ETV Bharat / state

ଶ୍ରୀଜଗନ୍ନାଥ ମେଡ଼ିକାଲ କଲେଜକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ - ଶ୍ରୀଜଗନ୍ନାଥ ମେଡ଼ିକାଲ କଲେଜକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଆସନ୍ତାକାଲି(ସୋମବାର) ପୁରୀ ବାଲିଗୁଆଳି ସ୍ଥିତ ଶ୍ରୀଜଗନ୍ନାଥ ମେଡିକାଲ କଲେଜର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ

ଶ୍ରୀଜଗନ୍ନାଥ ମେଡ଼ିକାଲ କଲେଜକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

author img

By

Published : Apr 10, 2022, 6:33 PM IST

Updated : Apr 10, 2022, 7:21 PM IST

ପୁରୀ: ଶେଷରେ ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି । ଆସନ୍ତାକାଲି(ସୋମବାର) ପୁରୀ ବାଲିଗୁଆଳିସ୍ଥିତ ଶ୍ରୀଜଗନ୍ନାଥ ମେଡିକାଲ କଲେଜର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନ ୫ଟାରେ ମେଡିକାଲ କଲେଜ ପରିସରରେ ନିର୍ମିତ ଅସ୍ଥାୟୀ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓହ୍ଲାଇବା ପରେ ସେଠାରୁ ସିଧା ମେଡିକାଲ କଲେଜ ଲୋକାର୍ପଣ ଉତ୍ସବରେ ଯୋଗଦେବେ ।

ଶ୍ରୀଜଗନ୍ନାଥ ମେଡ଼ିକାଲ କଲେଜକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ମେଡିକାଲ କଲେଜରେ ପ୍ରଥମ ବ୍ୟାଚ୍ ପାଇଁ ଆଡମିସନ ନେଇଥିବା ଏମବିବିଏସ୍ ଛାତ୍ର ଛାତ୍ରୀଙ୍କ ସହ ଭାବ ବିନିମୟ କରିବା ସହ କଲେଜର ବିଭିନ୍ନ ସୁବିଧା ସୁଯୋଗ ଓ ପ୍ରଥମ ଦିନର ପାଠ ପଢାର ଅଭିଜ୍ଞତାକୁ ସେ ଶୁଣିବେ ବୋଲି ଜଣାପଡିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଗତ ଶୁକ୍ରବାର ଦିନ କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ପୁରୀ ଆସି ଏସପିଙ୍କ ସହ ସୁରକ୍ଷା ବ୍ୟବସ୍ଥା ଉପରେ ଆଲୋଚନା କରିଥିଲେ । ଗତକାଲି ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସୁରକ୍ଷାକର୍ମୀ ଶ୍ରୀଜଗନ୍ନାଥ ମେଡିକାଲ କଲେଜରେ ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି ।

ମେଡିକାଲ କଲେଜରେ ପ୍ରଥମ ବ୍ୟାଚ୍ ପାଇଁ ଶହେ ଜଣ ଏମବିବିଏସ୍ ଛାତ୍ରଛାତ୍ରୀ ଆଡ଼ମିଶନ ନେଇଥିବା ବେଳେ ପାଠପଢା ପାଇଁ ସମସ୍ତ କ୍ଲାସ ରୁମ୍ ସେମାନଙ୍କୁ ଅପେକ୍ଷା କରିଥିବା ବିଦ୍ୟାର୍ଥୀ କହିଛନ୍ତି । ମେଡିକାଲର ସମସ୍ତ ପାଠ୍ୟକ୍ରମ ପଢାଇବା ପାଇଁ ୧୫୦ ଜଣ ପ୍ରଫେସର, ବିଶେଷଜ୍ଞ, ସହକାରୀ ପ୍ରଫେସର ଯୋଗ ଦେଇ ସାରିଛନ୍ତି। ଶ୍ରୀଜଗନ୍ନାଥ ମେଡିକାଲ କଲେଜରେ ଗତକାଲି ନାମ ଲେଖା ଶେଷ ହୋଇଥିବାବେଳେ ଏଥିରେ ୭୦ ଜଣ ଛାତ୍ର ଓ ୩୦ ଜଣ ଛାତ୍ରୀ ରହିଛନ୍ତି । ସେହିପରି ମେଡିକାଲ କଲେଜର କ୍ୟାମ୍ପସ ପାଖରେ ମେଡିକାଲର ନିଜସ୍ଵ ଡାକ୍ତରଖାନା ନିର୍ମାଣ ଚାଲିଥିବା ବେଳେ ଖୁବଶୀଘ୍ର ଏହି କାର୍ଯ୍ୟ ଶେଷ ହେବ ବୋଲି ଜିଲ୍ଲାପାଳ କହିଛନ୍ତି ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

Last Updated : Apr 10, 2022, 7:21 PM IST

For All Latest Updates

TAGGED:

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.