ETV Bharat / state

ପଞ୍ଚୁକର ତୃତୀୟ ଦିନ: ତ୍ରିବିକ୍ରମ ବେଶରେ ଦର୍ଶନ ଦେବେ ମହାପ୍ରଭୁ - ତ୍ରିବିକ୍ରମ ବେଶରେ ଦର୍ଶନ ଦେବେ ମହାପ୍ରଭୁ

କାର୍ତ୍ତିକମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥିରେ ମହାପ୍ରଭୁଙ୍କ ତ୍ରିବିକ୍ରମ ବେଶ ହୋଇଥାଏ । ଆଡ଼କିଆ ତଥା ତ୍ରିବିକ୍ରମ ବେଶରେ ମହାପ୍ରଭୁ ଜଗନ୍ନାଥ ଓ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲଗାଯିବାର ପରମ୍ପରା ରହିଛି । ଅଧିକ ପଢନ୍ତୁ

ତ୍ରିବିକ୍ରମ ବେଶରେ ଦର୍ଶନ ଦେବେ ମହାପ୍ରଭୁ
ତ୍ରିବିକ୍ରମ ବେଶରେ ଦର୍ଶନ ଦେବେ ମହାପ୍ରଭୁ
author img

By

Published : Nov 6, 2022, 8:59 AM IST

Updated : Nov 6, 2022, 10:28 AM IST

ପୁରୀ: ଆଜି କାର୍ତ୍ତିକମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି । ଆଜି ମହାପ୍ରଭୁଙ୍କ ତ୍ରିବିକ୍ରମ ବେଶ(Tribikrama Besha of Lord Jagannath) । କାର୍ତ୍ତିକମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି ଦିନ ଶ୍ରୀମନ୍ଦିରରେ ଠାକୁରମାନଙ୍କର ଆଡ଼କିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଥାଏ । ପ୍ରାତଃ ସମୟରେ ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଏହି ବେଶ ଆରମ୍ଭ ହୋଇଥାଏ । ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ କରିଥାନ୍ତି ।

ଆଡ଼କିଆ ବେଶରେ ପ୍ରଭୁ ଶ୍ରୀଜଗନ୍ନାଥ ଓ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲାଗି କରାଯିବ । ଚୂଳ ଦୁଇଟି ସୋଲ, କନା, ବେତ, ଜରି, ଜମ୍ବୁରା, କଇଁଥ ଅଠା ଇତ୍ୟାଦିରେ ନିର୍ମିତ ହୋଇଥାଏ । ଏହି ଚୂଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଆଡବାଗରେ ଖୋସା ଯାଇଥାଏ । ମା' ସୁଭଦ୍ରାଙ୍କ ସମେତ ଦୁଇ ଭାଇଙ୍କ ମସ୍ତକର ଶୀର୍ଷ ଭାଗରେ ସ୍ୱର୍ଣ୍ଣ ଚନ୍ଦ୍ରିକା ମଧ୍ୟ ଖଞ୍ଜା ଯାଇଥାଏ । ଏଥିସହ ବିବିଧ ସ୍ୱର୍ଣ୍ଣ ଅଳଙ୍କାର ଯଥା ଘାଗଡା ମାଳି, ବରକୋଳି ମାଳି, ପଦ୍ମମାଳି, ଗିନିମାଳି, ପଦକ ମାଳି, ଶ୍ରୀପୟର ଶ୍ରୀଭୁଜ, ହରିଡ଼ା ମାଳି, ବାହାଡା ମାଳି ସମେତ ହଳ, ମୂଷଳ, ଶଙ୍ଖ, ଚକ୍ର ଏବଂ ପାଟ ବସ୍ତ୍ର ଇତ୍ୟାଦିରେ ବିଗ୍ରହ ମାନଙ୍କୁ ଆଡକିଆ ବା ତ୍ରିବିକ୍ରମ ବେଶରେ ଭୂଷିତ କରାଯାଇଥାଏ ।

ଏହା ମଧ୍ୟ ପଢନ୍ତୁ: ଜଗା ପ୍ରେମରେ ମୁସଲମାନ ମହିଳା: କାଳିଆ ଆରାଧନାରେ କଟେ ସକାଳ ସଞ୍ଜ, ହାତର ତୁଳୀ କୁହେ ମହାପ୍ରଭୁଙ୍କ କାହାଣୀ

ଏହା ବ୍ୟତିତ ମହାପ୍ରଭୁଙ୍କ ଅନ୍ୟାନ୍ୟ ଅଳଙ୍କାର, ମାଳି, ଶ୍ରୀପୟର, ଶ୍ରୀହସ୍ତ ଏବଂ ଆୟୁଧ ମଧ୍ୟ ଲାଗି କରାଯାଏ । ଜଗନ୍ନାଥ, ବଳଭଦ୍ରଙ୍କୁ ଲୁଗାକଛା ମାରି ପିନ୍ଧାଇ ଦିଆଯାଏ । ମହନ୍ତ ମହାରାଜ ରାମ ଜୟନ୍ତୀ ଦାସଙ୍କ ଦ୍ବାରା ଏହି ବେଶର ପ୍ରଚଳନ ହୋଇଥିଲା । ପବିତ୍ର କାର୍ତ୍ତିକ ମାସର ଶେଷ ପାଞ୍ଚ ଦିନକୁ ପଞ୍ଚୁକ କୁହାଯାଏ । ପଞ୍ଚୁକର ପାଞ୍ଚ ଦିନ ଭିନ୍ନ ଭିନ୍ନ ବେଶରେ ସଜେଇ ହୋଇଥାନ୍ତି ମହାପ୍ରଭୁ । ତେବେ ପବିତ୍ର ପଞ୍ଚୁକ ଅବସରରେ ଅତି ନିଷ୍ଠାର ସହ ଯେଉଁମାନେ ଏହି ବ୍ରତ ପାଳନ କରିଥାନ୍ତି ସେମାନଙ୍କୁ କୋଟି ଜନ୍ମର ପୂଣ୍ୟଫଳ ମିଳିଥାଏ ବୋଲି ବିଶ୍ଵାସ ରହିଛି ।

ପଞ୍ଚୁକର ପ୍ରଥମ ଦିନରେ ମହାପ୍ରଭୁ ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଇଥିଲେ । ଦାରୁଦିଅଁଙ୍କ ଦର୍ଶନ ଲାଗି ଶ୍ରୀମନ୍ଦିରରେ ପ୍ରବଳ ଭିଡ ହୋଇଥିଲା । ପଞ୍ଚୁକର ଦ୍ବିତୀୟ ଦିନ ବା କାର୍ତ୍ତିକ ମାସ ଶୁକ୍ଳପକ୍ଷ ଦ୍ଵାଦଶୀ ତିଥିରେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଅତ୍ୟନ୍ତ ଚିତ୍ତାକର୍ଷକ ବାଙ୍କଚୂଡ଼ ବେଶ ଅନୁଷ୍ଠିତ ହୋଇଥିଲା । ସୋମବାର ଲକ୍ଷ୍ମୀନୃସିଂହ ବେଶ ସହ ମଙ୍ଗଳବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମହାପ୍ରଭୁଙ୍କ ରାଜାଧିରାଜ ବେଶ ବା ସୁନାବେଶ ଅନୁଷ୍ଠିତ ହେବ ।

ଇଟିଭି ଭାରତ, ପୁରୀ

Last Updated : Nov 6, 2022, 10:28 AM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.