ETV Bharat / state

ନୂଆବର୍ଷରୁ ଶ୍ରୀମନ୍ଦିରରେ ସ୍ମାର୍ଟ ଫୋନ ମନା

author img

By

Published : Dec 8, 2022, 8:11 AM IST

Updated : Dec 8, 2022, 8:18 AM IST

ଏଣିକି ଶ୍ରୀମନ୍ଦିର ଭିତରେ ସ୍ମାର୍ଟ ଫୋନ ମନା । ଆସନ୍ତା ଜାନୁଆରୀ ୧ରୁ ଏହି କଟକଣା ଲାଗୁ କରାଯିବା ନେଇ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି । ଅଧିକ ପଢ଼ନ୍ତୁ

use of smartphone to be banned in sri mandir from 1st January
ଆସନ୍ତା 1ରୁ ଶ୍ରୀମନ୍ଦିରରେ ସ୍ମାର୍ଟ ଫୋନ ମନା

ପୁରୀ: ଏଣିକି ଶ୍ରୀମନ୍ଦିର ଭିତରେ ସ୍ମାର୍ଟ ଫୋନ୍ ବ୍ୟବହାର ନିଷିଦ୍ଧ ହେବ । ଆସନ୍ତା ଜାନୁଆରୀ ୧ରୁ ଏହି କଟକଣା ଲାଗୁ କରାଯିବା ନେଇ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ହୋଇଛି । ଶ୍ରୀମନ୍ଦିର ଭିତର ଓ ପରିସର ଫଟୋ ବାରମ୍ବାର ସୋସିଆଲ ମିଡ଼ିଆରେ ଭାଇରାଲ ହେବା ପରେ ଛତିଶା ନିଯୋଗ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି । କେବଳ ଜରୁରୀ ନୀତି ନିର୍ଘଣ୍ଟ ସୂଚନା ଦେବା ପାଇଁ ଶ୍ରୀମନ୍ଦିର କମାଣ୍ଡର ସ୍ମାର୍ଟ ଫୋନ୍ ବ୍ୟବହାର କରି ପାରିବେ । ଅନ୍ୟାନ୍ୟ ଅଧିକୃତ ଶ୍ରୀମନ୍ଦିରର ଅଧିକାରୀ ଓ ସେବାୟତମାନେ ସାଧାରଣ କିପ୍ୟାଡ ଥିବା ମୋବାଇଲ ବ୍ୟବହାର କରି ପାରିବେ ।

ନୂଆବର୍ଷରୁ ଶ୍ରୀମନ୍ଦିରରେ ସ୍ମାର୍ଟ ଫୋନ ମନା

ପୂର୍ବରୁ ଭକ୍ତ ମାନେ ଶ୍ରୀମନ୍ଦିରକୁ ମୋବାଇଲ ନେବା ଉପରେ ସମ୍ପୂର୍ଣ୍ଣ କଟକଣା ରହିଛି । କେବଳ ଅଧିକାରୀ ଓ ଅଧିକୃତ ସେବାୟତମାନେ ଶ୍ରୀମନ୍ଦିର ଭିତରେ ସ୍ମାର୍ଟ ଫୋନ ବ୍ୟବହାର କରୁଥିଲେ । ଛତିଶା ନିଯୋଗ ବୈଠକରେ ଏନେଇ ବିଚାର ବିମର୍ଶ କରାଯିବା ପରେ ଏଭଳି କଟକଣା ନେଇ ସହମତି ପ୍ରକାଶ ପାଇଛି । ଆସନ୍ତା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଉକ୍ତ କଟକଣାକୁ ଅନୁମୋଦନ କରାଯିବ ଏବଂ ନୂଆବର୍ଷରୁ ଏହି କଟକଣା ଲାଗୁ କରାଯିବ । ସେହିପରି ଧନୁ ସଂକ୍ରାନ୍ତି ଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ହେବାକୁ ଥିବା ପହିଲି ଭୋଗ ନୀତି ନିର୍ଘଣ୍ଟକୁ ଛତିଶା ନିଯୋଗ ବୈଠକରେ ଅନୁମୋଦନ କରାଯାଇଛି ।

ଆସନ୍ତା ୧୬ ତାରିଖରୁ ଜାନୁଆରୀ ୧୩ ପର୍ଯ୍ୟନ୍ତ ହେବାକୁ ଥିବା ପହିଲି ଭୋଗ ନୀତିରେ ରାତ୍ର ୨ଟାରୁ ଦ୍ବାର ଫିଟା କରାଯାଇ ୬ଟା ସୁଦ୍ଧା ପହିଲି ଭୋଗ ନୀତି ସମ୍ପାଦନ ହେବ । ଏହାଛଡା ଆସନ୍ତା ଜାନୁଆରୀ ୬ରେ ମହାପ୍ରଭୁଙ୍କ ପୌଷ ପୂର୍ଣ୍ଣିମା ତିଥିରେ ମହାପ୍ରଭୁଙ୍କ ଅନୁଷ୍ଠିତ ହେବାକୁ ଥିବା ଦେବାଭିଷେକ ନୀତି ନୀର୍ଘଣ୍ଟ ମଧ୍ୟ ଅନୁମୋଦିତ ହୋଇଛି । ସେହିପରି ସେବାୟତଙ୍କ ଜମିଜମା ସମ୍ପର୍କୀତ ସମସ୍ୟା ନେଇ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା । ଶ୍ରୀମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ, ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କନୱର ବିଶାଳ ସିଂ, ପରିଚାଳନା କମିଟି ସେବାୟତ ସଦସ୍ୟ, ଛତିଶା ନିଯୋଗର ସମସ୍ତ ସଦସ୍ୟମାନେ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ପୁରୀ

Last Updated : Dec 8, 2022, 8:18 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.