ETV Bharat / state

ପଞ୍ଚୁକର ତ୍ରୟୋଦଶୀ ତିଥି: ତ୍ରିବିକ୍ରମ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

author img

By ETV Bharat Odisha Team

Published : Nov 25, 2023, 9:17 AM IST

ଆଜି ମହାପ୍ରଭୁଙ୍କ ତ୍ରିବିକ୍ରମ ବେଶ । ତ୍ରିବିକ୍ରମ ବେଶରେ ମହାପ୍ରଭୁ ଜଗନ୍ନାଥ ଓ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲଗାଯିବାର ପରମ୍ପରା ରହିଛି । ଅଧିକ ପଢନ୍ତୁ

tribikrama besha
tribikrama besha

ପୁରୀ: ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି । ମହାପ୍ରଭୁଙ୍କ ତ୍ରିବିକ୍ରମ ବେଶ । କାର୍ତ୍ତିକ ମାସର ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆଡ଼କିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଥାଏ । ଏନେଇ ବିଭିନ୍ନ ଦିବ୍ୟ ଅଳଙ୍କାରରେ ବିଭୂଷିତ ହୋଇଛନ୍ତି ଶ୍ରୀଜିଉ । ମହାପ୍ରଭୁଙ୍କ ଅବକାଶ ନୀତି ଶେଷ ହେବା ପରେ ପୁଷ୍ପାଳକ ସେବକମାନେ ଏହି ବେଶ କରିଥାନ୍ତି । ଏହି ବେଶ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ସମାଗମ ହୋଇଛି । ଆଜିର ଦିନରେ ମହାପ୍ରଭୁଙ୍କ ଏହି ବେଶ ଦର୍ଶନ କଲେ ଜନ୍ମ ଜନ୍ମାନ୍ତର ପାପରୁ ମୁକ୍ତି ମିଳିଥାଏ ବୋଲି ବିଶ୍ୱାସ ରହିଛି ।

ତ୍ରିବିକ୍ରମ ବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ପ୍ରଭୁ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲଗି କରାଯାଏ । ଚୂଳ ଦୁଇଟି ସୋଲ, କନା, ବେତ, ଜମ୍ବୁରା, କଇଁଥ ଅଠା ଇତ୍ୟାଦିରେ ନିର୍ମିତ ହୋଇଥାଏ । ଏହି ଚୂଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଆଡବାଗରେ ଖୋସା ଯାଇଥାଏ । ମା' ସୁଭଦ୍ରାଙ୍କ ସମେତ ଦୁଇ ଭାଇଙ୍କ ମସ୍ତକର ଶୀର୍ଷ ଭାଗରେ ସ୍ୱର୍ଣ୍ଣ ଚନ୍ଦ୍ରିକା ମଧ୍ୟ ଖଞ୍ଜା ଯାଇଥାଏ । ଏଥିସହ ବିବିଧ ସ୍ୱର୍ଣ୍ଣ ଅଳଙ୍କାର ଯଥା ଘାଗଡା ମାଳି, ବରକୋଳି ମାଳି, ପଦ୍ମମାଳି, ଗିନିମାଳି, ପଦକ ମାଳି, ଶ୍ରୀପୟର ଶ୍ରୀଭୁଜ, ହରିଡ଼ା ମାଳି, ବାହାଡା ମାଳି ସମେତ ହଳ, ମୂଷଳ, ଶଙ୍ଖ, ଚକ୍ର ଏବଂ ପାଟ ବସ୍ତ୍ର ଇତ୍ୟାଦିରେ ବିଗ୍ରହମାନଙ୍କୁ ଆଡକିଆ ବା ତ୍ରିବିକ୍ରମ ବେଶରେ ଭୂଷିତ କରାଯାଇଥାଏ ।

ଏହା ବ୍ୟତୀତ ମହାପ୍ରଭୁଙ୍କ ଅନ୍ୟାନ୍ୟ ଅଳଙ୍କାର, ମାଳି, ଶ୍ରୀପୟର, ଶ୍ରୀହସ୍ତ ଏବଂ ଆୟୁଧ ମଧ୍ୟ ଲାଗି କରାଯାଏ । ଜଗନ୍ନାଥ, ବଳଭଦ୍ରଙ୍କୁ ଲୁଗାକଛା ମାରି ପିନ୍ଧାଇ ଦିଆଯାଏ । ମହନ୍ତ ମହାରାଜ ରାମ ଜୟନ୍ତୀ ଦାସଙ୍କ ଦ୍ବାରା ଏହି ବେଶର ପ୍ରଚଳନ ହୋଇଥିଲା । ପବିତ୍ର କାର୍ତ୍ତିକ ମାସର ଶେଷ ପାଞ୍ଚ ଦିନକୁ ପଞ୍ଚୁକ କୁହାଯାଏ । ପଞ୍ଚୁକର ପାଞ୍ଚ ଦିନ ଭିନ୍ନ ଭିନ୍ନ ବେଶରେ ସଜେଇ ହୋଇଥାନ୍ତି ମହାପ୍ରଭୁ । ତେବେ ପବିତ୍ର ପଞ୍ଚୁକ ଅବସରରେ ଅତି ନିଷ୍ଠାର ସହ ଯେଉଁମାନେ ଏହି ବ୍ରତ ପାଳନ କରିଥାନ୍ତି ସେମାନଙ୍କୁ କୋଟି ଜନ୍ମର ପୂଣ୍ୟଫଳ ମିଳିଥାଏ ବୋଲି ବିଶ୍ଵାସ ରହିଛି ।

ଏହା ମଧ୍ୟ ପଢନ୍ତୁ- ମହାପ୍ରଭୁଙ୍କ ବାଙ୍କଚୂଡା ବେଶ ଦର୍ଶନ କଲେ ହଜାର ହଜାର ଭକ୍ତ

ମହାପ୍ରଭୁଙ୍କ ଏହି ଦୁର୍ଲ୍ଲଭ ବେଶ ଦର୍ଶନ କଲେ ଅଶେଷ ପୁଣ୍ୟ ମିଳିଥାଏ ବୋଲି ବିଶ୍ଵାସ ଥିବାରୁ ଶ୍ରୀମନ୍ଦିରରେ ଆଜି ପ୍ରବଳ ଭକ୍ତଙ୍କ ସମାଗମ ହୋଇଛି । ଶ୍ରୀମନ୍ଦିର ଦର୍ଶନରେ ଆସୁଥିବା ଭକ୍ତମାନଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ଓ ସୁବିଧାକୁ ଦୃଷ୍ଟିରେ ରଖି ଜିଲ୍ଲା, ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.