ETV Bharat / state

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ତ୍ରିବିକ୍ରମ ବେଶ - adakia besa

ଆଜି ମହାବାହୁଙ୍କ ତ୍ରିବିକ୍ରମ ବେଶ । ପୁଷ୍ପାଳକ ସେବକମାନେ ଏହି ବେଶ କରିଥାନ୍ତି ସମ୍ପାଦନ । ଜଗନ୍ନାଥ ଓ ବଳଭଦ୍ରଙ୍କ ମସ୍ତକରେ ଲଗାଯାଏ ଚୂଳ ।

Tribikram Besha of lord jagannath
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ତ୍ରିବିକ୍ରମ ବେଶ
author img

By

Published : Nov 28, 2020, 8:13 AM IST

ପୁରୀ: ଆଜି ମହାପ୍ରଭୁଙ୍କ ତ୍ରିବିକ୍ରମ ବେଶ । କାର୍ତ୍ତିକମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି ଦିନ ଶ୍ରୀମନ୍ଦିରରେ ଠାକୁରମାନଙ୍କର ଆଡ଼କିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଥାଏ । ଏହି ଦିନ ପ୍ରାତଃ ସମୟରେ ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଏହି ବେଶ ଆରମ୍ଭ ହୋଇଥାଏ । ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ କରିଥାନ୍ତି । ଆଡ଼କିଆ ବେଶରେ ଜଗନ୍ନାଥ ଓ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲଗାଯାଏ । ଚୂଳ ଦୁଇଟି ସୋଲ, କନା, ବେତ, ଜମ୍ବୁରା, କଇଁଥ ଅଠା ଇତ୍ୟାଦିରେ ନିର୍ମିତ ହୋଇଥାଏ । ଏହି ଚୂଳରେ ସ୍ବର୍ଣ୍ଣ ନିର୍ମିତ କିଆ ଆଡବାଗରେ ଖୋସା ଯାଇଥାଏ ।

ସୁଭଦ୍ରା ଓ ଅନ୍ୟ ଦୁଇ ଠାକୁରଙ୍କ ମସ୍ତକର ଶୀର୍ଷ ଭାଗରେ ସ୍ବର୍ଣ୍ଣ ଚନ୍ଦ୍ରିକା ମଧ୍ୟ ଖଞ୍ଜା ଯାଇଥାଏ । ଏଥି ସହିତ ପୂର୍ବ ଦିନ ପରି ଅନ୍ୟାନ୍ୟ ସ୍ବର୍ଣ୍ଣ ଅଳଙ୍କାର ଓ ହଳ,ମୂଷଳ, ଶଙ୍ଖ,ଚକ୍ର ଏବଂ ପାଟବସ୍ତ୍ର ଇତ୍ୟାଦିରେ ଠାକୁରମାନଙ୍କୁ ଆଡକିଆ ବା ତ୍ରିବିକ୍ରମ ବେଶରେ ଭୂଷିତ କରାଯାଇଥାଏ । କଥିତ ଅଛି ତ୍ରିବିକ୍ରମ ବା ଆଡକିଆ ବେଶ ଅତିବଡୀ ସମ୍ପ୍ରଦାୟର ଅତ୍ୟନ୍ତ ପ୍ରିୟ ଅଟେ । ପଞ୍ଚସଖାବାଦୀ ତଥା ଅତିବଡୀ ସମ୍ପ୍ରଦାୟର ବହୁ ସଂଖ୍ୟକ ଶିଷ୍ୟ ଭକ୍ତ ତଥା ମହନ୍ତମାନେ ଏହି ମନୋରମ ବେଶ ଦର୍ଶନକରି ନିଜକୁ ସୌଭାଗ୍ୟ ମଣିଥାନ୍ତି । ଆଡ଼କିଆ ବା ଠିଆକିଆ ବେଶ ମଧ୍ୟରେ ପ୍ରଭେଦ ଏହି କି ଯେ , ଠିଆକିଆ ବେଶରେ ସୁନାକିଆ ଲମ୍ବ ଭାବରେ ଖୋସା ନଯାଇ ଆଡ଼ବାଗରେ ଖୋସା ଯାଏ । ଏବଂ ଡାଳିକିଆ ବେଶରେ ସୋଲର ଡାଳପତ୍ରରେ ସୁନାର କିଆପତ୍ର ଖଞ୍ଜାଯାଏ । ଏହି ସୁନାକିଆ ଗୁଡିକ ଶ୍ରୀଜଗନ୍ନାଥ ଓ ଶ୍ରୀବଳଭଦ୍ରଙ୍କ ମସ୍ତକରେ ପିନ୍ଧାଯାଇଥିବା ସୋଲ, କନା, ବେତ, ଜମ୍ବୁରା, କଇଁଥ ଅଠାରେ ନିର୍ମିତ ଚୂଳରେ ଖୋସାଯାଏ । ଚୂଳର ଶେଷରେ ଲଗାଯାଏ ସୁନାର ଚନ୍ଦ୍ରିକା ।

ସୁଭଦ୍ରାଙ୍କୁ ମଧ୍ୟ ଏହି ବେଶରେ ଗୋଟିଏ ସୁନା ଚନ୍ଦ୍ରିକା ଦ୍ବାରା ଶୋଭିତ କରାଯାଏ । ମାତ୍ର ତାଙ୍କ ମସ୍ତକରେ ଚୂଳ ଲାଗି କରା ନଯାଇ ସୁନା କିରୀଟ ଲଗାଯାଏ । ସବୁ ଠାକୁରମାନଙ୍କର ମୂଖର ଉପର ପାଶ୍ବରେ ଦୁଇଟି ଲେଖାଏଁ କାଡ଼କାନି ଲଗାଯାଇଥାଏ । ଏହି ବେଶରେ ଘାଗଡା ମାଳି ,ବରକୋଳି ମାଳି ,ପଦ୍ମମାଳି,ଗିନିମାଳି, ପଦକ ମାଳି ପିନ୍ଧାଯାଏ । ଏହା ବ୍ୟତିତ ମହାପ୍ରଭୁଙ୍କ ଅନ୍ୟାନ୍ୟ ଅଳଙ୍କାର ,ମାଳି,ଶ୍ରୀପୟର ,ଶ୍ରୀହସ୍ତ ଏବଂ ଆୟୁଧ ମଧ୍ୟ ଲାଗି କରାଯାଏ । ଜଗନ୍ନାଥ, ବଳଭଦ୍ରଙ୍କୁ ଲୁଗାକଛା ମାରି ପିନ୍ଧାଇ ଦିଆଯାଏ । ମହନ୍ତ ମହାରାଜ ରାମ ଜୟନ୍ତୀ ଦାସଙ୍କ ଦ୍ବାରା ଏହି ବେଶର ପ୍ରଚଳନ ହୋଇଥିଲା । ଏହି ବେଶରେ ଶ୍ରୀଜୀଉମାନଙ୍କ ଶ୍ରୀମସ୍ତକରେ ସୋଲ, କନା, ବେତ, ଜମ୍ବୁରା ଓ କଇଁଥ ଅଠାରେ ତିଆରି ହୋଇଥିବା ଚୁଳ ଲଗାଯାଏ ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.