ETV Bharat / state

ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ - ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଶୃଙ୍ଖଳିତ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର କ୍ଷେତ୍ରସ୍ତରୀୟ ଅଗ୍ରଗତିର କଲେ ଅନୁଧ୍ୟାନ। ଅଧିକ ପଢ଼ନ୍ତୁ

ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

author img

By

Published : Jun 23, 2022, 10:37 PM IST

ପୁରୀ : ଶୃଙ୍ଖଳିତ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର କ୍ଷେତ୍ରସ୍ତରୀୟ ଅଗ୍ରଗତିର କଲେ ଅନୁଧ୍ୟାନ। ପୁରୀରେ ମହାମାରୀ କରୋନା ପାଇଁ ଦୁଇ ବର୍ଷ ବିନା ଭକ୍ତରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଥିଲା । ତେବେ ଚଳିତ ବର୍ଷ କରୋନାର ପ୍ରକୋପ ହ୍ରାସ ପାଇଥିବାରୁ ଭକ୍ତଙ୍କ ମେଳରେ ରଥଯାତ୍ରା ହେବ ।

ପୂର୍ବାପେକ୍ଷା ଅଧିକ ଜନସମାଗମର ଆକଳନ କରାଯାଉଛି । ତେଣୁ ଶାନ୍ତି ଶୃଙ୍ଖଳା ରକ୍ଷା ସହ ଯାତ୍ରୀ ମାନଙ୍କ ସୁରକ୍ଷା ଓ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି ।

ଏନେଇ ଗୁରୁବାର ଅପରାହ୍ନରେ ରଥଯାତ୍ରା ସମ୍ପର୍କରେ ଏକ ସମୀକ୍ଷା ବୈଠକ ସର୍କିଟ ହାଉସ ଠାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଅଧ୍ୟକ୍ଷତା କରି ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ପ୍ରତ୍ୟେକ ବିଭାଗ ଉତ୍ତରଦାୟୀ ଓ ସମର୍ପିତ ଭାବେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ। ବିଶେଷ କରି ରାସ୍ତା ଘାଟ ମରାମତି, ଡ୍ରେନ ସଫା ଓ ମରାମତି, ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ଓ ବିକଳ୍ପ ବିଦ୍ୟୁତ ବ୍ୟବସ୍ଥା, ସୁନାବେଶ ରେ ଅତିରିକ୍ତ ଉଜ୍ଜ୍ବଳ ଆଲୋକ ବ୍ୟବସ୍ଥା, ଜଳ ଯୋଗାଣ, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ସ୍ଥାପନ, ରଥଯାତ୍ରା ପାଇଁ ଆସୁଥିବା ଯାତ୍ରୀମାନଙ୍କ ନିମନ୍ତେ ଆଶ୍ରୟ ସ୍ଥଳ ବ୍ୟବସ୍ଥା, ରଥଯାତ୍ରା ପୂର୍ବରୁ ବଡ଼ଦାଣ୍ଡରୁ ସମସ୍ତ ଅବରୋଧ ଓ କ୍ୟାବିନ ଅପସାରଣ, ବର୍ଷା ହେଲେ ତୁରନ୍ତ ଜଳ ନିଷ୍କାସନ ବ୍ୟବସ୍ଥା, ରାସ୍ତା ଅବରୋଧ କରି ଗାଡି ପାର୍କିଂ କରୁଥିଲେ ତୁରନ୍ତ ହଟେଇବା ବ୍ୟବସ୍ଥା କରିବାକୁ ସେ ପରାମର୍ଶ ଦେଇଥିଲେ ।

ସେହିପରି ପ୍ରତିଟି ରଥ ଟଣା ପରେ ତୁରନ୍ତ ବଡଦାଣ୍ଡରୁ ଚପଲ,ପାଣି ବୋତଲ ଇତ୍ୟାଦି ଅଳିଆକୁ ହଟେଇବା ସହ ରୌଦ୍ର ତାପରୁ ରକ୍ଷା ପାଇଁ ଜଳ ସିଞ୍ଚନ କରିବାକୁ ସେ ପରାମର୍ଶ ଦେଇଥିଲେ । ପ୍ରାରମ୍ଭରେ ଜିଲ୍ଲାପାଳ ସମର୍ଥ ବର୍ମା ପ୍ରଶାସନ ଗ୍ରହଣ କରିଥିବା ବିବିଧ ପଦକ୍ଷେପ ଓ ଆରକ୍ଷୀ ଅଧିକ୍ଷକ ଡଃ କନୱର ବିଶାଲ ସିଂ ଆଇନ ଶୃଙ୍ଖଳା ରକ୍ଷା ସମ୍ପର୍କରେ ସବିଶେଷ ସୂଚନା ପ୍ରଦାନ କରିଥିଲେ ।

ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ଦିଲ୍ଲୀପ କୁମାର ମହାପାତ୍ର, କୈଳାସ ଚନ୍ଦ୍ର ନାୟକ, ଉପଜିଲ୍ଲାପାଳ ଭବତାରଣ ସାହୁ, ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଓ ବିଦ୍ୟୁତ ବିଭାଗୀୟ ଅଧିକାରୀମାନେ ଯୋଗଦେଇ ବିଭିନ୍ନ ସୂଚନା ପ୍ରଦାନ କରିଥିଲେ। ସମୀକ୍ଷା ପରେ ପରେ ମୁଖ୍ୟ ଶାସନ ସଚିବ ସେବାୟତ ମାନଙ୍କ ସହ ରଥଯାତ୍ରାକୁ ସୁଚାରୁ ରୂପେ ଓ ନିର୍ଦ୍ଧାରିତ ସମୟ ନିର୍ଘଣ୍ଟରେ ସମାପନ କରିବାକୁ ସହଯୋଗ କାମନା କରିଥିଲେ।ପରେ ଶ୍ରୀ ମହାପାତ୍ର ଶ୍ରୀମନ୍ଦିର ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ପରିଦର୍ଶନ କରିବା ସହ କାର୍ଯ୍ୟ ଅଗ୍ରଗତିକୁ ଅନୁଧ୍ୟାନ କରିଥିଲେ ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.