେ ମହାପ୍ରଭୁଙ୍କ ବିଭିନ୍ନ ବେଶକୁ ସବୁବର୍ଗରେ ଭକ୍ତ ଦର୍ଶନ କରିପାରୁ ନାହାନ୍ତି ତେଣୁ ରଥ ଉପରେ ସବୁବର୍ଗର ଦର୍ଶନ ପାଇଁ ମହାପ୍ରଭୁଙ୍କ ସୁନାବେଶ କରେଇବାକୁ ବଡ଼ତଢାଉ ରାଜାଙ୍କୁ ବିନତି କରିଥିଲେ ।

ଦକ୍ଷିଣାଭିମୁଖୀ ଯାତ୍ରା ବା ବାହୁଡା ଯାତ୍ରାରେ ତିନି ରଥ ସିଂହଦ୍ବାରରେ ପହଞ୍ଚିବା ପରେ ବଡ଼ ଏକାଦଶୀ ଦିନ ରଥ ଉପରେ ସୁନାବେଶ କରିବାକୁ ରାଜା ଅନୁମତି ଦେଇଥିଲେ । ବହୁ ବର୍ଷ ଧରି ରଥ ଉପରେ ସୁନାବେଶରେ ମହାପ୍ରଭୁଙ୍କୁ ୧୩୮ ପ୍ରକାର ରତ୍ନ ଖଚିତ ସ୍ୱର୍ଣ୍ଣାଳଙ୍କାର ଲାଗି ହୋଇଥିଲା । ଏବେ ଏଥିରେ କିଛି ପରିବର୍ତ୍ତନ ହୋଇଛି । ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ପରେ ରଥ ଉପରେ ସୁନାବେଶ ପାଇଁ ଭଣ୍ଡାର ଗୃହରୁ ପାଳିଆ ଭଣ୍ଡାରି ମେକାପ, ପାଳିଆ ଖୁଣ୍ଟିଆ ସେବକ, ମାଜିଷ୍ଟ୍ରେଟ ପୋଲିସ ଓ ଶ୍ରୀମନ୍ଦିର ଅଫିସରଙ୍କ ଉପସ୍ଥିତିରେ ବେଶ ଅଳଙ୍କାର ଗଣତି କରି ଆଣିଥାନ୍ତି । ତିନି ରଥରେ ରଥାରୂଢ଼ ଦାରୁଦେବତାଙ୍କୁ ପାଳିଆ ପୁଷ୍ପାଳକ, ଦଇତାପତି, ଖୁଣ୍ଟିଆ ମେକାପ, ତଳୁଚ୍ଛ, ଭିତରଚ୍ଛ ପ୍ରମୁଖ ସୁନାବେଶ ଆଭୂଷଣ ଲାଗି କରିଥାନ୍ତି ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.