ETV Bharat / state

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ପୁଣି ଜୀବନ ନେଲା ହଇଜା, ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

author img

By

Published : Jul 23, 2022, 8:24 AM IST

Updated : Jul 23, 2022, 8:39 AM IST

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ କାଶୀପୁରରେ ଆଉ ଏକ ଜୀବନ ନେଲା ହଇଜା । ୯ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା । ଅଧିକ ପଢନ୍ତୁ

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ପୁଣି ଜୀବନ ନେଲା ହଇଜା: ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ରାୟଗଡା: କାଶୀପୁରରେ ଉଗ୍ର ରୂପ ନେଉଛି ହଇଜା । ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ କାଶୀପୁରରେ ପୁଣିଥରେ ହଇଜା ମୃତ୍ୟୁ ହୋଇଛି । ଗତକାଲି(ଶୁକ୍ରବାର) ବିଳମ୍ବିତ ରାତିରେ ଆଉ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ଡୁଡୁକାବାହାଲ ପଞ୍ଚାୟତ ଡେଙ୍ଗାଗୁଡା ଗ୍ରାମର ଅର୍ଜୁନ ଜାନି (୫୫) । ଡେଙ୍ଗାଗୁଡା ଗାଁର 6 ଜଣ ଝାଡାବାନ୍ତିରେ ଆକ୍ରାନ୍ତ ହେବାରୁ ସେମାନଙ୍କୁ ଟିକିରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଶୁକ୍ରବାର ରାତିରେ ଅର୍ଜୁନ ଜାନିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । ଏହାସହିତ ହଇଜା ଜନିତ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଛି ।

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ପୁଣି ଜୀବନ ନେଲା ହଇଜା, ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ତେବେ ବଡକଥା ହଇଜା ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଥିବା ଦେଖି ଆଜି(ଶନିବାର) ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ସ୍ଥିତ ସମୀକ୍ଷା ପାଇଁ ହଇଜା ପ୍ରବଣ ଅଞ୍ଚଳ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । କିନ୍ତୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ପୁଣି ଜଣକର ହଇଜାରେ ମୃତ୍ୟୁ ହୋଇଛି । ଯାହା ଏବେ ଜିଲ୍ଲା ପ୍ରଶାସନର ଚିନ୍ତା ବଢାଇଛି ।

ଇଟିଭି ଭାରତ, ରାୟଗଡା

Last Updated : Jul 23, 2022, 8:39 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.